• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜଧାନୀର ରାଜରାସ୍ତାରେ ହେବ ବିଶାଳ ଶିକ୍ଷକ ସମାବେଶ: ଓଷ୍ଟା

by Voice of Victims
February 4, 2024
in ମୁଖ୍ୟ ଖବର, ରାଜ୍ୟ
ରାଜଧାନୀର ରାଜରାସ୍ତାରେ ହେବ ବିଶାଳ ଶିକ୍ଷକ ସମାବେଶ: ଓଷ୍ଟା

ଭୁବନେଶ୍ୱର: ବିଭିନ୍ନ ସମସ୍ୟା ନେଇ ହଜାର ହଜାର ଶିକ୍ଷକ, ଅଭିଭାବକ, ପୁରାତନ ଛାତ୍ର ଓ ପରିଚାଳନା କମିଟି ସଦସ୍ୟମାନଙ୍କ ସହିତ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ଆଗାମୀ ଫେବୃୟାରୀ ମାସ ୭ ତାରିଖରେ ରାଜଧାନୀର ରାଜରାସ୍ତାକୁ ଓହ୍ଲାଇବ ବୋଲି ଏକ ପ୍ରେସ୍ ବିବୃତ୍ତି ମାଧ୍ୟମରେ ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ ଗଣମାଧ୍ୟମକୁ ଜଣାଇଛନ୍ତି। ଆଜି ପର୍ଯ୍ୟନ୍ତ ଅନୁଦାନ ପାଇନଥିବା ବିଦ୍ୟାଳୟକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ଅବସର ନେଉଥିବା ଶିକ୍ଷକ ଓ କର୍ମଚାରୀମାନଙ୍କୁ ଚାକିରି ସର୍ତ୍ତାବଳୀ ସହ ଅବସରକାଳୀନ ସୁବିଧା ସୁଯୋଗ, ୨୨୬ ଓ ୩୯୯ ବିଦ୍ୟାଳୟକୁ ସପ୍ତମ ବେତନ ପ୍ରଦାନ ଇତ୍ୟାଦି ଦାବିକୁ ସରକାର ବାରମ୍ବାର ପ୍ରତିଶ୍ରୁତି ଦେଇ ଏହାକୁ ପାଳନ ନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏକ ଜନପ୍ରିୟ ସରକାର ଜନମଙ୍ଗଳ ରାଷ୍ଟ୍ରରେ ସବୁବର୍ଗର କର୍ମଚାରୀଙ୍କ କଥା ବିଚାର କରୁଥିବା ବେଳେ ଶିକ୍ଷକମାନଙ୍କ ପ୍ରତି ଏ ଅବିଚାର କାହିଁକି ବୋଲି ଶ୍ରୀ ଦାଶ ପ୍ରଶ୍ନ କରିଛନ୍ତି।
            ସୂଚନାଥାଉକି, ତା.୦୧.୦୧.୨୦୦୪ରିଖରେ ସରକାର ବ୍ଲକ୍‌ଗ୍ରାଣ୍ଟ ବ୍ୟବସ୍ଥା ପ୍ରଚଳନ କଲେ। ସେ ମଧ୍ୟରୁ ଅନେକ ବିଦ୍ୟାଳୟ ୧୯୮୪-୮୫ ମସିହାରୁ ପ୍ରତିଷ୍ଠିତ ହୋଇଅଛି। ୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ଶିକ୍ଷକମାନେ ୧୫୭୯ଟଙ୍କା ଓ ୪ର୍ଥ ଶ୍ରେଣୀ କର୍ମଚାରୀ ଭାଇମାନେ ୮୭୭ ଟଙ୍କା ପାଉଥିଲେ ପରେ ତା.୨୨.୦୯.୨୦୦୭ରିଖରେ ୧୧୦ ବାଳିକା ବିଦ୍ୟାଳୟମାନଙ୍କୁ ସରକାର ବ୍ଲକଗ୍ରାଣ୍ଟ ପ୍ରଦାନ କଲେ, ପରେ ତା.୦୧.୦୪.