• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପ୍ରତ୍ୟାହାର ହେବନି ସିଏଏ:ଅମିତ ଶାହା

by Voice of Victims
March 14, 2024
in ଦେଶ ବିଦେଶ, ମୁଖ୍ୟ ଖବର
ପ୍ରତ୍ୟାହାର ହେବନି ସିଏଏ:ଅମିତ ଶାହା

ନୂଆଦିଲ୍ଲୀ: କୌଣସି ବି ପରିସ୍ଥିତିରେ ନାଗରିକତା ସଂଶୋଧନ ଆଇନ୍ (ସିଏଏ)କୁ ପ୍ରତ୍ୟାହାର କରାଯିବ ନାହିଁ ବୋଲି ଅମିତ ଶାହା ରୋକଠୋକ କହିଛନ୍ତି । ସିଏଏ ସାରା ଦେଶରେ ଲାଗୁ ହୋଇସାରିଛି । ହେଲେ ବିରୋଧୀ କିନ୍ତୁ ଏହାକୁ ନେଇ ସ୍ୱର ଉଠାଇବା ଜାରି ରଖିଛନ୍ତି । ଆଉ ଏହାରି ଭିତରେ ବିରୋଧୀଙ୍କୁ କଡା ଜବାବ ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଶାହା କହିଛନ୍ତି, କୌଣସି ବି ପରିସ୍ଥିତିରେ ସିଏଏକୁ ପ୍ରତ୍ୟାହାର କରାଯିବ ନାହିଁ । ବିରୋଧୀଙ୍କୁ ଟାର୍ଗେଟ କରି ଶାହା କହିଛନ୍ତି, ସିଏଏ ଜରିଆରେ ନୂଆ ଭୋଟ୍ ବ୍ୟାଙ୍କ ପ୍ରସ୍ତୁତ କରିବାକୁ ଚାହୁଁଛନ୍ତି ବିରୋଧୀ । ଏହା ହିଁ ତାଙ୍କର ଇତିହାସ । ହେଲେ ବିଜେପି, ନରେନ୍ଦ୍ର ମୋଦୀଙ୍କ ସରକାରଙ୍କ ସବୁ ଗ୍ୟାରେଣ୍ଟି ପୂରା ହେଇଛି ଆଉ ଆଗକୁ ହେବ ବୋଲି ଶାହା କହିଛନ୍ତି । ଶାହା କହିଛନ୍ତି, ବିରୋଧୀଙ୍କ ପାଖରେ ଦ୍ୱିତୀୟ କିଛି କାମ ନାହିଁ । ସେମାନେ କହୁଥିଲେ ସର୍ଜିକାଲ ଷ୍ଟ୍ରାଇକ୍ ଏବଂ ଏୟାରଷ୍ଟ୍ରାଇକ୍ ରାଜନୈତିକ ଲାଭ ପାଇଁ କରାଯାଇଛି । ହେଲେ ଆତଙ୍କବାଦ ବିରୋଧରେ ଆକ୍ସନ ନେବା ଉଚିତ୍ ନୁହେଁ କି ବୋଲି ପ୍ରଶ୍ନ କରିଛନ୍ତି ଶାହା । ସେହିଭଳି ଧାରା ୩୭୦ ଉଚ୍ଛେଦ କଥା ଉଠାଇ ମଧ୍ୟ ବିରୋଧୀଙ୍କ ଉପରେ କେନ୍ଦ୍ର ଗୃହମନ୍ତ୍ରୀ ବର୍ଷିଛନ୍ତି । ଶାହା କହିଛନ୍ତି, ୧୯୫୦ରୁ ଆମେ କହୁଥିଲୁ, ଧାରା ୩୭୦ ହଟେଇବୁ । ସେମାନେ ଯାହା କୁହନ୍ତି, ତାହା କରନ୍ତିନି । ହେଲେ ଆମେ ଯାହା କହୁ, ସେୟା କରୁ । ଅନ୍ୟପଟେ ସିଏଏକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦେଇଥିବା ବୟାନକୁ ନେଇ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି ଶାହା । ସେ କହିଛନ୍ତି ଯେ, ଆଉ ବେଶି ଦିନ ନୁହେଁ, ଖୁବଶୀଘ୍ର ବିଜେପି ପଶ୍ଚିମବଙ୍ଗରେ ମଧ୍ୟ ସରକାରକୁ ଆସିବ । ସେଠାରେ ମଧ୍ୟ ଅନୁପ୍ରବେଶକୁ ରୋକାଯିବ । ରାଷ୍ଟ୍ରୀୟ ସୁରକ୍ଷା ଭଳି ପ୍ରସଙ୍ଗରେ ତୁଷ୍ଟୀକରଣ ରାଜନୀତି କରିବା ଠିକ୍ ନୁହେଁ ବୋଲି ଶାହା କହିଛନ୍ତି । ଶରଣାର୍ଥୀଙ୍କୁ ନାଗରିକତା ଦେବାକୁ ବିରୋଧ କରୁଥିବା ଲୋକଙ୍କୁ ଦେଶବାସୀ ସାଥ୍ ଦେବେନି ବୋଲି ଶାହା କହିଛନ୍ତି ।

Post Views: 48
Share199Tweet124Send
Voice of Victims

Voice of Victims

Recent Posts

  • ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ
  • ବୈଜ୍ଞାନିକ ଓ ସ୍ଥାୟୀ କୃଷିକୁ ପ୍ରୋତ୍ସାହନ ଦେବାର ଲକ୍ଷ୍ୟ ନେଇ ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ କୃଷକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
  • ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ମିଳିତ ଗବେଷଣା ପାଇଁ ସୋଆ ଓ କେବିସି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
  • ୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ଯୁବପିଢ଼ିଙ୍କ ରହିବ ମୁଖ୍ୟ ଭୂମିକା: ଡକ୍ଟର ପୁରଞ୍ଜନ ଦାସ
  • ଘୂର୍ଣ୍ଣିବଳୟ ପ୍ରଭାବ, ଆଜିଠୁ ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In