• About Us
  • Contact Us
Friday, May 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ଉପରେ ଓଡ଼ିଶା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ; ମହିଳା ସଶକ୍ତିକରଣ ପାଇଁ ଆହ୍ୱାନ କଲେ ମୁଖ୍ୟମନ୍ତ୍ରୀ

by Voice of Victims
May 1, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ଉପରେ ଓଡ଼ିଶା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ; ମହିଳା ସଶକ୍ତିକରଣ ପାଇଁ ଆହ୍ୱାନ କଲେ ମୁଖ୍ୟମନ୍ତ୍ରୀ

ଗୁରୁବାର ଦିନ ଓଡ଼ିଶା ବିଧାନସଭାର ଏକ ସ୍ୱତନ୍ତ୍ର ଦିନିକିଆ ଅଧିବେଶନରେ ‘ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଅବଦାନ’ ଶୀର୍ଷକରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତ କ୍ଷେତ୍ରରେ ସାମଗ୍ରିକ ମହିଳା ସଶକ୍ତିକରଣର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ ମାଝୀ ଏହି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା ପାଇଁ ସୁଯୋଗ ପ୍ରଦାନ କରିବା ପାଇଁ ବାଚସ୍ପତିଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ଆଶା ପ୍ରକାଶ କରିଥିଲେ ଯେ ସମସ୍ତ ସଦସ୍ୟ ସୁଚିନ୍ତିତ ମତାମତ ସହିତ ଯୋଗଦାନ ଦେବେ।

ଆଜି ବିଧାନସଭାର ଏହି ବିଶେଷ ଦିନିକିଆ ଅଧିବେଶନରେ ‘ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ’ ସମ୍ପର୍କରେ ଉପସ୍ଥାପନା କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଆଜିର ଏହି ଅଧିବେଶନ କେବଳ ନାରୀ ଶକ୍ତି ବନ୍ଦନ ଅଧିନିୟମ ସଂକ୍ରାନ୍ତରେ ନୁହେଁ। ଆଜିର ଅଧିବେଶନ ମହିଳା ସଶକ୍ତିକରଣ, ବିଶେଷଭାବେ ରାଜନୈତିକ ସଶକ୍ତିକରଣ ବିଷୟରେ ଆଲୋଚନା ପାଇଁ ଆହୁତ କରାଯାଇଛି। ଆଜି ଆମ ଦେଶ ଏକ ବିଶେଷ ପରିସ୍ଥିତି ଦେଇ ଗତି କରୁଛି। ସମ୍ବିଧାନ ପ୍ରଣିତ ହେବାର ୭୫ ବର୍ଷ ପୁରିଛି, ଦେଶରେ ଅନେକ ପ୍ରଗତି ହୋଇଛି। କିନ୍ତୁ, ଦେଶର ଅଧା ଜନସଂଖ୍ୟା ଆଜି ନିଜକୁ ଠକି ହେଲା ପରି ମନେ କରୁଛନ୍ତି।

