• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ସଂସ୍କୃତି ବିଭାଗର ସମୀକ୍ଷା କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

by Voice of Victims
June 17, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସଂସ୍କୃତି ବିଭାଗର ସମୀକ୍ଷା କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଏହି ବିଭାଗ ଓଡ଼ିଆ ଅସ୍ମିତାର ସୁରକ୍ଷା ଦିଗରେ ଗୁରୁ ଭୂମିକା ତୁଲାଉଥିବାରୁ ଏହାର କାର୍ଯ୍ୟଧାରା ଓଡିଶାବାସୀଙ୍କ ମଧ୍ୟରେ ଏକ ସ୍ୱତନ୍ତ୍ର ଅନୁଭୂତି ଆଣିଦେବ ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ। ବିଭିନ୍ନ ସରକାରୀ ଅନୁଷ୍ଠାନ ଓ ବ୍ୟବସାୟ ପ୍ରତିଷ୍ଠାନ ଗୁଡିକରେ ଓଡ଼ିଆରେ ନାମ ଫଳକ ଲେଖା ପଦକ୍ଷେପକୁ ତ୍ୱରାନ୍ୱିତ କରିବାକୁ ସେ ପରାମର୍ଶ ଦେଇଥିଲେ। ଏଥିସହ ଭାଷା କମିଶନ ପ୍ରତିଷ୍ଠା, ସଂସ୍କୃତି ଓ ଐତିହ୍ୟ ନୀତି ସ୍ୱତନ୍ତ୍ର ମାର୍ଗଦର୍ଶିକା ପ୍ରଣୟନ, ସାହିତ୍ୟ ଏକାଡେମୀର ବାକି ଥିବା ପୁରସ୍କାର ପ୍ରଦାନ ଏବଂ ବିଭିନ୍ନ ଏକାଡେମୀର କାର୍ଯ୍ୟନିର୍ବାହୀ କମିଟି ଗଠନ ନିମନ୍ତେ ପଦକ୍ଷେପ ନେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାର ହିତାଧିକାରୀ ଓ ବର୍ତ୍ତମାନ ଜୀବିତ ଥିବା ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ବିଜେତା ମାନଙ୍କୁ ସହାୟତା ରାଶି ସମୟାନୁଯାୟୀ ପ୍ରଦାନ କରିବାକୁ ଅଧିକାରୀ ମାନଙ୍କୁ ପରାମର୍ଶ ଦେବା ସହ ଏକ ଅସ୍ମିତା ଭବନ ନିର୍ମାଣ ପାଇଁ ମଧ୍ୟ ପଦକ୍ଷେପ ନେବାକୁ କହିଥିଲେ। ସେହିଭଳି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମକୁ ନେଇ ଆସନ୍ତା ଶହେ ଦିନରେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିବା ଉପରେ ମଧ୍ୟ ସେ ଗୁରୁତ୍ୱାରୋପ କରିଥିଲେ।

Post Views: 46
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In