• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଜାତୀୟ ଶିକ୍ଷା ନୀତି-୨୦୨୦ର ଜାତୀୟ କର୍ମଶାଳା, ପ୍ରି-ସ୍କୁଲ ପିଲାଙ୍କ ପାଇଁ ଖୋଲିବ ଶିଶୁ ବାଟିକା

by Voice of Victims
January 21, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଜାତୀୟ ଶିକ୍ଷା ନୀତି-୨୦୨୦ର ଜାତୀୟ କର୍ମଶାଳା, ପ୍ରି-ସ୍କୁଲ ପିଲାଙ୍କ ପାଇଁ ଖୋଲିବ ଶିଶୁ ବାଟିକା

ଭୁବନେଶ୍ବର: ଆଜି ଲୋକସେବା ଭବନ କନ୍‌ଭେନ୍‍ସନ୍ ସେଣ୍ଟରରେ ଜାତୀୟ ଶିକ୍ଷା ନୀତି-୨୦୨୦ ସମ୍ପର୍କିତ ଏକ ତିନି ଦିନିଆ ଜାତୀୟ କର୍ମଶାଳାର ଶୁଭାରମ୍ଭ ହୋଇଛି । ଏଥିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ଓଡିଶାରେ ଏହାର କାର୍ଯ୍ୟକାରିତା ସମ୍ପର୍କରେ ଆଭିମୁଖ୍ୟ ରଖିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନୂତନ ଶିକ୍ଷା ନୀତିରେ ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ସୁଦୃଢ ଭିତ୍ତିଭୂମି ସୃଷ୍ଟି ଓ ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ପ୍ରଦାନ କରାଯିବ । ରାଜ୍ୟ ସରକାର ଏଥିପାଇଁ ନିଷ୍ପତ୍ତି ନେଇ ସାରିଛନ୍ତି ଏବଂ ଆସନ୍ତା ଶିକ୍ଷା ବର୍ଷ ଠାରୁ ଏହି ନୂଆ ନୀତି କାର୍ଯ୍ୟକାରୀ ହେବ । ସେ କହିଥିଲେ ଯେ, ୧୦+୨ ବ୍ୟବସ୍ଥା ବଦଳରେ ରାଜ୍ୟରେ ୫+୩+୩+୪ ବ୍ୟବସ୍ଥା ଲାଗୁ କରାଯିବ । ପ୍ରି-ସ୍କୁଲ ଶିକ୍ଷା ଉପରେ ଗୁରୁତ୍ୱ ଦିଆଯାଇ ପିଲାମାନଙ୍କ ପାଇଁ ଶିଶୁ ବାଟିକା ଖୋଲା ଯିବ। ଶିଶୁ ବାଟିକାରେ ପିଲାଙ୍କ ଉପରେ ବିନା କୌଣସି ଚାପରେ ସେମାନଙ୍କ ମୌଳିକ ଓ ସଂଖ୍ୟା ଜ୍ଞାନ ଉପରେ ଗୁରୁତ୍ୱ ଦିଆଯିବ। ଏଥିପାଇଁ ଆଗାମୀ ବର୍ଷମାନଙ୍କରେ ବ୍ୟାପକ ଭିତ୍ତିଭୂମି ସୃଷ୍ଟି କରାଯିବ । ଶିକ୍ଷକ ନିଯୁକ୍ତି, ପାଠ୍ୟ ପୁସ୍ତିକା ପ୍ରସ୍ତୁତି ଏବଂ ଅନ୍ୟାନ୍ୟ ପାଠ୍ୟ ଉପକରଣ ଯୋଗାଇଦେବା ଉପରେ ଗୁରୁତ୍ୱ ଦିଆଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନୂଆ ଶିକ୍ଷା ନୀତିରେ, ଶିକ୍ଷା ଭିତ୍ତିଭୂମି, ଖେଳ ମାଧ୍ୟମରେ ଶିକ୍ଷା, ମୌଳିକ ଶିକ୍ଷା, ବାହ୍ୟ ଜ୍ଞାନର ବ୍ୟବହାର ଉପରେ ଗୁରୁତ୍ୱ ଦିଆ ଯାଇଛି । ଶିକ୍ଷାରେ ଟେକ୍ନୋଲୋଜିର ପ୍ରୟୋଗକୁ ବ୍ୟାପକ କରାଯିବ। ଟେକ୍ନୋଲୋଜି ଜରିଆରେ ଶିକ୍ଷା ପ୍ରଦାନ ଆମ ଶିକ୍ଷା ବ୍ୟବସ୍ଥାର ଏକ ଅଭିନ୍ନ ଅଙ୍ଗ ହେବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏକ ବିକଶିତ ଭାରତ ଗଠନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଯେଉଁ ଲକ୍ଷ୍ୟ ଅଛି, ତାକୁ ସାକାର କରିବା ଦିଗରେ ନୂଆ ଶିକ୍ଷା ନୀତି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହା ଛାତ୍ର ଓ ଯୁବ ସମାଜକୁ ଏକ ଆଧୁନିକ ଓ ସଶକ୍ତ ଭାରତ ଗଠନ ପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ କରିପାରିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ପ୍ରାଥମିକ ଶିକ୍ଷାର ଭିତ୍ତିଭୂମି ସୁଦୃଢ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବା