• About Us
  • Contact Us
Saturday, March 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଓଡ଼ିଶା ପଖାଳକୁ ମିଳିଲା ଅନ୍ତର୍ଜାତୀୟ ମାନ୍ୟତା, ଗିନିଜ୍ ରେକର୍ଡରେ ସ୍ଥାନ ପାଇଲା ଓଡ଼ିଶା ପଖାଳ

by Voice of Victims
March 21, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଓଡ଼ିଶା ପଖାଳକୁ ମିଳିଲା ଅନ୍ତର୍ଜାତୀୟ ମାନ୍ୟତା, ଗିନିଜ୍ ରେକର୍ଡରେ ସ୍ଥାନ ପାଇଲା ଓଡ଼ିଶା ପଖାଳ

ଭୁବନେଶ୍ବର: ଓଡ଼ିଶା ପଖାଳକୁ ମିଳିଲା ଅନ୍ତର୍ଜାତୀୟ ମାନ୍ୟତା । ଗିନିଜ୍ ରେକର୍ଡରେ ସ୍ଥାନ ପାଇଲା ଓଡ଼ିଶା ପଖାଳ । ଗୋଟିଏ ପାତ୍ରରେ ୧୧ ଶହ ୭୪ କେଜିର ପଖାଳ ତିଆରି କରି ବିଶ୍ବ ରେକର୍ଡ ସୃଷ୍ଟି କରିଛି ।  ଗିନିଜ ରେକର୍ଡକୁ ନେଇ ‘X’ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୋଷ୍ଟ କରିଛନ୍ତି । ପ୍ରତି ଓଡ଼ିଆଙ୍କ ପାଇଁ ଏହା ଗର୍ବର ମୁହୂର୍ତ୍ତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆମ ଖାଦ୍ୟ ପରମ୍ପରା ଲୋକାଲରୁ ଗ୍ଲୋବାଲ ହୋଇଛି । ବିଶ୍ବସ୍ତରରେ ଓଡ଼ିଶାକୁ ପଖାଳ ସ୍ବତନ୍ତ୍ର ପରିଚୟ ଦେଇଛି ବୋଲି କହିଛନ୍ତି ।

ଓଡ଼ିଆଙ୍କ ପରିଚୟ ପଖାଳ। ସେ ଗାଁ ହେଉ କି ସହର, ପଖାଳ ବାସ୍ନା ସବୁବେଳେ ନିଆରା । ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଜଗନ୍ନାଥ ମଧ୍ୟ ପଖାଳ ପ୍ରିୟ। ଏଣୁ ପଖାଳର ଚାହିଦାକୁ ଦୃଷ୍ଟିରେ ରଖି ମାର୍ଚ୍ଚ ୨୦ ତାରିଖକୁ ବିଶ୍ୱ ପଖାଳ ଦିବସ ରୂପେ ପାଳନ କରାଯାଉଛି। କଥାରେ ଅଛି, ‘ଝୁରି ହେଉଛି ଦିନକାଳ, ମନ ଖୋଜୁଛି ସେକାଳ ପଖାଳ’। ଓଡ଼ିଆ ଜନଜୀବନ ସହ ପଖାଳର ସମ୍ପର୍କ ବହୁ ପୁରୁଣା। ସାରା ବିଶ୍ବରେ ଥିବା ଓଡିଆମାନେ ପାଳନ କରିବେ ଏହି ପଖାଳ ଦିବସ । ଏକଦା ଗରୀବଙ୍କ ସହଜ ଖାଦ୍ୟ ଭାବେ ପରିଚିତ ଓଡ଼ିଆଙ୍କ ପ୍ରିୟ ପଖାଳ ଏବେ ମାଟିପିଣ୍ଡାରୁ ଯାଇ ପଞ୍ଚତାରକା ହୋଟେଲର ଡାଇନିଂ ଟେବୁଲରେ ଶୋଭା ପାଇଲାଣି ।

Post Views: 22
Share199Tweet125Send
Voice of Victims

Voice of Victims

Recent Posts

  • କାର୍ ପାର୍ଟସ୍ କାରଖାନାରେ ଭୟଙ୍କର ନିଆଁ, ୧୦ ମୃତ୍ୟୁ, ୫୯ ଆହତ
  • ଇରାନର ନତାଞ୍ଜ ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ, ଆମେରିକା-ଇସ୍ରାଏଲ କଲେ ବୋମାବର୍ଷା
  • ଜୟଦେବ ଜେନାଙ୍କୁ ହତ୍ୟା ଧମକ, ଭୁବନେଶ୍ୱର ଆସିଲେ ଜୀବନରୁ ମାରିଦେବୁ
  • ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା
  • ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In