• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଗଣିତ-ବିଜ୍ଞାନ ପ୍ରଦର୍ଶନୀ, ଶିକ୍ଷଣ ସାମଗ୍ରୀ କର୍ମଶାଳା ଓ ‘ଆମ ସଂସ୍କୃତି ଆମ ଖେଳନା’ କାର୍ଯ୍ୟକ୍ରମ ଅନୁଷ୍ଠିତ

by Voice of Victims
March 28, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଗଣିତ-ବିଜ୍ଞାନ ପ୍ରଦର୍ଶନୀ, ଶିକ୍ଷଣ ସାମଗ୍ରୀ କର୍ମଶାଳା ଓ ‘ଆମ ସଂସ୍କୃତି ଆମ ଖେଳନା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ରଣପୁର, ୨୮/୦୩ : ନୟାଗଡ ଜିଲ୍ଲା ରଣପୁର ବ୍ଲକର ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଗଣିତ-ବିଜ୍ଞାନ ପ୍ରଦର୍ଶନୀ ମେଳା, ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଓ ‘ଆମ ସଂସ୍କୃତି ଆମ ଖେଳନା’ କାର୍ଯ୍ୟକ୍ରମ ଉତ୍ସାହମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବେ ଶିକ୍ଷବିତ ଲକ୍ଷ୍ମୀଧର ସାହୁ ଯୋଗଦେଇଥିଲେ। ମୁଖ୍ୟ ବକ୍ତା ଭାବେ ଗୌରାଙ୍ଗପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବିଦେଶିନୀ ପତି ଉପସ୍ଥିତ ଥିଲେ। ସମ୍ମାନିତ ଅତିଥି ଭାବେ ସାଧନ କେନ୍ଦ୍ର ସଂଯୋଜକ ସୁଧାକର ମିଶ୍ର ଯୋଗଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣା ଙ୍କ ତତ୍ୱାବଧାନରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା।

ଏହି ଅବସରରେ, ଗଣିତ-ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଛାତ୍ରଛାତ୍ରୀମାନେ ନିଜର କୌଶଳ ଓ ପ୍ରତିଭା ପ୍ରଦର୍ଶନ କରିଥିଲେ। ଚତୁର୍ଥ ଶ୍ରେଣୀର ସୋମ୍ୟ ରଞ୍ଜନ ରଣା ପ୍ରଥମ ସ୍ଥାନ, ପଞ୍ଚମ ଶ୍ରେଣୀର ସ୍ୱୟଂଶ୍ରୀ ରାଣସିଂହ ଦ୍ୱିତୀୟ ସ୍ଥାନ ଓ ଦ୍ଵିତୀୟ ଶ୍ରେଣୀର ଆୟୁଷ୍ମାନ ତ୍ରିପାଠୀ ତୃତୀୟ ସ୍ଥାନ ଅଧିକୃତ କରିଥିଲେ।

ସହକାରୀ ଶିକ୍ଷକ ଦିଲ୍ଲୀପ କୁମାର ସାହୁ, ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା ଓ ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇ କାର୍ଯ୍ୟକ୍ରମ ସଫଳ କରିବାରେ ଅହମ୍ ଭୂମିକା ନିବାହନ କରିଥିଲେ। ଏହି ଆୟୋଜନରେ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟତ୍ରୀ, ପରିଚାଳନା ସଦସ୍ୟସଦସ୍ୟା, ଅଭିଭାବକ ଓ ଗ୍ରାମବାସୀମାନେ ଉତ୍ସାହର ସହ ଯୋଗଦେଇଥିଲେ।

Post Views: 98
Share198Tweet124Send
Voice of Victims

Voice of Victims

Recent Posts

  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା
  • ଏଗ୍ରିଷ୍ଟେକ ଆଇଡି ବାଧ୍ୟତାମୂଳକ ନୁହେଁ, ଯେଉଁ ଚାଷୀ ଆସିପାରିବେନି ସେମାନଙ୍କ ପାଖକୁ ଯିବେ ସରକାର
  • CWG ଚାମ୍ପିଅନ୍ସଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ, ଦେଶକୁ ଦେଲେ ଏଭଳି ବାର୍ତ୍ତା
  • ଭାରତରୁ ରୁଷକୁ ଚାଲିବ ଟ୍ରେନ୍, ସିଧାସଳଖ ନୂଆଦିଲ୍ଲୀରୁ ମସ୍କୋକୁ କରିହେବ ଯାତ୍ରା !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In