• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ମୋଦୀଙ୍କ ମୁହଁରେ କଳାହାଣ୍ଡି ଚାଷୀଙ୍କ ପ୍ରଶଂସା

by Voice of Victims
December 29, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ମୋଦୀଙ୍କ ମୁହଁରେ କଳାହାଣ୍ଡି ଚାଷୀଙ୍କ ପ୍ରଶଂସା

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ‘ମନ କି ବାତ’ରେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକର ପରିବା ଚାଷୀଙ୍କ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ଓଡ଼ିଶାର କଳାହାଣ୍ଡି ଜିଲ୍ଲାର ଏକ ଏଭଳି ପ୍ରୟାସ ବିଷୟରେ କହିବାକୁ ଚାହୁଁଛି, ଯାହା କମ୍ ପାଣି ଏବଂ କମ୍ ସଂସାଧନ ସତ୍ତ୍ୱେ ସଫଳତାର ନୂତନ କାହାଣୀ ଲେଖୁଛି। ଏହା ହେଉଛି କଳାହାଣ୍ଡିର ‘ସବଜି କ୍ରାନ୍ତି’ ବା ପରିବା ବିପ୍ଳବ। ସମୟ ଥିଲା ଯେଉଁଠି କୃଷକ ଅନ୍ୟ ରାଜ୍ୟକୁ ପଳାୟନ କରିବାକୁ ବାଧ୍ୟ ହେଉଥିଲା ଆଜି ସେହି କଳାହାଣ୍ଡିର ଗୋଲମୁଣ୍ଡା ବ୍ଲକ୍ ଏକ ପରିବା ଭଣ୍ଡାରରେ ପରିଣତ ହୋଇଛି। ଏ ପରିବର୍ତ୍ତନର ଆରମ୍ଭ ମାତ୍ର ୧୦ ଜଣ କୃଷକଙ୍କ ଗୋଟିଏ ଛୋଟିଆ ସମୂହ ଦ୍ୱାରା ହୋଇଥିଲା। ସେମାନେ ମିଳିମିଶି ଗୋଟିଏ ଏଫପିଓ ବା କିଷାନ୍ ଉତ୍ପାଦକ ସଂଗଠନ ସ୍ଥାପନ କଲେ। ଚାଷରେ ଆଧୁନିକ କୌଶଳ ପ୍ରୟୋଗ କରିବା ଆରମ୍ଭ କଲେ ଏବଂ ଆଜି ସେମାନଙ୍କର ଏହି ଏଫପିଓ କୋଟି କୋଟି ଟଙ୍କାର କାରବାର କରୁଛି। ଆଜି ୨୦୦ରୁ ଅଧିକ କୃଷକ ଏହି ଏଫପିଓ ସହ ଯୋଡ଼ି ହୋଇଛନ୍ତି, ଯେଉଁମାନଙ୍କ ମଧ୍ୟରେ ୪୫ ଜଣ ମହିଳା ଚାଷୀ ମଧ୍ୟ ଅଛନ୍ତି । ଏହି ଲୋକମାନେ ମିଶି ୨୦୦ ଏକର ଜମିରେ ବିଲାତି ବାଇଗଣ ଚାଷ କରୁଛନ୍ତି ଏବଂ ୧୫୦ ଏକର ଜମିରେ କଲରା ଉତ୍ପାଦନ କରୁଛନ୍ତି। ଏବେ ଏହି ଏଫପିଓର ବାର୍ଷିକ କାରବାର ରାଶି ଦେଢ଼ କୋଟିରୁ ଅଧିକ ହୋଇଗଲାଣି। ଆଜି କଳାହାଣ୍ଡିର ପରିବା ଖାଲି ଓଡ଼ିଶାରେ ନୁହେଁ, ବରଂ ଅନ୍ୟ ରାଜ୍ୟମାନଙ୍କରେ ମଧ୍ୟ ପହଞ୍ଚୁଛି ଏବଂ ସେଠିକାର କୃଷକମାନେ ଏବେ ଆଳୁ ଏବଂ ପିଆଜ ଚାଷର ନୂତନ ପ୍ରଣାଳୀ ଶିଖୁଛନ୍ତି। କଳାହାଣ୍ଡିର ଏହି ସଫଳତା ଆମକୁ ଶିଖାଉଛି ଯେ ସଂକଳ୍ପ, ଶକ୍ତି ଏବଂ ସାମୂହିକ ପ୍ରଚେଷ୍ଟା ଦ୍ୱାରା କ’ଣ କରାଯାଇ ନ ପାରେ ବୋଲି ମୋଦୀ କହିଛନ୍ତି। ଏଥିସହ ନିଜ ଅଞ୍ଚଳରେ ଏଫପିଓ ଗଠନକୁ ଉତ୍ସାହିତ କରିବା ଓ କୃଷକ ଉତ୍ପାଦକ ସଂଗଠନଗୁଡ଼ିକ ସହିତ ଯୋଡ଼ିହୋଇ ସେଗୁଡ଼ିକୁ ମଜଭୁତ୍ କରିବାକୁ ମୋଦୀ ଅନୁରୋଧ କରିଛନ୍ତି। ଛୋଟିଆ ପ୍ରୟାସରୁ ମଧ୍ୟ ବଡ଼ ପରିବର୍ତ୍ତନ ସମ୍ଭବ ହୁଏ। ଖାଲି ଆମର ଦୃଢ଼ ସଂକଳ୍ପ ଏବଂ ସାମୂହିକ ଭାବନାର ଆବଶ୍ୟକତା ରହିଛି ବୋଲି ମୋଦୀ କହିଛନ୍ତି। ଏଠାରେ ଉଲ୍ଲେଖ ଯୋଗ୍ୟ ଯେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ସାନଚେରଗାଁର ଯୁବ ଚାଷୀ କୃଷ୍ଣଚନ୍ଦ୍ର ନାଗ ୨୦୦୮ ମସିହାରେ ପ୍ରଥମେ ୨୦ରୁ ୨୫ ଡିସମିଲ ଜମିରେ ଟମାଟୋ ଚାଷ ଆରମ୍ଭ କରିଥିଲେ। ସେତେବେଳେ ସେ ୭୨ କୁଇଣ୍ଟାଲ ଟମାଟୋ ଉତ୍ପାଦନ କରୁଥିଲେ। କିନ୍ତୁ ନିଜ ଖାଲୁଆ ଜମିକୁ ସମତୁଲ କରି ଚଳିତ ବର୍ଷ ୨୦୦ ଏକର ଜମିରେ ଆଧୁନିକ ପ୍ରଣାଳୀରେ ଟମାଟୋ ଚାଷ କରିଛନ୍ତି। ଏଥିରୁ ସେ ୧.୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ରୋଜଗାର କରିବାର ଳକ୍ଷ୍ୟ ରଖିଛନ୍ତି। ଶ୍ରୀ ନାଗ ଚଳିତ ବର୍ଷ ୧୫୦ ଏକର ଜମିରେ କଲରା ଚାଷ କରି ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ରୋଜଗାର କରି ପାରିଛନ୍ତି।

Post Views: 40
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In