ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବଗଠିତ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ । ଶ୍ରୀମନ୍ଦିରର ପରିଚାଳନା କମିଟିର ନୂତନ ଭାବେ ମନୋନୀତ ହୋଇଥିବା ସଦସ୍ୟ ମାନେ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ମୋହନ ଚରଣ ମାଝୀଙ୍କୁ ଭେଟି ଶ୍ରୀମନ୍ଦିର ପରିଚାଳନା ପାଇଁ ନୂତନ କମିଟି ଗଠନ କରିଥିବାରୁ ଧନ୍ୟବାଦ ଅର୍ପଣ କରିଛନ୍ତି ।
ପରିଚାଳନା କମିଟିର ସଦସ୍ୟମାନେ ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ଦିର ନୀତିକାନ୍ତି, ପର୍ବପର୍ବାଣୀ କିପରି ଶୃଙ୍ଖଳିତ ଭାବେ ପାଳିତ ହେବ ଏବଂ ପୁରୀ ସହରର ବିକାଶ କିପରି ତ୍ୱରାନ୍ୱିତ ହେବ, ସେ ସମ୍ପର୍କରେ ଆଲୋଚନା କରିଥିଲେ । ମହାପ୍ରଭୁଙ୍କ ସେବା ଓ ମନ୍ଦିର ବିକାଶ କାମରେ ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ପରିଚାଳନା କମିଟି ସଦସ୍ୟ ମାନଙ୍କୁ କହିଥିଲେ ।
ପୁରୀକୁ ଦେଶର ସର୍ବଶ୍ରେଷ୍ଠ ଧର୍ମୀୟ ଓ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ତୋଳିବା ପାଇଁ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ । ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ପୁରୀ ସହରରେ ଅନେକ ସୁବିଧା ଉପଲବ୍ଧ କରାଯିବ ।
