• About Us
  • Contact Us
Monday, February 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ଚୂଡ଼ାନ୍ତ: ତ୍ରିନିଦାଦ, ଟୋବାଗୋ ରାଷ୍ଟ୍ରପତି ମୁଖ୍ୟଅତିଥି

by Voice of Victims
December 31, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ଚୂଡ଼ାନ୍ତ: ତ୍ରିନିଦାଦ, ଟୋବାଗୋ ରାଷ୍ଟ୍ରପତି ମୁଖ୍ୟଅତିଥି

ଭୁବନେଶ୍ୱର: ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ତିନି ଦିନ ଧରି ଅର୍ଥାତ ଏହା ଆସନ୍ତା ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରାୟ ୭ ହଜାର ପ୍ରବାସୀ ଆସୁଥିବାବେଳେ ବର୍ତ୍ତମାନ ସୁଦ୍ଧା ୨୭୪୮ ନାମ ପଞ୍ଜିକୃତ କରିଛନ୍ତି। ଏହି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସରେ ତ୍ରିନିଦାଦ, ଟୋବାଗୋ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ମଙ୍ଗଳବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ଉପରେ ସମୀକ୍ଷା କରି ଏହା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଭାରତୀୟ ସଂସ୍କୃତି ସାରା ବିଶ୍ୱରେ ନିଜର ସମୃଦ୍ଧ ଐତିହ୍ୟ ଓ ପରମ୍ପରା ପାଇଁ ପ୍ରସିଦ୍ଧ। ଓଡ଼ିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ଅବସର। ମୁଖ୍ୟ ଅତିଥି ଭାବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି କ୍ରିଷ୍ଟାଇନ୍ କାର୍ଲ କାଙ୍ଗାଲୁ ଯୋଗଦେବେ। ଏହି ଅବସରରେ ସେ ଚନ୍ଦକା ସ୍ଥିତ ଗୋଡ଼ିବାରି ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବେ। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ମନ୍ତ୍ରୀ ଏସ୍ ଜୟ ଶଙ୍କର, ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ପ୍ରଭୁତି ଏହି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସୁରକ୍ଷାକୁ ଦୃଷ୍ଟିରେ ରଖି ଅଧିକ ସଂଖ୍ୟକ ହାଇ ସିକ୍ୟୁରିଟି ଫୋର୍ସ, ୨୫୦ ଟ୍ରାଫିକ୍ ନିୟନ୍ତ୍ରଣକାରୀ ଏବଂ ୧୪୦ ଲିଆଜନିଙ୍ଗ ଅଫିସରଙ୍କୁ ନିୟୋଜିତ କରାଯାଇଛି। ସେହିପରି ବିଦେଶରୁ ଆସୁଥିବା ଅତିଥିମାନଙ୍କୁ ଏକ ସୁନ୍ଦର ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଭିଜ୍ଞତା ପ୍ରଦାନ ପାଇଁ ଟ୍ୱିନ୍‌ସିଟି ଭୁବନେଶ୍ୱର ଓ କଟକକୁ ସମ୍ପୂର୍ଣ୍ଣ ରୂପେ ସ୍ୱଚ୍ଛ ଓ ନିର୍ମଳ କରାଯାଇଛି। ସହରର ରାସ୍ତା ଘାଟ, ଅଫିସ୍ ବିଲଡିଙ୍ଗ, ବିଡିଏ ପାର୍କ ଓ ବରପୁତ୍ରଙ୍କ ପ୍ରତିମୂର୍ତ୍ତୀ ଗୁଡିକୁ ପରିଷ୍କାର ପରିଛନ୍ନ କରାଯାଇ ସୁସଜ୍ଜିତ ଆଲୋକ ମାଳାରେ ସଜାଇ ଦିଆଯାଉଛି। ପ୍ରବାସୀ ଭାରତୀୟ ଦିବସ ମହାସମାରୋହରେ ଆୟୋଜନ ବେଳେ ସହରର ବିଭିନ୍ନ ସ୍ଥାନରେ ପଥ ଉତ୍ସବ, ଏକାମ୍ର ଉତ୍ସବ, ଆଦିବାସୀ ମେଳା ପ୍ରଭୁତି ଦ୍ୱାରା ରାଜଧାନୀକୁ ଉତ୍ସବ ମୁଖର କରାଯିବ। ଭୁବନେଶ୍ୱର ସହିତ ଏହାର ଆଖପାଖ ଅଞ୍ଚଳର ପରିମଳ ବ୍ୟବସ୍ଥା ଓ ସୌନ୍ଦର୍ଯ୍ୟକରଣ ଉପରେ ସ୍ୱତନ୍ତ୍ର ଧ୍ୟାନଦେବା ପାଇଁ ମୁଖ୍ୟମନ୍ତ୍ରୀ ବିଏମ୍‌ସି ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ସହରର ସ୍ୱଚ୍ଛତା, ଶୃଙ୍ଖଳା ଓ ସରକାରଙ୍କ ଦ୍ୱାରା ପ୍ରଦତ୍ତ ନିୟମାବଳୀର ଅନୁପାଳନ କରି ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହି ସମାରୋହରେ ଓଡ଼ିଶାର ସମୃଦ୍ଧ କଳା ଓ ଐତିହ୍ୟର ପ୍ରଦର୍ଶନ ରାଜାରାଣୀ ସଙ୍ଗୀତ ଉତ୍ସବ, ଓଡ଼ିଶୀ ନୃତ୍ୟ, ମୁକ୍ତେଶ୍ୱର ଡ୍ୟାନ୍ସ ଫେଷ୍ଟିଭାଲ, ଦେଶଜ ନୃତ୍ୟ ଇତ୍ୟାଦି ମାଧ୍ୟମରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରାଯିବ। ଦୂରଦର୍ଶନରେ ଏହାର ସିଧା ପ୍ରସାରଣ ମଧ୍ୟ କରାଯିବ। ଭୁବନେଶ୍ୱର, କଟକ, ପୁରୀ, କୋଣାର୍କ ଆଦି ବିଭିନ୍ନ ସହରର ପ୍ରାୟ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ଅତିଥିମାନଙ୍କୁ ନେବା ପାଇଁ ବ୍ୟବସ୍ଥା କରାଯାଉଛି । ଓଡ଼ିଶାର ଏକ ପ୍ୟାଭିଲିୟନ ଜନତା ମଇଦାନରେ ରହିବ, ଯେଉଁଥିରେ ଶ୍ରୀଜଗନ୍ନାଥ ସଂସ୍କୃତି, କଳିଙ୍ଗ ଯୁଦ୍ଧ, ସମ୍ରାଟ ଅଶୋକଙ୍କ ଚଣ୍ଡାଶୋକରୁ ଧର୍ମାଶୋକରେ ରୂପାନ୍ତରଣ, ଐତିହ୍ୟ ବାଲିଯାତ୍ରା ଓ ଅନ୍ୟାନ୍ୟ କୀର୍ତ୍ତିରାଜୀ ଗୁଡିକର ପ୍ରଦର୍ଶନ କରାଯିବ। ଏହା ସହ ଏକ ଡିଜିଟାଲ୍ ପ୍ରଦର୍ଶନୀର ମଧ୍ୟ ଆୟୋଜନ କରାଯାଇଛି। ଅତିଥି ମାନଙ୍କ ଭ୍ରମଣ ତଥା ଯାତାୟାତ ନିମନ୍ତେ ୧୦ଟି ଉନ୍ନତ ମାନର ବସ ଏବଂ ୫ଟି ଡବଲ୍ ଡେକର ବସର ବ୍ୟବସ୍ଥା କରାଯାଇଛି । ୨୦୦ରୁ ଅଧିକ ପ୍ରବାସୀ ସାମ୍ବାଦିକ, ୭ଟି ଦେଶରୁ ୟୁଟ୍ୟୁବର ଓ ବ୍ଲଗର ଏଥିରେ ଅଂଶ ଗ୍ରହଣ କରୁଛନ୍ତି। ଏହି ଉତ୍ସବର ପ୍ରଚାର ଓ ପ୍ରସାରଣ ନିମନ୍ତେ ସୋସିଆଲ ମିଡିଆ, ଟିଭି ଓ ବିଜ୍ଞାପନ ଇତ୍ୟାଦି ମାଧ୍ୟମରେ ଜନସାଧାରଣଙ୍କୁ ତିନିଗୋଟି ଭାଷା ଯଥା-ଓଡ଼ିଆ, ହିନ୍ଦୀ ଓ ଇଂରାଜୀରେ ଅବଗତ କରାଯାଉଛି । ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା, ଆଇନ, ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ କୃଷ୍ଣଚନ୍ଦ୍ର ମହାପାତ୍ର, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୁଲିସ୍ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

