• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ

by Voice of Victims
May 23, 2026
in ଦେଶ ବିଦେଶ, ମୁଖ୍ୟ ଖବର
କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ

ଚୀନ : ଚୀନର ଏକ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ । ଏହି ବିସ୍ଫୋରଣରେ ୮୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୮ ଜଣ ଶ୍ରମିକ ମାଟି ତଳେ ଫସି ରହିଥିବା ସୂଚନା ମିଳୁଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ଏହି ଦୁର୍ଘଟଣା ଉତ୍ତର ଚୀନର ଶାଂସି ପ୍ରଦେଶରେ ଘଟିଛି । ସୂଚନା ପାଇବା ପରେ ତୁରନ୍ତ ଘଟଣାସ୍ଥଳରେ ଉଦ୍ଧାରକାରୀ ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ସୂଚନାନୁଯାୟୀ, ଚାଙ୍ଗଝି ସହରର ଲୁଶେନ୍ୟୁ କୋଇଲା ଖଣିରେ ଶୁକ୍ରବାର ରାତିରେ ବିସ୍ଫୋରଣ ଘଟିଥିଲା। ସେହି ସମୟରେ ଖଣି ଭିତରେ ପ୍ରାୟ ୨୫୦ ଜଣ ଶ୍ରମିକ କାମ କରୁଥିଲେ । ପ୍ରାୟ ସନ୍ଧ୍ୟା ୭ଟା ୩୦ ମିନିଟରେ ଏହି ବିସ୍ଫୋରଣ ଘଟିଥିଲା । ଦୁର୍ଘଟଣା ପରେ ଖଣିରେ କାର୍ବନ ମନୋକ୍ସାଇଡ ଗ୍ୟାସ ବହୁମାତ୍ରାରେ ମିଳିଥିଲା । ଏହି ଗ୍ୟାସ ଅତ୍ୟନ୍ତ ବିଷାକ୍ତ ଏବଂ ବିନା ଗନ୍ଧରେ ଲୋକଙ୍କ ଜୀବନ ନେଇପାରେ । ଆଜି ସକାଳେ ଡଜନ ଡଜନ ଶ୍ରମିକଙ୍କୁ ସୁରକ୍ଷିତ ଭାବରେ ବାହାର କରାଯାଇଥିଲା, କିନ୍ତୁ ଅନେକ ଭିତରେ ଫସି ରହିଥିଲେ । କିଛି ଶ୍ରମିକଙ୍କ ଅବସ୍ଥା ଗୁରୁତର ରହିଛି । ଭିତରେ ଫସି ରହିଥିବା ଲୋକଙ୍କ ପାଖକୁ ପହଞ୍ଚିବା ପାଇଁ ଚେଷ୍ଟା ଜାରି ରଖିଛନ୍ତି ଉଦ୍ଧାର ଏବଂ ରିଲିଫ୍ ଦଳ ।

ଅନ୍ୟପଟେ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ଶୋକ ପ୍ରକାଶ କରିଛନ୍ତି । ଏଥିସହ ଆହତମାନଙ୍କ ଚିକିତ୍ସା ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଭବିଷ୍ୟତରେ ଏପରି ବଡ଼ ଦୁର୍ଘଟଣାକୁ ରୋକିବା ପାଇଁ କର୍ମକ୍ଷେତ୍ରରେ ସୁରକ୍ଷା ସତର୍କତା ବୃଦ୍ଧି କରିବାକୁ ଅଧିକାରୀମାନଙ୍କୁ ଅନୁରୋଧ ମଧ୍ୟ କରିଛନ୍ତି । ବିସ୍ଫୋରଣର କାରଣ ଜାଣିବା ପାଇଁ ତଦନ୍ତ ଆରମ୍ଭ ହୋଇଛି । ଗ୍ୟାସ୍ ଲିକ୍ ଯୋଗୁଁ ଏହି ବିସ୍ଫୋରଣ ଘଟିଥିବା ଅନୁମାନ କରାଯାଉଛି ।

Post Views: 87
Share202Tweet126Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In