• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଝାରସୁଗୁଡ଼ାରେ ମୋଦିଙ୍କ ପ୍ରକଳ୍ପ ବର୍ଷା:  ୬୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର କଲେ ଉଦ୍‌ଘାଟନ

by Voice of Victims
September 27, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଝାରସୁଗୁଡ଼ାରେ ମୋଦିଙ୍କ ପ୍ରକଳ୍ପ ବର୍ଷା:  ୬୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର କଲେ ଉଦ୍‌ଘାଟନ

ଝାରସୁଗୁଡା:  ଝାରସୁଗୁଡାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ବିେଜେପି ବରିଷ୍ଠ ନେତୃବୃନ୍ଦ ଝାରସୁଗୁଡା ବିମାନ ବନ୍ଦରରେ ମୋଦିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ବିମାନବନ୍ଦରରୁ ଜେଲ ଛକ ପର୍ଯ୍ୟନ୍ତ ଏକ ବିଶାଳ ରୋଡ ସୋ’ରେ ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଝଲକ ପାଇଁ ଜନସମୁଦ୍ର ପାଲଟିଛି ଝାରସୁଗୁଡା ଅମଲିପାଲି ପଡ଼ିଆ । ଯୁବ ସମାବେଶରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ । ମଞ୍ଚରେ ଉପସ୍ଥିତ ଅଛନ୍ତି ରାଜ୍ୟପାଳ ଡ଼. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ବିରଷ୍ଠ ନେତା । ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ସମ୍ବଲପୁରୀ କପଡ଼ାରେ ବୁଣାଯାଇଥିବା ମା’ ସମଲେଶ୍ବରୀଙ୍କ ସ୍ମୃତି ଚିହ୍ନ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି ।

ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୁବ ସମାବେସ ମଞ୍ଚରେ ରିମୋଟ ଦବାଇ ଟେଲିକମ୍ୟୁନିକେସନ୍, ରେଳବାଇ ଏବଂ ଉଚ୍ଚଶିକ୍ଷା ଭଳି କ୍ଷେତ୍ରରେ ୬୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଯେଉଁଥିରେ ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ୧୭୦୦ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଉପହାର ଦେଇଛନ୍ତି ।  ବ୍ରହ୍ମପୁର ଏବଂ ସୁରଟ ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବା ସହିତ ସମ୍ବଲପୁର ସିଟି ଏବଂ ସରଲା ମଧ୍ୟରେ ରେଳ ଫ୍ଲାଇଓଭର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । କୋରାପୁଟ-ବାଇଗୁଡ଼ା ରେଳ ଲାଇନ ଏବଂ ମାନାବାର-କୋରାପୁଟ-ଗୋରାପୁର ରେଳ ଲାଇନର ଦୋହରୀକରଣକୁ ଲୋକାର୍ପଣ କରିଛନ୍ତି । ଏଥିସହିତ ଭୁବନେଶ୍ୱରରେ ସେମିକଣ୍ଡକ୍ଟର ଓ ଇଏସଡିଏମ୍ ପାର୍କ ପ୍ରତିଷ୍ଠାର ଶିଳାନ୍ୟାସ କରିଛନ୍ତି ।

ରାଜ୍ୟ ସରକାରଙ୍କ ବିଶ୍ୱସ୍ତରୀୟ ଦକ୍ଷତା ବିକାଶ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହାବ୍ୟତୀତ ରାଜ୍ୟର ୧୩୦ଟି ଉଚ୍ଚଶିକ୍ଷାନୁଷ୍ଠାନରେ ୱାଇଫାଇ ସେବା ଉଦଘାଟନ୍, ଭୀମ୍‌ସାର ଓ ଏମ୍‌କେସିଜି କଲେଜର ଉନ୍ନତୀକରଣ ପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନର ଲୋକାର୍ପଣ, ଅନ୍ତୋଦୟ ଗୃହ ଯୋଜନାରେ ୫୦ ହଜାର ପରିବାରକୁ ଗୃହ ନିର୍ମାଣ ପାଇଁ ମଞ୍ଜୁରି ପତ୍ର ପ୍ରଦାନ, ଦେଶର ୮ଟି ଆଇଆଇଟିର କ୍ଷମତା ବୃଦ୍ଧି ପ୍ରକଳ୍ପର ଶିଳାନ୍ୟାସ ଭଳି ଯୋଜନା ଅନ୍ତର୍ଭୁକ୍ତ । ଝାରସୁଗୁଡା ସଭାରୁ ଭର୍ଚୁଆଲ ମାଧ୍ୟମରେ ରାଜ୍ୟକୁ ୫୦ କୋଟିରୁ ଅଧିକ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।

Post Views: 40
Share200Tweet125Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In