• About Us
  • Contact Us
Saturday, July 18, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ, ୪ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ

by Voice of Victims
July 18, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଗଞ୍ଜାମରେ ପ୍ରବଳ ବର୍ଷା ପାଇଁ ସମସ୍ତ ସରକାରୀ ଅଧିକାରୀଙ୍କୁ ମୁଖ୍ୟାଳୟ ନ ଛାଡିବାକୁ ନିର୍ଦ୍ଦେଶ ଦେଲେ କଲେକ୍ଟର

ଭୁବନେଶ୍ବର: ରାଜଧାନୀରୁ ପଶ୍ଚିମ ଓଡ଼ିଶା, ପ୍ରବଳ ବର୍ଷା । ଟୁଇନ ସିଟିରେ ରାତିରୁ ବର୍ଷୁଛି । ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଗାଙ୍ଗେୟ ପଶ୍ଚିମବଙ୍ଗ, ପାର୍ଶ୍ଵବର୍ତ୍ତୀ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ସୀମାନ୍ତରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାରେ ଲାଗିଛି । ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।  ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୪ଟି ଜିଲ୍ଲାରେ ବର୍ଷାର ପ୍ରକୋପ ଅଧିକ ରହିବ ।  ବରଗଡ଼, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୧ଟି ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଏବଂ ନୂଆପଡ଼ାର କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ‘ୟେଲୋ ଆଲର୍ଟ’ ଜାରି ହୋଇଛି । ରାଜ୍ୟର ସମସ୍ତ ବନ୍ଦରଗୁଡ଼ିକରେ ୩ ନମ୍ବର ସ୍ଥାନୀୟ ବିପଦ ସଙ୍କେତ ଜାରି କରାଯାଇଛି । ମତ୍ସ୍ୟଜୀବୀମାନଙ୍କୁ ଆଜି ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ସ୍ପଷ୍ଟ ବାରଣ କରାଯାଇଛି । ଏହା ସହିତ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଏବଂ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ଥିବାରୁ ଜିଲ୍ଲା ପ୍ରଶାସନଗୁଡ଼ିକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Post Views: 14
Share197Tweet123Send
Voice of Victims

Voice of Victims

Recent Posts

  • ରଥଯାତ୍ରା ଓ ଆଡ଼ପ ମଣ୍ଡପ ବିଜେ ଅବସରରେ ଭକ୍ତଙ୍କୁ ପାନୀୟ ଜଳ ଓ ଆଇସସ୍କ୍ରିମ୍ ବଣ୍ଟନ
  • ସୋନମ ୱାଙ୍ଗଚୁକଙ୍କୁ ହସ୍ପିଟାଲ୍ ନେଲା ଦିଲ୍ଲୀ ପୋଲିସ, ୨୦ ଦିନ ଧରି ଅନଶନରେ ବସିଥିଲେ
  • ଇରାନ ଉପରେ ଆମେରିକାର ଭୟଙ୍କର ଏୟାରଷ୍ଟ୍ରାଇକ, ଥରୁଛି ଗଲ୍ଫ ଦେଶ
  • ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ, ୪ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ
  • ରଥଯାତ୍ରାକୁ ଛୋଟଛୁଆ ବୃଦ୍ଧ ଓ ରୋଗୀଙ୍କୁ ଭିଡକୁ ନଆସିବାକୁ ଅପିଲ୍ – ଡିଜିପି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In