୨୦୦୮ରିଖରେ ଦରମାର ପରିବର୍ତ୍ତନ ଫଳରେ ଶିକ୍ଷକମାନେ ୪୯୯୫ଟଙ୍କା ଓ ୪ର୍ଥ ଶ୍ରେଣୀ କର୍ମଚାରୀମାନେ ୨୫୪୭ଟଙ୍କା ପାଇଲେ। ୨୦୧୩ ମସିହାରେ ସରକାର ୫୬୬ ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ଅନୁଦାନ ଦେବା କଥା ହେଲେ ୨୦୧୫ ମସିହାରେ ୩୯୯ଟି ବିଦ୍ୟାଳୟକୁ ଅନୁଦାନ ପରିସରଭୁକ୍ତ କଲେ। ତେଣୁୁ ୧୬୭ଟି ବିଦ୍ୟାଳୟ ଅନୁଦାନ ପାଇବାରୁ ବଞ୍ଚିତ ହେଲେ। ୨୦୧୫ ମସିହାରେ ଆଉ କୌଣସି ବିଦ୍ୟାଳୟକୁ ଅନୁଦାନ ନଦେବା ପାଇଁ ସରକାର ଆମେଣ୍ଡମେଣ୍ଟ କଲେ। ୨୦୧୭ ଅନୁଦାନ ଆଇନରେ ସରକାର ଐତିହାସିକ ଗ୍ରାଣ୍ଟ-ଇନ୍‌-ଏଡ଼ ପ୍ରଦାନ କରାଗଲା ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଘୋଷଣା କଲେ। ତାହା ତା୦୧.୦୧.୨୦୧୮ରିଖରୁ କାର୍ଯ୍ୟକାରୀ ହେଲା। ମାତ୍ର ସେହି ଗ୍ରାଣ୍ଟ-ଇନ୍‌-ଏଡ଼ ଆଇନରେ ଚାକିରୀ ସର୍ତ୍ତାବଳୀ ସହ ପେନସନ୍ ଏବଂ ଅବସରକାଳୀନ ସୁବିଧା ସୁଯୋଗ ମିଳିଲା ନାହିଁ। ତା୦୧.୦୧.୨୦୨୨ରିଖରୁ ସପ୍ତମ ବେତନ ପ୍ରଦାନ କଲେ, ମାତ୍ର ସେଥିରୁ ୨୨୬ ଏବଂ ୩୯୯ଟି ବିଦ୍ୟାଳୟ ଅଦ୍ୟାବଧି ସପ୍ତମ ବେତନ ପାଇଲେ ନାହିଁ। ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ କର୍ମଚାରୀମାନଙ୍କ ମଧ୍ୟରୁ ପ୍ରାୟ ୫୦୦୦ରୁ ଊର୍ଦ୍ଧ୍ୱ ଅବସର ନେଇଗଲେଣି। ସେମାନେ ୩୦ ବର୍ଷରୁ ଊର୍ଦ୍ଧ୍ୱ କାଳ ସେବା ଯୋଗାଇଥିଲେ ମଧ୍ୟ ଶୂନ୍ୟ ହସ୍ତରେ ଅବସର ନେଉଛନ୍ତି। ଅବସର ନେବା ପରଦିନ ଟଙ୍କାଟିଏ ମଧ୍ୟ ଔଷଧ କିଣିବା ପାଇଁ ନପାଇବା ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ। ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ସମଗ୍ର ଓଡ଼ିଶାର ଅନୁଦାନରୁ ବଞ୍ଚିତ ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ, ସପ୍ତମ ବେତନରୁ ବଞ୍ଚିତ ବିଦ୍ୟାଳୟକୁ ସପ୍ତମ ବେତନ ପ୍ରଦାନ, ଅବସର ପରେ ପେନସନ୍ ପାଉନଥିବା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପେନସନ୍ ପ୍ରଦାନ, ସରକାରୀକରଣ ହୋଇ ନଥିବା ବିଦ୍ୟାଳୟକୁ ସରକାରୀକରଣ, ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ନୋସନାଲ୍ ଇନ୍‌କ୍ରିମେଣ୍ଟ ଦେଇ ବରିଷ୍ଠତା ପ୍ରଦାନ, ୨୮୦୦, ୨୨୦୦, ୧୯୦୦ ଗ୍ରେଡ଼ପେ ରେ ଥିବା ଅସଙ୍ଗତି ଦୂରୀକରଣ, ୨ଟି ପିଅନ ଓ ୩୭, ୪୬, ୬୩ ବିଦ୍ୟାଳୟଙ୍କୁ ୨୦୦୮ ପରିବର୍ତ୍ତେ ୨୦୦୪ରୁ ଆଣ୍ଟିଡେସନ ପ୍ରଦାନ, ହିନ୍ଦୀ, ସଂସ୍କୃତ ଶିକ୍ଷକମାନଙ୍କର ଯୋଗ୍ୟତା ଅନୁଯାୟୀ ଉପଯୁକ୍ତ ହାରରେ ଦରମା ପ୍ରଦାନ, ୪୮ ବର୍ଷରେ ପଦାର୍ପଣ କରି କୋର୍ଟର ନିର୍ଦ୍ଦେଶ ପାଇଥିବା ହିନ୍ଦୀ ଓ ସଂସ୍କୃତ ଶିକ୍ଷକମାନଙ୍କୁ ଟି.