• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଅସୁସ୍ଥତା ଠାରୁ ହାରିଗଲେ, ଅକାଳରେ ଚାଲିଗଲେ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର

by Voice of Victims
January 25, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଅଭିଜିତ୍ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର, ଭୁବନେଶ୍ବର ଏମ୍‌ସ ସ୍ଥାନାନ୍ତର

ଭୁବନେଶ୍ୱର : ସଂଗୀତ ଜଗତରୁ ହଜିଗଲା ଜଣେ ତାରକା । ଆଉ ନାହାନ୍ତି ସ୍ୱନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠ ଶିଳ୍ପୀ, ଆଲବମ ଜଗତର କିଙ୍ଗ କୁହା ଯାଉଥିବା ଅଭିଜିତ ମଜୁମଦାର । ଗତ କିଛି ଦିନ ଧରି ତାଙ୍କର ସ୍ୱାସ୍ଥ୍ୟ ଭଲ ନଥିଲା । ଲିଭର ଜନିତ ସମସ୍ୟାରେ ସେ ପୀଡିତ ଥିଲେ । ତାଙ୍କର ସ୍ୱାସ୍ଥ୍ୟ ଅଧିକ ଖରାପ ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସ ରେ ଭର୍ତ୍ତି କରାଯାଇଥିଲା । ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଆଜି ସକାଳ ୯.୦୨ ମିନିଟ ରେ ତାଙ୍କର ମୃତ୍ୟୁ ହୋଇଛି । ମଲ୍ଟି ଅର୍ଗାନ ଫେଲ ହେବା ଯୋଗୁ କୋମାରେ ଥିଲେ ଅଭିଜିତ ।

ଓଲିଉଡରେ ଅଭିଜିତ ଦାଦା ଭାବେ ପରିଚିତ ଥିଲେ ସେ । ସିନେମା ସହ ଆଲବମ୍ ଗୀତରେ ଶ୍ରୋତାଙ୍କ ମନ ମହୁଥିଲେ ଅଭିଜିତ । ୫୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେବା ସହ କଣ୍ଠଦାନ କରିଛନ୍ତି । ‘ଏ ଗୌରା…ଆଜିକାଲି କଣ ଖାଉଛୁ..’ ‘ଏ ସାଲୁ…’, ରିବନ ଫିତା…ଆଦି ହନେକ ହିଟ୍ ଆଲବମ ରହିଛି । ସେହିଭଳି କାଶିଆ କପିଳା, ରଖିବ ଯଦି ସେ ମାରିବ କିଏ, ମୋ ସୁନା ପୁଅ, ମୁନ୍ନା ଏ ଲଭଷ୍ଟୋରୀ, ତୁ ଥା ମୁଁ ଯାଉଛି ରୁଷି, ବାଳୁଙ୍ଗା ଟୋକା, ମାଟ୍ରିକ୍ ପେଲ୍, ରଙ୍ଗିଲା ଟୋକା, ଲଭ୍ ମାଷ୍ଟର, ଆମେ ତ ଟୋକା ଷଣ୍ଢ ମାର୍କା, ଭଉଁରୀ, ଇସ୍କ ତୁ ହି ତୁ, ସମୟ ବଡ଼ ବଳବାନ, ଲଭ୍ ଷ୍ଟେସନ୍ ଏମିତି ଅନେକ ଫିଲ୍ମରେ ସେ ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି । ବାବୁଶାନଙ୍କ ସିଷ୍ଟର ଶ୍ରୀଦେବୀ, ସୁନ୍ଦରଗଡ଼ର ସଲମାନ ଖାଁ, ଶ୍ରୀମାନ ସୁରଦାସ, ଓ ଅନୁଭବଙ୍କ କାବୁଲା ବାରବୁଲାରେ ବି ସେ ମ୍ୟୁଜିକ ଦେଇଛନ୍ତି ।

କଟକରେ ଜନ୍ମ, କଟକ ପାଣି ପବନରେ ବଢ଼ିଥିବା ଅଭିଜିତ ମଜୁମଦାର ସମସ୍ତଙ୍କର ପ୍ରିୟ ଥିଲେ । ପ୍ରଥମେ ସମ୍ବଲପୁରୀ ଆଲବମରୁ କ୍ୟାରିୟର ଆରମ୍ଭ କରି ଓଲିଉଡରେ ପହଞ୍ଚିଥିଲେ । ସେ ୭୦୦ରୁ ଅଧିକ ଗୀତକୁ ସଂଗୀତରେ ସଜାଇଛନ୍ତି । ତାଙ୍କ ଦେହାନ୍ତରେ ସାରା ଓଲିଉଡରେ ଶୋକର ଛାୟା ଖେଳି ଯାଇଛି ।

Post Views: 34
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In