• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି: ମୁଖ୍ୟମନ୍ତ୍ରୀ

by Voice of Victims
January 21, 2024
in ମୁଖ୍ୟ ଖବର, ରାଜ୍ୟ
ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ୟ୍ୟାୟର ତୃତୀୟ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ମୟୁରଭଞ୍ଜ, ସମ୍ବଲପୁର, ନୂଆପଡା, ରାୟଗଡ ଓ ବଲାଙ୍ଗିର ଆଦି ୫ଟି ଜିଲ୍ଲାର ୩୬୧ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ ମୟୁରଭଞ୍ଜ ଜିଲ୍ଲାର ୧୦୫ଟି ହାଇସ୍କୁଲ, ସମ୍ବଲପୁରର ୬୩ଟି,   ନୂଆପଡାର ୩୩ଟି, ରାୟଗଡର ୬୦ଟି  ଓ ବଲାଙ୍ଗିର ୧୦୦ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ସୂଚନାଯୋଗ୍ୟ ଯେ, ପୂର୍ବରୁ ତିନୋଟି ପର୍ୟ୍ୟାୟରେ ରାଜ୍ୟରେ ୬୮୮୩ଟି  ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ୟ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ୟ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ୟ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପିଲାଙ୍କ ଉଜ୍ଜଳ ଭବିଷ୍ୟତ ଗଠନ ପାଇଁ ଏବେ ସରକାରୀ ସ୍କୁଲ ଗୁଡିକ ଶ୍ରେଷ୍ଠ ମାଧ୍ୟମ ହୋଇଛି। ରୂପାନ୍ତରିତ ସ୍କୁଲର ସଠିକ ଉପଯୋଗ କରି ଭଲ ପାଠ ପଢି ନିଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ  ଜାତିରେ  ନୂଆ  ଜାଗରଣ ର  ମାର୍ଗ  ପ୍ରଶସ୍ତ  କରିଛି  ବୋଲି  ସେ  କହିଥିଲେ ।  

Post Views: 137
Share200Tweet125Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In