ଆରମ୍ଭ କରିସାରିଛନ୍ତି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାରେ ରାଜ୍ୟର ପ୍ରତି ପଞ୍ଚାୟତର ଗୋଟିଏ ଲେଖାଏଁ ବିଦ୍ୟାଳୟକୁ ଆଦର୍ଶ ବିଦ୍ୟାଳୟ ଭାବେ ବିକଶିତ କରାଯାଉଛି । ଶହୀଦ୍ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଜନଜାତି ଛାତ୍ରଛାତ୍ରୀମାନଙ୍କ ଡ୍ରପ ଆଉଟ୍ ହାର କମ୍ କରିବା ପାଇଁ ଉଦ୍ୟମ ଆରମ୍ଭ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜିର ଶିକ୍ଷାର୍ଥୀମାନେ ଆଗାମୀ କାଲିର ଭବିଷ୍ୟତ। ତେଣୁ ଗୁଣାତ୍ମକ ଶିକ୍ଷା ସହିତ ସେମାନଙ୍କୁ ସମୟାନୁବର୍ତ୍ତିତା ଓ ଅନ୍ୟ ଆଦର୍ଶ ଗୁଣର ବିକାଶ ଉପରେ ଗୁରୁତ୍ୱ ଦିଆଯିବା ଆବଶ୍ୟକ । ସେମାନେ ଯେପରି ଜଣେ ଜଣେ କର୍ମଯୋଗୀ ହୋଇ ଦେଶର ଉଜ୍ଜ୍ୱଳ ଭବିଷ୍ୟତ ଗଠନରେ ନିଜର ଯୋଗଦାନ ରଖିବେ ସେଥିପ୍ରତି ଗୁରୁତ୍ୱ ଦିଆଯିବା ଆବଶ୍ୟକ ବୋଲି ସେ କହିଥିଲେ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ଯେ, ରାଜ୍ୟର ପାଠ୍ୟକ୍ରମ ପ୍ରସ୍ତୁତି ପାଇଁ ଯେଉଁ ବ୍ୟବସ୍ଥା କରାଯାଇଛି ସେଥିରେ ଶିକ୍ଷା କ୍ଷେତ୍ରରେ ଦକ୍ଷତା ଓ ଅଭିଜ୍ଞତା ଥିବା ଓଡିଶାର ବିଶିଷ୍ଟ ବ୍ୟକ୍ତିମାନଙ୍କର ମତାମତ ଗ୍ରହଣ କରାଯିବା ଆବଶ୍ୟକ । ପାଠ୍ୟକ୍ରମରେ ଓଡିଶାର ଗୌରବମୟ ଇତିହାସ, ଐତିହ୍ୟ ଓ ବରପୁତ୍ରମାନଙ୍କ ବିଷୟ ସ୍ଥାନ ପାଇବା ଆବଶ୍ୟକ। ସମସ୍ତଙ୍କୁ ଯେପରି ସହଜରେ ଓ ସୁବିଧାରେ ଶିକ୍ଷା ମିଳିବ ସେ ଦିଗରେ ନୂଆ ଶିକ୍ଷା ନୀତି ଏକ ଆଦର୍ଶ ନୀତି ବୋଲି ସେ କହିଥିଲେ । ଜାତୀୟ ଶିକ୍ଷା ନୀତି ଓ ରାଜ୍ୟ ଶିକ୍ଷା ନୀତି ଏକ ରୂପ ନେଇ ଓଡିଶାର ପିଲାମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣରେ ସହାୟକ ହେବ ବୋଲି ସେ ମତ ଦେଇଥିଲେ । ଗତ ସାତ ମାସ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ରାଜ୍ୟ ସରକାର ଯେଉଁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ତାହାର ଉଚ୍ଚ ପ୍ରଶଂସା କରିଥିଲେ । ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେ ଯେ, ନୂଆ ଶିକ୍ଷା ନୀତିରେ ମାତୃଭାଷା ସହିତ ବହୁ ଭାଷୀ ଶିକ୍ଷାର ବ୍ୟବସ୍ଥା ରହିଛି । ଏହା ଦ୍ୱାରା ରାଜ୍ୟର ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିବ ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, କେନ୍ଦ୍ର ଶିକ୍ଷା ସଚିବ ଶ୍ରୀ ସଞ୍ଜୟ କୁମାର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ, ବିଶିଷ୍ଟ ଶିକ୍ଷାବିତ୍ ମଞ୍ଜୁଲ୍ ଭାର୍ଗବ ଏବଂ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ଅଧିକାରୀ ଓ ଶିକ୍ଷା କ୍ଷେତ୍ରରେ କାର୍ଯ୍ୟ କରୁଥିବା ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଥିଲେ ।

Post Views: 42
Tags: National Workshop on National Education Policy-2020
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In