• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ନୂଆଦିଲ୍ଲୀର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ‘ଓଡ଼ିଶା ମଣ୍ଡପ’କୁ ରୌପ୍ୟ ପଦକ

by Voice of Victims
November 27, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ନୂଆଦିଲ୍ଲୀର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ‘ଓଡ଼ିଶା ମଣ୍ଡପ’କୁ ରୌପ୍ୟ ପଦକ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୪’ରେ ‘ଓଡ଼ିଶା ମଣ୍ଡପ’କୁ ମିଳିଛି ରୌପ୍ୟ ପଦକ। ଏହି ବିଶାଳ ବାଣିଜ୍ୟ ମେଳାରେ ଥିମାଟିକ୍‌ ବର୍ଗରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ‘ଓଡ଼ିଶା ମଣ୍ଡପ’କୁ ଏହି ପୁରସ୍କାର ମିଳିଛି। ନୂଆଦିଲ୍ଲୀରେ ଅବସ୍ଥାପିତ ଆବାସିକ ଆୟୁକ୍ତ ବିଶାଲ ଗଗନ ଓଡ଼ିଶା ସରକାରଙ୍କ ପକ୍ଷରୁ ଏହି ପୁରସ୍କାର ଗ୍ରହଣ କରିଥିଲେ। ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ମଞ୍ଚରେ ପୁରସ୍କାର ଗ୍ରହଣ ସମୟରେ ‘ଓଡ଼ିଶା ମଣ୍ଡପ’ର ନିର୍ଦ୍ଦେଶକ ଅଶ୍ୱିନୀ ଭୋଇ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀଯୁକ୍ତ ସନ୍ତୋଷ କୁମାର ଦାସ, ପ୍ରଦର୍ଶନୀ ଦାୟିତ୍ୱରେ ଥିବା ଅଧିକାରୀ ଦୀପକ କୁମାର ସାହୁ, ସୂଚନା ଅଧିକାରୀ ହରପ୍ରସାଦ ମହାପାତ୍ର, ଅତିରିକ୍ତ ସେକ୍ସନ ଅଫିସର ନିହାର ରଞ୍ଜନ ଘଡ଼େଇଙ୍କ ସହିତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।ନଭେମ୍ବର ୧୪ ତାରିଖଠାରୁ ଆରମ୍ଭ ହୋଇଥିବା ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା’ ୨୭ ତାରିଖରେ ଶେଷ ହୋଇଛି। ଚଳିତ ବର୍ଷକୁ ମିଶାଇ ଓଡ଼ିଶା ଲଗାତାର ଭାବେ ତୃତୀୟ ଥର ପାଇଁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ମଞ୍ଚରେ ପୁରସ୍କାର ପାଇଛି।‘ବିକଶିତ ଭାରତ, ବିକଶିତ ଓଡ଼ିଶା’ ଥିମରେ ଚଳିତ ବର୍ଷ ‘ଓଡ଼ିଶା ମଣ୍ଡପ’ର ଡିଜାଇନ ପ୍ରସ୍ତୁତ କରାଯାଇଥିଲା। ଏଠାରେ ରାଜ୍ୟର ପ୍ରାଚୀନ କୀର୍ତ୍ତିରାଜି ସହ ଭାରତର ଆଧୁନିକ ବିଜ୍ଞାନ ଓ କାରିଗରିର ଯାତ୍ରା ପ୍ରତିଫଳିତ ହୋଇଥିଲା।ଓଡ଼ିଶାର ମନ୍ଦିର ଭାସ୍କର୍ଯ୍ୟର ମୁଖଶାଳା ମୁକ୍ତେଶ୍ୱର ତୋରଣ, କୋଣାର୍କ ମନ୍ଦିରର ପ୍ରତିରୂପ, ରତ୍ନଗିରିର ବୌଦ୍ଧ କୀର୍ତ୍ତିରାଜି ସହ ଅତ୍ୟାଧୁନିକ ବୁଲେଟ୍ ଟ୍ରେନ ଓ ଶିଳ୍ପ ପ୍ରଗତିର ଚିତ୍ର ଓଡ଼ିଶା ମଣ୍ଡପକୁ ଅଧିକ ଆକର୍ଷଣୀୟ କରିଥିଲା।ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତତ୍ତ୍ୱାବଧାନରେ ପ୍ରସ୍ତୁତ ଓଡ଼ିଶା ପାଭିଲିୟନରେ ଚଳିତ ବର୍ଷ ବିଭିନ୍ନ ବିଭାଗ ପକ୍ଷରୁ ମୋଟ ୨୫ଟି ଷ୍ଟଲ୍ ସ୍ଥାନ ପାଇଥିଲା। ଏହା ମଧ୍ୟରେ ଓଡ଼ିଶାର ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତକଳା ସାମଗ୍ରୀ, ଓରମାସ୍ ଦ୍ୱାରା ପ୍ରସ୍ତୁତ ଗ୍ରାମୀଣ ଉତ୍ପାଦ, ମିଶନ ଶକ୍ତି ମା’ଙ୍କ ହାତ ତିଆରି ଜିନିଷ, ଜନଜାତି କଳାକୃତି ଏବଂ ମାଣ୍ଡିଆ ଓ ଅନ୍ୟାନ୍ୟ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟ ସାମଗ୍ରୀ ଦେଶ ବିଦେଶର ଦର୍ଶକଙ୍କୁ ଆକୃଷ୍ଟ କରିଥିଲା।ସେହିପରି ଫୁଡକୋର୍ଟରେ ଓଡ଼ିଶାର ସ୍ୱତନ୍ର୍ର ଖାଦ୍ୟରୁଚି ଦିଲ୍ଲୀ ଦର୍ଶକଙ୍କୁ ଆକର୍ଷିତ କରିଥିଲା। କ୍ରୁରତା ହୀନ ଏବଂ କୃତ୍ରିମ ରଙ୍ଗହୀନ ଉପାୟରେ ପ୍ରସ୍ତୁତ କରୁଣା ସିଲ୍କ ଓଡ଼ିଶା ମଣ୍ଡପର ଅନ୍ୟତମ ଆକର୍ଷଣ ସାଜିଥିଲା। ତା’ ସହ ହସ୍ତତନ୍ତ ଓ ହସ୍ତକଳା, ପଟ୍ଟଚିତ୍ର, ତାରକସି କାରୁକାର୍ଯ୍ୟ ଆଦିର ଲାଇଭ୍ ଡେମନଷ୍ଟ୍ରେସନ୍ ନୂଆଦିଲ୍ଲୀ ବାଣିଜ୍ୟ ମେଳାରେ ଓଡ଼ିଶାର ସ୍ୱତନ୍ତ୍ର ପରିଚୟକୁ ପ୍ରମାଣିତ କରିଥିଲା।

Post Views: 39
Share198Tweet124Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In