• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ

by Voice of Victims
March 28, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ

ଲଦାଖ: ଲଦାଖରେ ବଡ ଧରଣର ହିମସ୍ଖଳନ। ଶ୍ରୀନଗର -ଲେହ ଜାତୀୟ ରାଜପଥରେ ଏକ ଭୟଙ୍କର ହିମସ୍ଖଳନ ହୋଇଛି । ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ଏବେ ବି ବରଫ ଭିତରେ ବହୁ ଗାଡି ଫସି ରହିଛି। ଉଦ୍ଧାର କାର୍ଯ୍ୟ ଏବେ ବି ଜାରି ରହିଥିବାରୁ ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା ରହିଛି । ଶ୍ରୀନଗର-ଲେହ ଜାତୀୟ ରାଜପଥର ଜୋଜିଲା ପାସ୍ ନିକଟରେ ଏହି ଅଘଟଣ ଘଟିଛି । ବିଶାଳ ବରଫ ଅତଡା ଧସି ପଡ଼ିବାରୁ ସେହି ରାସ୍ତାରେ ଯାଉଥିବା ଯାତ୍ରୀବାହୀ ଗାଡ଼ିଗୁଡ଼ିକ ଏହା ତଳେ ଚାପି ହୋଇଯାଇଥିଲା ।

ଭାରତୀୟ ସେନା, ପୋଲିସ ଏବଂ ବିଆରଓ (BRO) ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତମାନଙ୍କୁ ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ବରଫପାତ ଓ ହିମସ୍ଖଳନ ଯୋଗୁଁ ଶ୍ରୀନଗର -ଲେହ ରାଜପଥରେ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ରହିଛି । ଶତାଧିକ ପର୍ଯ୍ୟଟକ ଓ ଯାନବାହାନ ସେଠାରେ ଫସି ରହିଥିବା ସୂଚନା ମିଳିଛି। ପ୍ରଶାସନ ପକ୍ଷରୁ ସେହି ଅଞ୍ଚଳରେ ହାଇ ଆଲର୍ଟ ଜାରି କରାଯାଇଛି ଏବଂ ସାଧାରଣ ଲୋକଙ୍କୁ ସେହି ରାସ୍ତାରେ ନଯିବାକୁ ପରାମର୍ଶ ଦିଆଯାଇଛି ।

Post Views: 12
Share196Tweet123Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In