• About Us
  • Contact Us
Monday, March 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

‘ଆମ ଓଡିଶା, ନବୀନ ଓଡ଼ିଶା’ କାମକୁ ଆଗେଇ ନେବେ ମୋହନ ସରକାର

by Voice of Victims
September 3, 2024
in ମୁଖ୍ୟ ଖବର, ରାଜ୍ୟ
‘ଆମ ଓଡିଶା, ନବୀନ ଓଡ଼ିଶା’ କାମକୁ ଆଗେଇ ନେବେ ମୋହନ ସରକାର

ଭୁବନେଶ୍ୱର: ଗତ ସରକାରଙ୍କ ‘ଆମ ଓଡିଶା, ନବୀନ ଓଡ଼ିଶା’ କାମ ଆଗେଇ ନିଆଯିବ ବୋଲି ବିଧାନସଭାରେ ପ୍ରତିଶ୍ରୁତି ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। କଂଗ୍ରେସ ବିଧାୟକ ତାରା ବାହିନିପତିଙ୍କ ପ୍ରଶ୍ନରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ କହିଛନ୍ତି, ‘ଆମ ଓଡିଶା ନବୀନ ଓଡିଶା’ରେ ୩ ହଜାର ୪୫୭ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। ପ୍ରାୟ ୩୦ରୁ ୪୦ ପ୍ରତିଶତ କାମ ସମ୍ପୂର୍ଣ୍ଣ ହୋଇଛି, ଯାହାର ପେମେଣ୍ଟ ବି ହୋଇଛି। ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ରେ ବିଜେଡି କର୍ମକର୍ତ୍ତା ଯାହା କହୁଥିଲେ ତାହା ହେଉଥିଲା। ବିଜେଡ଼ି ସରକାର ପଲ୍ଲୀ ସଭା କରୁ ନ ଥିଲା । କିନ୍ତୁ ଆମ ସରକାର ତାହା କରିବନି। ଗ୍ରାମ ସଭା ଓ ପଲ୍ଲୀ ସଭାକୁ ଆମ ସରକାର ପୂର୍ଣ୍ଣ କ୍ଷମତା ପ୍ରଦାନ କରିଛନ୍ତି। ସେ ଯାହା କହିବେ ତାହା ହେବ ବୋଲି। ସେହିଭଳି ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଶ୍ନରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ କହିଛନ୍ତି ଯେ ‘ଆମ ଓଡିଶା ନବୀନ ଓଡିଶା’ ଅର୍ଥ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଗାଁ ଗହଳିରେ ଅର୍ପଣ ଚାଉଳ ସଂଗ୍ରହ ପାଇଁ ସଙ୍କୀର୍ତ୍ତନ ଓ କ୍ରୀଡା ବିକାଶ ପାଇଁ ଖର୍ଚ୍ଚ କରାଯାଇଛି। ସେ ବାବଦରେ ଆମେ ତର୍ଜମା କରୁଛୁ। କାମ କରିଥିବା ସଂସ୍ଥାକୁ ଟଙ୍କା ନିଶ୍ଚିତ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

Post Views: 26
Tags: Mohan government will lead the work of 'Am Odisha
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In