• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ଏଥର ମଧ୍ୟ ବାଜି ମାରିଲେ ଛାତ୍ରୀ

by Voice of Victims
May 26, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ଏଥର ମଧ୍ୟ ବାଜି ମାରିଲେ ଛାତ୍ରୀ

ଭୁବନେଶ୍ଵର: ରବିବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତବର୍ଷ ପାସ୍‌ ହାର ୯୬.୦୭% ରହିଛି। ଏଥର ମଧ୍ୟ ଛାତ୍ରୀମାନେ ବାଜି ମାରିଛନ୍ତି। ଏଥର ଛାତ୍ରୀଙ୍କ ପାସ୍‌ ହାର ୯୬.୭୩% ରହିଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୯୫.୩୯% ରହିଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ପାସ୍‌ ହାର ୯୭.୯୮% ରହିଥିବା ବେଳେ ନୂଆପଡ଼ା ଜିଲାରେ ସର୍ବନିମ୍ନ ପାସ୍‌ ହାର ୯୩.୯୧% ରହିଛି। ଛାତ୍ରୀଛାତ୍ର ବୋର୍ଡ ଓ୍ବେବ୍‌ସାଇଟ୍‌, ମୋବାଇଲ ଏସ୍‌ଏମ୍‌ଏସ୍‌ ସହ ପ୍ରଥମଥର ପାଇଁ ହ୍ବାଟ୍‌ସଆପ୍‌ ଜରିଆରେ ପରୀକ୍ଷାଫଳ ଜାଣିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୪୫୭ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୬୪୨୦ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ମୋଟ୍‌ ପାସ୍‌ ହାର ୫୯.୮୮% ରହିଛି। ମଧ୍ୟମାରେ ୩୨୫୨ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ପାସ୍‌ କରିଛନ୍ତି ୩୧୯୧ ଜଣ। ପାସ୍‌ ହାର ୯୮.୧୨% ରହିଛି। ତେବେ ଆସନ୍ତା ୨୯ ତାରିଖରୁ ରିଚେକିଂ ପାଇଁ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ମଇ ୨୯ ତାରିଖରୁ ଜୁନ ୧୨ ଯାଏଁ ଛାତ୍ରଛାତ୍ରୀମାନେ ରିଚେକିଂ ପାଇଁ ଆବେଦନ କରିପାରିବେ। ଏହି ଆବେଦନ ଅନଲାଇନରେ କରାଯିବ। ସେହିଭଳି ଜୁନ ୧୦ ତାରିଖରୁ ସପ୍ଲିମେଣ୍ଟାରି ପରୀକ୍ଷା ପାଇଁ ପଞ୍ଜୀକରଣ କରାଯିବ। ଏନେଇ ବୋର୍ଡ ଉପ-ସଭାପତି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଚଳିତବର୍ଷ ୫,୪୧,୦୬୧ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୫,୩୦,୧୫୩ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି।

Post Views: 42
Share197Tweet123Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In