• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

କେନ୍ଦ୍ରୀୟ କୃଷିରତ ମହିଳା ପ୍ରତିଷ୍ଠାନ ପରିଦର୍ଶନ କଲେ ମେଘାଳୟ ଗଣମାଧ୍ୟମ ପ୍ରତିନିଧି

by Voice of Victims
January 20, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
କେନ୍ଦ୍ରୀୟ କୃଷିରତ ମହିଳା ପ୍ରତିଷ୍ଠାନ ପରିଦର୍ଶନ କଲେ ମେଘାଳୟ ଗଣମାଧ୍ୟମ ପ୍ରତିନିଧି

ଭୁବନେଶ୍ଵର: ଚାରିଦିନିଆ ଓଡ଼ିଶା ଗସ୍ତରେ ଥିବା ୧୦ ଜଣିଆ ମେଘାଳୟ ଗଣମାଧ୍ୟମ ପ୍ରତିନିଧି ଦଳ ଆଜି ଭୁବନେଶ୍ୱରସ୍ଥିତ ଭାରତୀୟ କୃଷି ଅନୁସନ୍ଧାନ ପରିଷଦ (ଆଇସିଏଆର)-କେନ୍ଦ୍ରୀୟ କୃଷିରତ ମହିଳା ପ୍ରତିଷ୍ଠାନ (ସିଆଇଡବ୍ଲୁଏ)ପରିଦର୍ଶନ କରିଛନ୍ତି। ସେମାନେ ସିଆଇଡବ୍ଲୁଏ ପରିସରରେ ବୈଜ୍ଞାନିକମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ମତବିନିମୟ କରିଛନ୍ତି। ବିଶେଷ କରି କୃଷି କ୍ଷେତ୍ରରେ ମହିଳାଙ୍କ ଅଂଶଗ୍ରହଣ ବୃଦ୍ଧି କରିବା ନେଇ ସିଆଇଡବ୍ଲୁଏ ପରିସରରେ ଜାରି ରହିଥିବା ଗବେଷଣା ଓ ଅନୁସନ୍ଧାନ ସମ୍ପର୍କରେ ମେଘାଳୟର ସାମ୍ବାଦିକମାନଙ୍କୁ ସୂଚନା ଦିଆଯାଇଥିଲା। ବୈଜ୍ଞାନିକମାନେ ସୂଚନା ଦେଇଥିଲେ ଯେ, କୃଷି କ୍ଷେତ୍ରରେ ମହିଳାଙ୍କ ଭାଗିଦାରୀ ବଢ଼ାଇବା, ଲିଙ୍ଗଗତ ତାରତମ୍ୟ ଦୂର କରିବା ଏବଂ ମହିଳା ଚାଷୀଙ୍କ ସଶକ୍ତିକରଣ ଉଦ୍ଦେଶ୍ୟରେ ବିଶ୍ୱର ଏକମାତ୍ର ଗବେଷଣା ପ୍ରତିଷ୍ଠାନ ଭାବେ ସିଆଇଡବ୍ଲୁଏ କାର୍ଯ୍ୟ କରୁଛି। ଏହି ଅବସରରେ ପ୍ରତିଷ୍ଠାନରେ ଉପସ୍ଥିତ ଥିବା ବିଭିନ୍ନ ମହିଳା କୃଷକ ଉତ୍ପାଦକ ସଂଗଠନ (ଏଫପିଓ) ପ୍ରତିନିଧି, ମହିଳା ଚାଷୀ, ଅଂଶୀଦାରମାନଙ୍କ ସହିତ ମେଘାଳୟ ସାମ୍ବାଦିକମାନେ ମତବିନିମୟ କରିଥିଲେ। ସେମାନେ ମହିଳା ଏଫପିଓଗୁଡ଼ିକର କାର୍ଯ୍ୟଧାରା ଓ ଉପଲବ୍ଧି ସମ୍ପର୍କରେ ଅବଗତ ହୋଇଥିଲେ। ଅନ୍ୟପକ୍ଷରେ ମେଘାଳୟ ଗଣମାଧ୍ୟମ ପ୍ରତିନିଧିମାନେ କଟକ ଜୋବ୍ରାସ୍ଥିତ ଓଡ଼ିଶା ରାଜ୍ୟ ନୌବାଣିଜ୍ୟ ସଂଗ୍ରହାଳୟ ବୁଲି ଦେଖିଥିଲେ। ସେଠାରେ ସଂଗୃହିତ ବିଭିନ୍ନ କଳାକୃତି ଦେଖିବା ସହିତ ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରା ଓ ଇତିହାସ ସମ୍ପର୍କରେ ଅବଗତ ହୋଇଥିଲେ । ସେମାନଙ୍କୁ ସଂଗ୍ରହାଳୟ ଏବଂ ଐତିହାସିକ କଟକ ସହରର ଗୁରୁତ୍ୱ ବିଷୟରେ ସୂଚନା ଦିଆଯାଇଥିଲା । ସେମାନେ ନେତାଜୀ ସୁଭାଷ ବୋଷଙ୍କ ଜନ୍ମସ୍ଥାନ ମଧ୍ୟ ପରିଦର୍ଶନ କରିଥିଲେ । ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ପ୍ରମୁଖ ଯୋଜନା, ଅନୁଷ୍ଠାନ, ପ୍ରକଳ୍ପ ଓ ପଦକ୍ଷେପ ସମ୍ପର୍କରେ ଅଧିକ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ତତ୍ତ୍ୱାବଧାନରେ ପତ୍ର ସୂଚନା କାର୍ଯ୍ୟାଳୟ, ଶିଲଂ ଓ ପତ୍ର ସୂଚନା କାର୍ଯ୍ୟାଳୟ, ଭୁବନେଶ୍ୱର ସହଯୋଗରେ ଏହି ଗଣମାଧ୍ୟମ ପ୍ରତିନିଧିଙ୍କ ଗସ୍ତ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।

Post Views: 46
Share199Tweet125Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In