• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଏବଂ ଗଣଶିକ୍ଷା ମନ୍ତ୍ରୀଙ୍କ ବୈଠକ : ୨୦୩୬ ସୁଦ୍ଧା ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ – ଧର୍ମେନ୍ଦ୍ର ପ୍ରଧାନ

by Voice of Victims
January 9, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଏବଂ ଗଣଶିକ୍ଷା ମନ୍ତ୍ରୀଙ୍କ ବୈଠକ : ୨୦୩୬ ସୁଦ୍ଧା ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର : ଓଡ଼ିଶାରେ ଶିକ୍ଷା କ୍ଷେତ୍ରର ବିକାଶ ଏବଂ ଜାତୀୟ ଶିକ୍ଷା ନୀତିର ସଫଳ ରୂପାୟନ ନେଇ ଗୁରୁବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଓଡ଼ିଶାର ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କେନ୍ଦ୍ର ଓ ରାଜ୍ୟ ଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଓଡ଼ିଶାର ଶିକ୍ଷାଗତ ପ୍ରାଥମିକତା ଉପରେ ବିସ୍ତୃତ ଆଲୋଚନା କରିଥିଲେ ।

ବୈଠକରେ ରାଜ୍ୟରେ ଜାତୀୟ ଶିକ୍ଷା ନୀତିର କାର୍ଯ୍ୟକାରିତା ଏବଂ ନ୍ୟାସନାଲ କରିକୁଲମ ଫ୍ରେମଓ୍ୱାର୍କ ଫର୍ ସ୍କୁଲ ଏଜୁକେସନ(ଏନସିଏଫ-ଏସଇ) ଆଧାରରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ କରାଯାଇଛି । ଓଡ଼ିଶାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କେନ୍ଦ୍ରୀୟ ଶିକ୍ଷା ଯୋଜନାଗୁଡ଼ିକର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା । ସେହିପରି ସ୍କୁଲରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଡ୍ରପ୍ ଆଉଟ୍ ହାର ହ୍ରାସ କରିବା ଏବଂ ସମସ୍ତଙ୍କ ପାଇଁ ଗୁଣାତ୍ମକ ତଥା ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ସୁନିଶ୍ଚିତ କରିବା ପାଇଁ ରଣନୀତି ପ୍ରସ୍ତୁତ କରାଯାଇଛି ।

୨୦୩୬ ସୁଦ୍ଧା ଏକ ଭବିଷ୍ୟତ-ପ୍ରସ୍ତୁତ ଏବଂ ‘ସମୃଦ୍ଧ ଓଡ଼ିଶା’ ଗଠନ ପାଇଁ ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବାକୁ ଲକ୍ଷ୍ୟ ରଖାଯାଇଛି । କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହଯୋଗରେ ଡବଲ ଇଞ୍ଜିନ ସରକାର ଓଡ଼ିଶାର ଶିକ୍ଷା ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ । ଓଡ଼ିଶାର ଶିକ୍ଷାଗତ ଆବଶ୍ୟକତା ପୂରଣ କରିବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ସେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କୁ ଆଶ୍ୱାସନା ଦେଇଛନ୍ତି । ଓଡ଼ିଶାର ଛାତ୍ରଛାତ୍ରୀମାନଙ୍କୁ ଅଧିକ ଦକ୍ଷ ଓ ପ୍ରତିଯୋଗୀତାମୂଳକ କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ମିଳିତ ଭାବେ କାର୍ଯ୍ୟ କରିବେ ବୋଲି ଏହି ଅବସରରେ ମତ ପ୍ରକାଶ ପାଇଛି ।

Post Views: 27
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In