• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ନବୀନଙ୍କ ପୁଣି ବଡ ଘୋଷଣା, ବଢିଲା କଳାକାର ଭତ୍ତା, ମିଳିବ ମାସକୁ ୨୦୦୦, ବୟସ୍କଙ୍କୁ ୨୫୦୦ ଟଙ୍କା

by Voice of Victims
February 14, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ନବୀନଙ୍କ ପୁଣି ବଡ ଘୋଷଣା, ବଢିଲା କଳାକାର ଭତ୍ତା, ମିଳିବ ମାସକୁ ୨୦୦୦, ବୟସ୍କଙ୍କୁ ୨୫୦୦ ଟଙ୍କା

ଭୁବନେଶ୍ବର: ଆମର ଲୋକକଳା ଆମର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି। କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା”ରେ କଳାକାର ମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି। ଏହି ନୂଆ ଘୋଷଣା ଅନୁଯାୟୀ, ଏହି ଯୋଜନାର ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ ବର୍ଷରୁ ଉର୍ଦ୍ଧ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ। ଏହାଦ୍ବାରା ରାଜ୍ୟର ୮୦ ହଜାର କଳାକାର ଉପକାର ପାଇବେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ କରିଥିଲେ ଏବଂ ସେମାନଙ୍କର ସଂଗଠନ ମାନେ ଦାବି ଉପସ୍ଥାପନ କରିଥିଲେ। ଏହା ବ୍ଯତୀତ ଲୋକସେବା ଭବନର କନଭେନସନ କେନ୍ଦ୍ରରେ 5T ଅଧ୍ୟକ୍ଷଙ୍କ ସହିତ ଯୋଗାଯୋଗ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ ମଧ୍ୟ କରିଥିଲେ। ପୂର୍ବରୁ ଏହି ଯୋଜନାର ୫୦,୦୦୦ କଳାକାର ମାନଙ୍କୁ ମାସିକ ଟ୧୨୦୦/-ଙ୍କା(ବାରଶହ) ଆଧାରରେ ସହାୟତା ରାଶି ପ୍ରଦାନ କରାଯାଉଥିଲା। ମାତ୍ର ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦ କୁ ବୃଦ୍ଧି କରାଯାଇଅଛି ଯାହାଦ୍ୱାରା ଆହୁରି ରାଜ୍ୟର ୩୦,୦୦୦ କଳାକାର ଏଥିରେ ଉପକୃତ ହୋଇପାରିବେ। ଏହି କ୍ରମରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିୟମାବଳୀର ନିୟମ ୪, ଉପ ନିୟମ (ii)ରେ ଉଲ୍ଲେଖଥିବା କଳାକାରମାନଙ୍କର ବାର୍ଷିକ ଆୟର ସୀମାକୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ନିର୍ବିଶେଷରେ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଅଛି।ଅଶି ବର୍ଷ ପର୍ଯ୍ୟନ୍ତ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୦୦୦/-ଙ୍କା (ଦୁଇ ହଜାର ଟଙ୍କା)କୁ ଓ ଅଶି ବର୍ଷରୁ ଊର୍ଦ୍ଧ୍ଵ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୫୦୦/-ଙ୍କା (ଦୁଇ ହଜାର ପାଞ୍ଚଶହ ଟଙ୍କା)କୁ ବୃଦ୍ଧି କରାଯାଇଅଛି। ଉକ୍ତ ବର୍ଦ୍ଧିତ ସହାୟତା ରାଶି ଚଳିତ ଫେବୃଆରୀ ମାସରୁ ଲାଗୁ କରାଯିବ ଏବଂ DBT ମାଧ୍ୟମରେ ଫେବୃଆରୀ ମାସ ୨୦ତାରିଖରୁ ୨୫ତାରିଖ ମଧ୍ୟରେ ପ୍ରଦାନ କରାଯିବ।ଏହି ଯୋଜନାରେ ସହାୟତା ରାଶି ବୃଦ୍ଧି ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉପକୃତ ହେବେ। ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଏହା ଋଦ୍ଧିମନ୍ତ କରିବ।

Post Views: 51
Tags: 2000 rupees per monthincreased artist allowanceNaveen's big announcement
Share199Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In