• About Us
  • Contact Us
Wednesday, May 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୨୭ରେ ବସିବ ରତ୍ନଭଣ୍ଡାର ସଂପର୍କିତ ବୈଠକ, ଜାନୁଆରୀ ମାସ ଭିତରେ ହେବ ଗଣତି ମଣତି

by Voice of Victims
December 24, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
୨୭ରେ ବସିବ ରତ୍ନଭଣ୍ଡାର ସଂପର୍କିତ ବୈଠକ, ଜାନୁଆରୀ ମାସ ଭିତରେ ହେବ ଗଣତି ମଣତି

ପୁରୀ : ଜାନୁଆରୀ ମାସ ଭିତରେ ପୁରୀ ମହାପ୍ରଭୁଙ୍କ ଭିତର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ ହୋଇପାରେ । ଏଥିପାଇଁ ମୁକ୍ତି ମଣ୍ଡପ ପରାମର୍ଶ ନିଆଯିବ । ଗଣତି ମଣତି ପାଇଁ ଦର୍ଶନରେ ସମସ୍ୟା ହୋଇପାରେ । ତେଣୁ ଶ୍ରଦ୍ଧାଳୁଙ୍କ ସହଯୋଗ ଲୋଡ଼ା । ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗରେ ଆସନ୍ତା ୨୭ରେ ହେବ ଉଚ୍ଚସ୍ତରୀୟ ବୈଠକ । ଏସଓପି ସମ୍ପର୍କରେ ଆଲୋଚନା କରାଯିବ ବୋଲି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି । ରତ୍ନ ଭଣ୍ଡାର ମରାମତି କାମ ସରିଛି । ଭିତର ଭଣ୍ଡାରରେ ସମସ୍ତ ରତ୍ନ ରଖି ଦିଆଯାଇଛି ।

ତେବେ ଗଣତିମଣତି ପ୍ରକ୍ରିୟାରେ କେଉଁମାନେ ସାମିଲ ହେବେ, ସ୍ଥିର ହୋଇନି । ୨୭ ତାରିଖ ବୈଠକରେ ଏନେଇ ନିଷ୍ପତ୍ତି ହେବ। ରତ୍ନର ମୂଲ୍ୟ ଆକଳନ କରିବା ମୁସ୍କିଲ।  ରତ୍ନ ଗୁଡ଼ିକର ଗୁଣ ମାନ ନିର୍ଣ୍ଣୟ କରାଯିବ । ୨ ଜଣ ଏକ୍ସପର୍ଟ ଏ କାର୍ଯ୍ୟରେ ସହାୟତା କରିବେ । ଏଥିପାଇଁ ରିଜର୍ଭ ବ୍ୟାଙ୍କର ସହଯୋଗ ଲୋଡ଼ାଯାଇଛି ।  ଶେଷ ଥର ଗଣତି ମଣତି ପାଇଁ ୭୨ ଦିନ ଲାଗିଥିଲା । ୧୯୭୮ ମସିହା ଗଣତି ବେଳର ତାଲିକା ସହ ମେଳକ କରାଯିବ ।  ୫୪ ମସିହାର ରେକର୍ଡ ଏବଂ ୭୮ ମସିହାରେ ହୋଇଥିଵା ଗଣତିକୁ ନେଇ ଆଗାମୀ ପଦକ୍ଷେପ ନିଆଯିବ ବୋଲି ଜଷ୍ଟିସ ବିଶ୍ବନାଥ ରଥ କହିଛନ୍ତି ।

Post Views: 36
Share198Tweet124Send
Voice of Victims

Voice of Victims

Recent Posts

  • ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ, ଶିକ୍ଷା ମହଲରେ ଶୋକର ଛାୟା
  • କଣ୍ଟାବାଞ୍ଜି ପୁର୍ବ ବିଧାୟକ ଆୟୁବ ଖାନଙ୍କ ଵିୟୋଗ, ଥରେ ସ୍ବାଧୀନ ଓ ଥରେ ବିଜେଡିରୁ ବିଧାୟକ ହୋଇଥିଲେ
  • ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା
  • ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ
  • ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In