• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ନିର୍ଦ୍ଦେଶ ନିୟନ୍ତ୍ରଣ ଏବଂ ଅଭିଜ୍ଞତା କେନ୍ଦ୍ର ଉଦଘାଟିତ

by Voice of Victims
November 27, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ନିର୍ଦ୍ଦେଶ ନିୟନ୍ତ୍ରଣ ଏବଂ ଅଭିଜ୍ଞତା କେନ୍ଦ୍ର ଉଦଘାଟିତ

ଭୁବନେଶ୍ୱର: ରାଜ୍ୟରେ କୃଷକ ମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ଯୋଗ୍ୟ ଚାଷୀ ଯେଭଳି ନିଜର ପ୍ରାପ୍ୟ ପାଇବାରୁ ବଞ୍ଚିତ ନହୁଅନ୍ତି ଏଥି ନିମନ୍ତେ ସମସ୍ତ ବ୍ୟବସ୍ଥା କରାଯାଇଛି । ଧାନ ସଂଗ୍ରହ ସମୟରେ କୌଣସି ଅନିୟମିତତାର ଅଭିଯୋଗ ଆସିଲେ ଏହା ଉପରେ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ ଖାଦ୍ୟ ଯୋଗାଣ ନିଗମ ପରିସରରେ ନିର୍ଦ୍ଦେଶ ନିୟନ୍ତ୍ରଣ ଏବଂ ଅଭିଜ୍ଞତା କେନ୍ଦ୍ର (Command Control cum Experience Center) ଶୁଭାରମ୍ଭ ହୋଇଛି । ଏହାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଉଦଘାଟନ କରିଛନ୍ତି । ଚାଷୀ ମାନଙ୍କ ସ୍ୱାର୍ଥ ସାଧନ ଓ ସେମାନଙ୍କୁ ସର୍ବାଧିକ ଲାଭ ଦେବା ଲକ୍ଷ୍ୟ ନେଇ ଏହି କେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି । ଏହାଦ୍ୱାରା ଧାନ ବିକ୍ରୟ ପ୍ରକ୍ରିୟାରେ କୌଣସି ସମସ୍ୟା ଥିଲେ ଚାଷୀ ମାନେ ତୁରନ୍ତ ସେମାନଙ୍କ ଅଭିଯୋଗ ଏହି କେନ୍ଦ୍ର ମାଧ୍ୟମରେ କରିପାରିବେ । ଯାହାଦ୍ୱାରା ସମ୍ପୃକ୍ତ ସମସ୍ୟାର ସମାଧାନ କରାଯାଇପାରିବ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି । ପ୍ରତ୍ୟେକ ମଣ୍ଡିରେ ନୋଡାଲ ଅଧିକାରୀ ମାନେ ନିଯୁକ୍ତ ହୋଇ ଧାନକିଣା ପ୍ରକ୍ରିୟା ତଦାରଖ କରୁଛନ୍ତି । କୌଣସି ଅଭିଯୋଗ ଥିଲେ ଟୋଲଫ୍ରି ନଂ ୧୯୬୭ ମାଧ୍ୟମରେ ଯୋଗାଯୋଗ କରିପାରିବେ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ସୂଚନା ଦେଇଛନ୍ତି । ଏହି ନିର୍ଦ୍ଦେଶ ନିୟନ୍ତ୍ରଣ ଏବଂ ଅଭିଜ୍ଞତା କେନ୍ଦ୍ରରେ ସବୁ ଜିଲ୍ଲାର ମଣ୍ଡି ଉପରେ ତୀକ୍ଷ୍ଣ ନଜର ରଖାଯିବ । ସିସିଟିଭି ମାଧ୍ୟମରେ ଲାଇଭ ଫୁଟେଜକୁ ଏଠାରେ ଅନୁଧ୍ୟାନ କରାଯିବା ସହ ମଣ୍ଡିରୁ ଧାନନେଇ ମିଲସ ଓ ଡିପୋକୁ ଯାଉଥିବା ଗାଡିକୁ ମଧ୍ୟ ନିରୀକ୍ଷଣ କରାଯିବ । ଉଭୟ ଖରିଫ ଓ ରବି ଋତୁରେ ଧାନ ସଂଗ୍ରହ ବେଳେ ଏହି କେନ୍ଦ୍ର କାର୍ଯ୍ୟ କରିବ । ଏଠାରେ ଉଭୟ ଅଡିଓ ଓ ଭିଡିଓ କଲ ମାଧ୍ୟମରେ ଯୋଗାଯୋଗ କରିବା ବ୍ୟବସ୍ଥା ରହିଛି। କୌଣସି ଅଭିଯୋଗ କିମ୍ବା ନିର୍ଦ୍ଦେଶ ଆସିଲେ ତ୍ୱରିତ ପଦକ୍ଷେପ ନିଆଯିବାର ବ୍ୟବସ୍ଥା ରହିଛି । ଏହି ଅବସରରେ ଓଡିଶା ରାଜ୍ୟ ଖାଦ୍ୟ ଯୋଗାଣ ନିଗମ ଓ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Post Views: 59
Share198Tweet124Send
Voice of Victims

Voice of Victims

Recent Posts

  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ
  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In