• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରଣପୁରରେ ଯୋଗ ଦେଲେ ନୂତନ ଶିକ୍ଷା ଅଧିକାରୀ

by Voice of Victims
February 18, 2025
in ମୁଖ୍ୟ ଖବର, ରାଜ୍ୟ
ରଣପୁରରେ ଯୋଗ ଦେଲେ ନୂତନ ଶିକ୍ଷା ଅଧିକାରୀ

ରଣପୁର (ଭିଓଭି) : ନୟାଗଡ ଜିଲ୍ଲା ରଣପୁର ବ୍ଲକ ଶିକ୍ଷା କାର୍ଯ୍ୟାଳୟରେ ପିଣ୍ଟୁ କୁମାର ପ୍ରଧାନ ନୂତନ ବ୍ଲକ ଶିକ୍ଷା ଅଧିକାରୀ ଭାବେ ଯୋଗ ଦେଇଛନ୍ତି | ପୂର୍ବରୁ ଥିବା ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରାଙ୍କ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକକୁ ବଦଳି ହୋଇଥିବା ଜଣା ପଡିଛି | ରଣପୁର ବ୍ଲକରେ ଯୋଗ ଦେଇଥିବା ନୂତନ ବ୍ଲକ ଶିକ୍ଷା ଅଧିକାରୀ ପୂର୍ବରୁ ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଶିକ୍ଷା ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ | ନୂତନ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଆଜି ଶିକ୍ଷକ ସଙ୍ଘ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି |

ଏହି ସମୟରେ ରାଜ୍ୟ ପ୍ରାଥମିକ ଶିକ୍ଷକ ସଙ୍ଘର ମହାସଚିବ ଜ୍ୟୋତି ରଞ୍ଜନ ଦାଶ, ବ୍ଲକ ପ୍ରାଥମିକ ଶିକ୍ଷକ ସଙ୍ଘ ସଭାପତି ପ୍ରଫୁଲ କୁମାର ବିଶ୍ୱାଳ, ନୂତନ ପେନସନ ଶିକ୍ଷକ ସଙ୍ଘ ସଭାପତି ଅନିଲ କୁମାର ପାଇକରାୟ, ସମ୍ପାଦକ ଜ୍ୟୋତି ରଞ୍ଜନ କର, ମିଡ଼ିଆ ସଂଯୋଜକ ସୁଶୀଲ କୁମାର ରଣା, ରଣପୁର ସର୍କଲ ସଭାପତି ଅଜୟ କୁମାର ସାହୁ, କୋଷାଧ୍ୟକ୍ଷ ପବିତ୍ର ମୋହନ ସାମନ୍ତରାୟ, ରମାକାନ୍ତ ସାହୁ, ଅଶୋକ କୁମାର ବେହେରା, ରାମଚନ୍ଦ୍ର ବେହେରାଙ୍କ ସହିତ ସମସ୍ତ ସଦସ୍ୟସଦସ୍ୟା ଉପସ୍ଥିତ ଥିଲେ | ସେହିପରି ବ୍ଲକର ସାଧନ କେନ୍ଦ୍ର ସଂଯୋଜକ ସଙ୍ଘ ଦ୍ୱାରା ମଧ୍ୟ ନୂତନ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ସ୍ୱାଗତ ଜଣାଯାଇଛି | ବ୍ଲକରେ କାର୍ଯ୍ୟ କରୁଥିବା ପ୍ରଥମ ଓଡିଶା ଫାଉଣ୍ଡେସନର କର୍ମକର୍ତ୍ତାମାନେ ନୂତନ ଶିକ୍ଷା ଅଧିକାରୀଙ୍କୁ ସ୍ୱାଗତ ଜଣାଇଛନ୍ତି | ନୂତନ ଶିକ୍ଷା ଅଧିକାରୀ ସମସ୍ତ ପ୍ରକାର ସୁବିଧା ଅସୁବିଧା ସିଧା ସଳଖ ତାଙ୍କୁ ଜଣାଇବା ପାଇଁ ମତ ଦେଇଛନ୍ତି | ଶିକ୍ଷକଶିକ୍ଷୟତ୍ରୀମାନେ ନିଜର କର୍ତ୍ତବ୍ୟ ମଧ୍ୟ ସୁଚାରୁ ଭାବେ ସମ୍ପାଦନ କରିବା ପାଇଁ କହିଛନ୍ତି |

Post Views: 49
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In