• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ବିଜେଡ଼ିରେ ଯୋଗଦେଲେ ଦଶପଲ୍ଲା ପୌରପାଳିକାର ଅଧ୍ୟକ୍ଷା ଇଂ ପୁନମ ପ୍ରିୟଦର୍ଶିନୀ

by Voice of Victims
April 10, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବିଜେଡ଼ିରେ ଯୋଗଦେଲେ ଦଶପଲ୍ଲା ପୌରପାଳିକାର ଅଧ୍ୟକ୍ଷା ଇଂ ପୁନମ ପ୍ରିୟଦର୍ଶିନୀ

ଭୁବନେଶ୍ୱର: ଦଶପଲ୍ଲା ପୌରପାଳିକାର ଅଧ୍ୟକ୍ଷା ଇଂ ପୁନମ ପ୍ରିୟଦର୍ଶିନୀ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ନୟାଗଡ ବିଧାୟକ ଅରୁଣ ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ ୨୦୨୨ ପୌର ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇଥିଲେ ଇଂ ପୁନମ ପ୍ରିୟଦର୍ଶିନୀ। ଦଳରେ ସାମିଲ୍ ହୋଇଥିବା ଇଂ ପୁନମ ପ୍ରିୟଦର୍ଶିନୀଙ୍କୁ ଶ୍ରୀ ସାହୁ, ଶ୍ରୀ ବେହେରା ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ଇଂ ପୁନମ ପ୍ରିୟଦର୍ଶୀନୀଙ୍କ ଯୋଗଦାନ ଫଳରେ ବିଶେଷକରି ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ସାହୁ, ଶ୍ରୀ ବେହେରା ଓ ଡକ୍ଟର ପାତ୍ର କହିଥିଲେ। ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଇଂ ପୁନମ ପ୍ରିୟଦର୍ଶିନୀ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ସ୍ୱାଧୀନ ଭାବେ ଲଢ଼ି ମଧ୍ୟ ବିଜେଡ଼ିକୁ କେବେ ବିରୋଧୀ କରି ନାହିଁ। ନବୀନ ପଟ୍ଟନାୟକ ଓ ବିଜୁ ବାବୁଙ୍କୁ ଆଦର୍ଶ ଭାବି ନିର୍ବାଚନ ଲଢ଼ିଛି। ନବୀନ ବାବୁଙ୍କ ହାତମୁଠା ଟାଣ କରିବି। ଷଷ୍ଠଥର ମୁଖ୍ୟମନ୍ତ୍ରୀ କରିବାକୁ ପ୍ରୟାସ କରିବି। ଦଶପଲ୍ଲା ପୌରପାଳିକାକୁ ଆହୁରି ଆଗକୁ ନେବାକୁ ପ୍ରୟାସ କରିବି। ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ବୋଲି ସେ କହିଥିଲେ।

Post Views: 29
Tags: chairperson of Daspalla municipalityMs. Punam Priyadharthini
Share199Tweet125Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In