ଭୁବନେଶ୍ୱର:ଏଆଇସିସି ପକ୍ଷରୁ ଓଡ଼ିଶା ପ୍ରଦେଶ କଂଗ୍ରେସ ନିର୍ବାଚନ କମିଟି ଘୋଷଣା କରାଯାଇଛି। କମିଟିରେ ଜଣେ ଅଧ୍ୟକ୍ଷଙ୍କ ସହ ୧୮ ସଦସ୍ୟ ସ୍ଥାନୀତ ହୋଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ ନିର୍ବାଚନ କମିଟିର ଅଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି। ତେବେ ବରିଷ୍ଠ ବିଧାୟକ ସୁର ରାଉତରାୟ, ତାରା ବାହିନୀପତି ଏହି କମିଟିରେ ନାହାନ୍ତି। ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଉକ୍ତ କମିଟିକୁ ଅନୁମୋଦନ କରିଛନ୍ତି ବୋଲି ଏଆଇସିସିର ସାଧାରଣ ସମ୍ପାଦକ (ସଂଗଠନ) ଭେଣୁ ଗୋପାଳ ଏକ ତାଲିକା ଘୋଷଣା କରିଛନ୍ତି। ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ରାଜ୍ୟ ନିର୍ବାଚନ କମିଟିର ଅଧ୍ୟକ୍ଷ ରହିଥିବାବେଳେ ୧୮ ଜଣ ସଦସ୍ୟ ଭାବେ ଉକ୍ତ କମିଟିର ସ୍ଥାନ ପାଇଛନ୍ତି। ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ସମେତ ପୂର୍ବତନ ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ବିଜୟ ପଟ୍ଟନାୟକ, ସପ୍ତଗିରି ଉଲ୍ଲାକା, ଭକ୍ତଚରଣ ଦାସ, ସୁଶୀଳା ତିରିଆ, ଅନନ୍ତ ସେଠୀ, ଡ. ରାମଚନ୍ଦ୍ର ଖୁଂଟିଆ, ଶରତ ରାଉତ, ସନ୍ତୋଷ ସିଂ ସାଲୁଜା, ଅମିତା ବିଶ୍ୱାଳ, ଅଜୟନ୍ତୀ ପ୍ରଧାନ, ବିଶ୍ୱରଞ୍ଜନ ମହାନ୍ତି, ମାନସ ଚୌଧିରୀ, ସସ୍ମିତା ବେହେରା ଓ ଶୁଭେନ୍ଦୁ ମହାନ୍ତି କମିଟି ସଦସ୍ୟ ରହିଛନ୍ତି।