ଜି. ସ୍କେଲ ପ୍ରଦାନ, ଆଲେଜେଡ଼୍ ଓ ସେକ୍ସନ ଶିକ୍ଷକମାନଙ୍କୁ ରେଗୁଲାର କରିବା, ଆର.ଏ. ସ୍କିମ୍‌ର ପୁନଃ ପ୍ରଚଳନ କରିବା, ୬୧୦ ପୂର୍ଣ୍ଣଅନୁଦାନ ପ୍ରାପ୍ତ ଓ ୧୧୦ ବାଳିକା ବିଦ୍ୟାଳୟର ସରକାରୀକରଣ, କ୍ରୀଡ଼ା ଶିକ୍ଷକମାନଙ୍କୁ ବିଏ ବି.ପି.ଏଡ଼./ ବିଏ ସି.ପି.ଏଡ଼. ଭିତ୍ତିରେ ଉଚ୍ଚତର ଦରମା ପ୍ରଦାନ, ନୂତନ ପେନସନ୍ ପରିବର୍ତ୍ତେ ପୁରାତନ ପେନସନ୍ ଲାଗୁ କରିବା, ଅବସର ବୟସ ସୀମା ୬୦ରୁ ୬୨ ବର୍ଷ ବୃଦ୍ଧି କରିବା, ଅଫିସ୍ ସହାୟକ ମାନଙ୍କର ଯୋଗ୍ୟତା ଭିତ୍ତିକ ପଦୋନ୍ନତି, ଊର୍ଦ୍ଦୁ ଶିକ୍ଷକମାନଙ୍କୁ ଅନୁଦାନ ପ୍ରଦାନ, ୨୦୦୪ରୁ ୨୦୧୩ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ୬ଟି ନୋସନାଲ୍ ଇନିକ୍ରିମେଣ୍ଟ ପ୍ରଦାନ ଓ ନୂତନ ପେନସନ୍ ସ୍କିମ୍ (ଏନ୍‌.ପି.ଏସ୍‌) ପରିବର୍ତ୍ତେ ପୂରାତନ ପେନସନ୍ ସ୍କିମ୍ (ଓ.ପି.ଏସ୍‌) ଲାଗୁ କରିବା ଇତ୍ୟାଦି। ଯଦି ସରକାର ଆସନ୍ତା ୬ ତାରିଖ ଭିତରେ କୌଣସି ପଦକ୍ଷେପ ଗ୍ରହଣ ନ କରନ୍ତି ତେବେ ଆଗାମୀ ଫେବୃୟାରୀ ମାସ ୭ ତାରିଖରୁ ହଜାର ହଜାର ସଂଖ୍ୟାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀଙ୍କ ସହିତ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ /ସଭ୍ୟା, ଅଭିଭାବକ ଓ ପୁରାତନ ଛାତ୍ରଙ୍କୁ ନେଇ ଏକ ମହାସମାବେଶ ଭୁବନେଶ୍ୱର ସ୍ଥିତ ଲୋୟର ପି.ଏମ୍‌.ଜି. ଗାନ୍ଧିମାର୍ଗରେ କରାଯିବ ଓ ଶିକ୍ଷକମାନେ ଅହୋରାତ୍ର ଧାରଣାରେ ବସିରହିବେ। ଦାବୀ ପୂରଣ ନହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲୁ ରହିବ ବୋଲି ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ପକ୍ଷରୁ ସଭାପତି ସର୍ବଶ୍ରୀ ଅକ୍ଷୟ କୁମାର ମିଶ୍ର, କାର୍ଯ୍ୟକାରୀ ସଭାପତି ନୀଳମଣି ପୁରୋହିତ, ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ, ଯୁଗ୍ମ ସାଧାରଣ ସଂପାଦକ ବ୍ରଜକିଶୋର ବିଶ୍ୱାଳ, କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର, ଶିକ୍ଷାପ୍ରଦୀପ ସଂପାଦକ ଶଙ୍କର କୁମାର ସୁବୁଦ୍ଧି ପ୍ରମୁଖ ଜଣାଇଛନ୍ତି ଏବଂ ସରକାର ଉପରୋକ୍ତ ଦାବି ଉପରେ ସହୃଦୟତାର ସହ ବିଚାର କରି ତୁରନ୍ତ ପଦକ୍ଷେପ ନେବାପାଇଁ ନିବେଦନ ରଖିଛନ୍ତି।

Post Views: 48
Share199Tweet124Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In