• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଭୁବନେଶ୍ବରରେ ନିର୍ମାଣ ହେବ ବହୁ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ

by Voice of Victims
December 10, 2024
in ମୁଖ୍ୟ ଖବର, ରାଜ୍ୟ
ଭୁବନେଶ୍ବରରେ ନିର୍ମାଣ ହେବ ବହୁ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ

ଭୁବନେଶ୍ବର: ଭୁବନେଶ୍ବର ସହରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାର ଆବଶ୍ୟକତା ଦୃଷ୍ଟିରୁ ଗାଡି ଚଳାଚଳ ଓ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵ ଆରୋପ କରିଛନ୍ତି। ଭୁବନେଶ୍ବର ସହରର ଗାଡି ଚଳାଚଳ ଓ ଟ୍ରାଫିକ୍‌ ସମସ୍ୟାକୁ ଦୂର କରିବା ପାଇଁ ପୂର୍ତ୍ତ ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହର ପାଇଁ ବିଭିନ୍ନ ସଡ଼କ ପ୍ରକଳ୍ପ ଯୋଜନା ଉପରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନ ରଖା ଯାଇଥିଲା । ଏହି ଉପସ୍ଥାପନାରେ ଭୁବନେଶ୍ବରର ଜୟଦେବ ବିହାର-ନନ୍ଦନକାନନ ନୂତନ ରାସ୍ତା, ଦୟା ୱେଷ୍ଟ କେନାଲ ଉପରେ ପଟିଆ ଷ୍ଟେସନ ଛକ ଠାରୁ ଜାତୀୟ ରାଜପଥ-୧୬ ପର୍ଯ୍ୟନ୍ତ ରିଙ୍ଗରୋଡ, ସୁନ୍ଦରପଦା-ଜଟଣୀ ରାସ୍ତାର ଉନ୍ନତିକରଣ, ପିତାପଲ୍ଲୀ-ତ୍ରିଶୂଳିଆ ରାସ୍ତାର ଇନ୍‌ଷ୍ଟିଚ୍ୟୁଟ ଅଫ ମାଥମେଟିକ୍‌ସ ଠାରୁ ଏକାମ୍ର କାନନ ପର୍ଯ୍ୟନ୍ତ ନୂତନ ରାସ୍ତା, କଳ୍ପନା ଛକ-ମ୍ୟୁଜିଅମ-ରବି ଟକିଜ ନୂତନ ଫ୍ଲାଇ ଓଭର, ଶିଶୁଭବନ-ମାଉସୀମା ମଧ୍ୟରେ ଆଉ ଏକ ROB, ତମାଣ୍ଡୋ-ଚନ୍ଦକା-ବାରଙ୍ଗ-ଧଉଳି-ତମାଣ୍ଡୋ ପର୍ଯ୍ୟନ୍ତ ରିଙ୍ଗ ରୋଡ ନିର୍ମାଣ ବିଷୟରେ ପୂର୍ତ୍ତ ବିଭାଗର ପକ୍ଷରୁ ପ୍ରସ୍ତାବିତ ତଥ୍ୟ ଉପସ୍ଥାପନ କରାଯାଇଥିଲା । ସେହିପରି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ବର-କଟକ-ପୁରୀ ଇକୋନୋମିକ୍‌ ରିଜିଅନ ଗଠନ ଏବଂ ଗ୍ରେଟର ଭୁବନେଶ୍ବର ଗଠନ ସଂପର୍କିତ ବିସ୍ତୃତ ତଥ୍ୟ ଉପସ୍ଥାପନ କରାଯାଇଥିଲା । ଏହି ବୈଠକରେ ଦୁଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡା, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଭି.ଭି. ଯାଦବ, ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Post Views: 45
Tags: flyoversMany roads
Share198Tweet124Send
Voice of Victims

Voice of Victims

Recent Posts

  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In