Post Views: 39
Tags: Migrant Day preparations finale: President of Trinidad
Share198Tweet124Send
Voice of Victims

Voice of Victims

Recent Posts

  • ପୁଣି ବିଗିଡ଼ିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସପିଟାଲରେ ହେଲେ ଭର୍ତ୍ତି
  • ସୁରକ୍ଷାକର୍ମୀ-ମାଓବାଦୀ ମଧ୍ୟରେ ଗୁଳିବିନିମୟ, ୩ ମାଓବାଦୀ ନିହତ
  • ଉତ୍ୟକ୍ତ ମହିଳାଙ୍କର ମଦ ବିରୋଧୀ ଅଭିଯାନ
  • ମିଡ଼ିଆ ମ୍ୟାନେଜମେଣ୍ଟ ପାଇଁ ଗୌର ମହାପାତ୍ର ସମ୍ବର୍ଦ୍ଧିତ
  • ଇସ୍ରାଏଲ ଗସ୍ତରେ ଯିବେ ମୋଦି, ଆଣ୍ଟି-ବାଲାଷ୍ଟିକ୍ ମିସାଇଲ ସମେତ ଅନ୍ୟ ଅସ୍ତ୍ରଶସ୍ତ୍ର ପାଇଁ ହୋଇପାରେ ଚୁକ୍ତି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In