• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଓଡ଼ିଆ ନବବର୍ଷ ଓ ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ଗାଁଠୁ ସହର

by Voice of Victims
April 14, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଓଡ଼ିଆ ନବବର୍ଷ ଓ ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ଗାଁଠୁ ସହର

ଭୁବନେଶ୍ବର: ଆଜି ମେଷ ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଶାରେ ପଣା ସଂକ୍ରାନ୍ତି ଭାବେ ପାଳନ କରାଯାଇଥାଏ। ଏହି ଦିନ ହନୁମାନ ଜୟନ୍ତୀ ମହାଆଡମ୍ବର ସହକାରେ ପାଳନ କରାଯାଇଥାଏ। ଓଡ଼ିଆ ପଞ୍ଜିକା ଗଣନା ଅନୁସାରେ, ମହାବିଷୁବ ସଂକ୍ରାନ୍ତିକୁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବେ ଗ୍ରହଣ କରାଯାଏ। ତେଣୁ ଏହି ଦିନକୁ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଏ। ବର୍ଷ ଆରମ୍ଭ ହେଉଥିବାରୁ ପ୍ରତି ଓଡ଼ିଆ ଘରେ ଦେବୀଦେବତାଙ୍କଠାରେ ସ୍ୱତନ୍ତ୍ର ପୂଜା, ହୋମ ଆଦି ଯଥାବିଧି ପାଳନ କରାଯାଏ। ଏହି ଦିନଠାରୁ ବସନ୍ତ ଋତୁ ଶେଷ ହୋଇ ଗ୍ରୀଷ୍ମ ଆରମ୍ଭ ହୁଏ। ଏହି ସମୟରେ ସୂର୍ଯ୍ୟ କିରଣର ପ୍ରଖରତା ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧିପାଏ ବୋଲି କୁହାଯାଏ। ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା କରାଯାଇଥାଏ। ତେଣୁ ଆଜି ଦିନରେ ଠାକୁରଙ୍କ ପାଖରେ ପଣା ଭୋଗର ବିଧି ରହିଛି । ସେଥିପାଇଁ ଏହି ଦିନକୁ ପଣା ସଂକ୍ରାନ୍ତି ବୋଲି କୁହାଯାଏ। ଏହି ସଂକ୍ରାନ୍ତିଠାରୁ ବୃକ୍ଷଜଗତ ଓ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହାକୁ ଜଳ ସଂକ୍ରାନ୍ତି ବୋଲି କୁହାଯାଏ। ହିନ୍ଦୁ ପରିବାରରେ ଚଉଁରାରେ ପୂଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଠେକିରେ ଜଳ ରଖି ତା’ର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଏ। ଏହି ଠେକିକୁ ବସୁନ୍ଧରା ଠେକି କୁହାଯାଏ। ମହାବିଷୁବ ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ। ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷା ପାଇବା ପାଇଁ ଏହି ପବିତ୍ର ଦିନରେ ହନୁମାନ ଜୟନ୍ତୀ ପାଳନ କରାଯାଏ। ଏହି ଦିନ ପବିତ୍ର ଝାମୁ ବ୍ରତର ଉଦ୍‌ଯାପନ କରାଯାଏ। ପବିତ୍ର ମହାବିଷୁବ ସଂକ୍ରାନ୍ତିରେ ହନୁମାନ ଜୟନ୍ତୀ ପାଳିତ ହୁଏ। ଓଡ଼ିଶାର ସମସ୍ତ ହନୁମାନ ପୀଠରେ ସ୍ୱତନ୍ତ୍ର ପୂଜା ଓ ହନୁମାନ ଚାଳିସା ପାଠ କରାଯାଏ।

Post Views: 29
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In