ପୂର୍ବ ସରକାରଙ୍କୁ ସମାଲୋଚନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଗତ କିଛି ଦଶନ୍ଧି ଧରି ସବୁ ରାଜନୈତିକ ଦଳ ମହିଳା ସଶକ୍ତିକରଣ ବିଷୟରେ ଆଲୋଚନା କରୁଛନ୍ତି। କିନ୍ତୁ, ତାଙ୍କ ପାଇଁ ମହିଳା ସଶକ୍ତିକରଣର ସଂଜ୍ଞା ଅତି ସଙ୍କୁଚିତ। କାରଣ, ତାଙ୍କ ପାଇଁ ମହିଳା ସଶକ୍ତିକରଣର ଅର୍ଥ ହେଉଛି କେବଳ ଅର୍ଥନୈତିକ ସ୍ତରରେ ଆତ୍ମନିର୍ଭରଶୀଳତା।ତେଣୁ, SHG ଗଠନ କରି କିଛି ଟଙ୍କା ଦେଇଦେଲେ ସେମାନେ ଭାବନ୍ତି ଯେ ମହିଳାମାନେ ସଶକ୍ତ ହୋଇଗଲେ । କିନ୍ତୁ, ଏହା ଏକ ଭ୍ରାନ୍ତ ଧାରଣା। ସଶକ୍ତିକରଣର ପ୍ରକୃତ ସଂଜ୍ଞା ହେଉଛି ନିଜେ ନିଜ ପାଇଁ, ପରିବାର ପାଇଁ ଏବଂ ସମାଜ ପାଇଁ ନିଷ୍ପତ୍ତି ନେବାର ଅଧିକାର। ତେଣୁ, ସାମାଜିକ, ଅର୍ଥନୈତିକ ଏବଂ ରାଜନୈତିକ କ୍ଷେତ୍ରରେ ସଶକ୍ତିକରଣ ହେବା ହିଁ ହେଉଛି ପ୍ରକୃତ ଅର୍ଥରେ ମହିଳା ସଶକ୍ତିକରଣ।

ଦେଶ ସ୍ଵାଧୀନ ହେବାର ପ୍ରାୟ ୮୦ ବର୍ଷ ହୋଇ ଗଲାଣି। ଏହି ଆଠ ଦଶକରେ ଆମ ଦେଶର ଝିଅ ଓ ମହିଳାମାନେ ସବୁ କ୍ଷେତ୍ରରେ ପାରଙ୍ଗମ ହାସଲ କରିସାରିଛନ୍ତି। ସେମାନେ ଘର ଚଳାଇବା ସହିତ ଅଟୋ-ବସ ଚଳାଇବା ଠୁ ଆରମ୍ଭ କରି ଫାଇଟର ପ୍ଳେନ ଉଡାଉଛନ୍ତି। ଆପଣଙ୍କର ମନେଥିବ, ବାଲାକୋଟ ଆକ୍ରମଣ ପରେ ଭରତ-ପାକିସ୍ତାନ ମଧ୍ୟରେ ଯେଉଁ ବିମାନ ଯୁଦ୍ଧ ହୋଇଥିଲା ପାକିସ୍ତାନର ଫାଇଟର ଜେଟ F-୧୬ ଖସାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ Indian Air Forceର ଜଣେ ସାହସୀ ଓ ଦକ୍ଷ ରାଡ଼ାର ଇଞ୍ଜିନିୟର।ସେହିପରି ଅପରେସନ ସିନ୍ଦୁର ସମୟରେ ଭାରତୀୟ ସେନାର ଚେହେରା ଥିଲେ କୋଲୋନେଲ ସୋଫିଆ କୁରେଶୀ ଏବଂ ୱିଙ୍ଗ କମାଣ୍ଡର ବ୍ୟୋମିକା ସିଂହ। ଏହାହିଁ ହେଉଛି ଆଧୁନିକ ଭାରତର ନାରୀଶକ୍ତି।

Post Views: 8
Share196Tweet123Send
Voice of Victims

Voice of Victims

Recent Posts

  • ଆଜି ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ
  • କୁମ୍ଭୀରଙ୍କ ପ୍ରଜନନ ଋତୁ, ଆଜିଠୁ ତିନି ମାସ ଯାଏଁ ଭିତରକନିକା ବନ୍ଦ
  • ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ଉପରେ ଓଡ଼ିଶା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ; ମହିଳା ସଶକ୍ତିକରଣ ପାଇଁ ଆହ୍ୱାନ କଲେ ମୁଖ୍ୟମନ୍ତ୍ରୀ
  • OAS ସ୍ତରରେ ବଡ଼ ଧରଣର ଅଦଳବଦଳ; ୨୯ ଜଣଙ୍କୁ ବଦଳି କଲେ ରାଜ୍ୟ ସରକାର
  • କାଶୀନାଥଙ୍କ ଘରେ ଫୁଟିଲା ଦୁର୍ଲଭ ବ୍ରହ୍ମକମଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In