• About Us
  • Contact Us
Saturday, April 18, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବଢ଼ିଲା ମନୋଜ ଆହୁଜାଙ୍କ କାର୍ଯ୍ୟକାଳ

by Voice of Victims
December 27, 2024
in ମୁଖ୍ୟ ଖବର, ରାଜ୍ୟ
ବଢ଼ିଲା ମନୋଜ ଆହୁଜାଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର:  ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ବିଜେପି ସରକାର ବୃଦ୍ଧି କରିଛନ୍ତି ।  ଶ୍ରୀ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ଆଉ ବର୍ଷେ ବୃଦ୍ଧି କରିଛନ୍ତି । ଡିସେମ୍ବର ୩୧ ତାରିଖରେ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଶେଷ ହେଉଥିଲା । ନୂଆ ସରକାରଙ୍କ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବାରେ ଶ୍ରୀ ଆହୁଜା ସଫଳ ହୋଇଛନ୍ତି । ନିର୍ବାଚନବେଳେ ବିଜେପି ଦେଇଥିବା ପ୍ରତିଶ୍ରୁତିକୁ ପୂରଣ କରିବାରେ ଶ୍ରୀ ଆହୁଜା ଏକ ବଡ଼ ଭୂମିକା ନିଭାଇଥିବା କୁହାଯାଉଛି । କ୍ୟାବିନେଟ ନିଯୁକ୍ତି କମିଟି ସିଏସଙ୍କ କାର୍ୟ୍ୟକାଳ ବୃଦ୍ଧିକୁ ମଞ୍ଜୁରୀ ଦେଇଛନ୍ତି । ୧୮ତମ ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ମନୋଜ ଆହୁଜାଙ୍କ କାର୍ୟ୍ୟକାଳ ବୃଦ୍ଧି କରାଯାଇଛି । ଆସନ୍ତା ଜାନୁଆରୀ ୮ରୁ ୧୦ ଯାଏ ପ୍ରବାସୀ ଭାରତୀୟ ସମ୍ମିଳନୀ ହେବ । ଏହା ସହିତ ଜାନୁଆରୀ ୨୮ରୁ୨୯ ଉତ୍କର୍ସ ଓଡିଶା ସମ୍ମିଳନୀ ଅନୁଷ୍ଠିତ ହେବ । ଗତ ଜୁନ୍‌ ୩୦ରେ ଓଡ଼ିଶା ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ମନୋଜ ଆହୁଜା। ସେ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ। ମନୋଜ ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ ଅଫିସର।ସେ କେନ୍ଦ୍ରରେ କୃଷି ମନ୍ତ୍ରାଳୟର ସଚିବ ଭାବେ କାମ କରିଛନ୍ତି । କେନ୍ଦ୍ର ସରକାରଙ୍କ ସାଧାରଣ ଅଭିଯୋଗ ଏବଂ ପ୍ରଶିକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଭାବେ ମଧ୍ୟ କାର୍ୟ୍ୟ କରିଛନ୍ତି । ରାଜ୍ୟରେ ନୂଆ ସରକାର କ୍ଷମତାକୁ ଆସିବା ପରେ ତାଙ୍କୁ କେନ୍ଦ୍ରୀୟ ଡେପୁଟେସନରୁ ଫେରାଇ ଆଣିବାକୁ ଅନୁରୋଧ କରାଯାଇଥିଲା। ଏହାପରେ ସେ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।

Post Views: 35
Share198Tweet124Send
Voice of Victims

Voice of Victims

Recent Posts

  • “ମହିଳା ସଶକ୍ତିକରଣର ସ୍ୱପ୍ନ ଚୁରମାର ହୋଇଯାଇଛି:” ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣ
  • ରାଜ୍ୟପାଳଙ୍କୁ ଭେଟିଲେ ପୋଲିସ କମିଶନର, ରାଜଭବନରେ IRS ଅଫିସରଙ୍କ ସହ ଉପୁଜିଥିବା ବିବାଦ ମାମଲା
  • ପୁଣି ହର୍ମୁଜ୍ ପ୍ରଣାଳୀ ବନ୍ଦ କଲା ଇରାନ: ଆମେରିକା ଉପରେ ଆଣିଲା ଯୁଦ୍ଧବିରତି ଉଲ୍ଲଂଘନ ଅଭିଯୋଗ
  • ଶିକ୍ଷକଙ୍କ ଅକାଳ ଦେହାନ୍ତ, ଶିକ୍ଷା ମଣ୍ଡଳୀରେ ଶୋକର ଛାୟା
  • ଡି ପି ଏସ କଳିଙ୍ଗ ଛାତ୍ରୀ ଆଦ୍ୟାଶାଙ୍କ ସଫଳତା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In