• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

by Voice of Victims
May 7, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ (ଦେଶରେ ସାମୂହିକ ଭାବରେ ସପ୍ତମ ପର୍ଯ୍ୟାୟ) ମତଦାନ ପ୍ରକ୍ରିୟା ପାଇଁ ଆନୁଷ୍ଠାନିକ ଭାବରେ ତା. ୦୭/୦୫/୨୦୨୪ରେ ବିଜ୍ଞପ୍ତି ପ୍ରକାଶ ପାଇସାରିଛି । ଏହି ପର୍ଯ୍ୟାୟରେ ମୟୂରଭଞ୍ଜ (ଏସ୍‌.ଟି.), ବାଲେଶ୍ୱର, ଭଦ୍ରକ (ଏସ୍‌.ସି.), ଯାଜପୁର (ଏସ୍‌.ସି.), କେନ୍ଦ୍ରାପଡ଼ା ଓ ଜଗତସିଂହପୁର (ଏସ୍‌.ସି.) ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୪୨ ବିଧାନସଭା କ୍ଷେତ୍ର ପାଇଁ ମତଦାନ ପ୍ରକ୍ରିୟା ହେବ। ଏସବୁ ପାଇଁ ୧୪ ମଇ ୨୦୨୪ (ମଙ୍ଗଳବାର) ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ହୋଇଥିବାବେଳେ ମଇ ୧୫ରେ ନାମାଙ୍କନ ପତ୍ର ଯାଞ୍ଚ, ମଇ ୧୭ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ଓ ଜୁନ୍‌ ୧ରେ ମତଦାନ ତାରିଖ ରହିଅଛି । ଏହି ଛଅଗୋଟି ସଂସଦୀୟ କ୍ଷେତ୍ର ଅଧିନରେ ଅନ୍ୟ ପର୍ଯ୍ୟାୟ ତୁଳନାରେ ସର୍ବାଧିକ ମତଦାତା, ଯୁବ ମତଦାତା ଓ ସର୍ବାଧିକ ମତଦାନ କେନ୍ଦ୍ର ରହିଅଛି । ଉକ୍ତ ପର୍ଯ୍ୟାୟରେ ସର୍ବମୋଟ ୯୯୫୫୫୫୬ (ପୁରୁଷ-୫୦୮୫୫୩୮, ମହିଳା-୪୮୬୯୩୩୧, ତୃତୀୟ ଲିଙ୍ଗ-୬୮୭) ଜଣ ମତଦାତା ୧୦୮୫୭ଟି ମତଦାନ କେନ୍ଦ୍ରରେ ମତଦାନ କରିବେ । ଏଠାରେ ୨୫ଟି ଅତିରିକ୍ତ ମତଦାନ କେନ୍ଦ୍ର ରହିଛି । ଏହି ପର୍ଯ୍ୟାୟରେ ମୋଟ ୨୫୬୦୦୭ ପ୍ରଥମ ଥର ମତଦାତା (୧୮-୧୯ ବର୍ଷ), ୨୦୪୮୭୦୫ ଯୁବ ମତଦାତା (୨୦-୨୯ ବର୍ଷ) ରହିଛନ୍ତି । ଏହି ପର୍ଯ୍ୟାୟରେ ସର୍ବମୋଟ ମତଦାତା ଲିଙ୍ଗ ଅନୁପାତ ୯୫୭ ରହିଅଛି। ଏହି ଛଅଗୋଟି ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୪୨ ବିଧାନସଭା କ୍ଷେତ୍ରରୁ ସି-ଭିଜିଲ୍‌ ମାଧ୍ୟମରେ ୦୧/୦୩/୨୦୨୪ରୁ ୦୬/୦୫/୨୦୨୪ ମଧ୍ୟରେ ୨୪୦୮ ଗୋଟି ଅଭିଯୋଗ ପ୍ରାପ୍ତ ହୋଇଥିବାବେଳେ ୨୪୦୧ ଗୋଟି ଅଭିଯୋଗ ପାଇଁ ବିଧି ଅନୁସାରେ ପଦକ୍ଷେପ ଗ୍ରହଣ କରାଯାଇସାରିଛି । ୦୧ ମାର୍ଚ୍ଚ ୨୦୨୪ରୁ ୦୬ ମଇ ୨୦୨୪ ପର୍ଯ୍ୟନ୍ତ ମୋଟ ୨୭୯୩ ଲକ୍ଷ ଟଙ୍କାର ସାମଗ୍ରୀ ଓ ଟଙ୍କା ଜବତ କରାଯାଇସାରିଛି । ଏହି ପର୍ଯ୍ୟାୟ ନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇସାରିଛି ଏବଂ ପ୍ରତିଟି ବୁଥ୍‌ରେ ମୁକ୍ତ, ଅବାଧ, ସ୍ୱଚ୍ଛ ନିର୍ବାଚନ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ସୂଚିତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ରାଜ୍ୟ ସମସ୍ତ ମତଦାତା ମତଦାନ କରି ନିଜ ନିଜର ଗଣତାନ୍ତ୍ରିକ କର୍ତ୍ତବ୍ୟ ନିର୍ବାହ କରିବା ସହ ଆମ ଦେଶର ସର୍ବବୃହତ ଗଣତାନ୍ତ୍ରିକ ମହାପର୍ବରେ ଅଂଶୀଦାର ହେବା ପାଇଁ ସେ ନିବେଦନ କରିଛନ୍ତି।

Post Views: 31
Share198Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In