ଭୁବନେଶ୍ୱର : ପୁଣି ଭିଜିବ ଓଡିଶା । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷା ସମ୍ଭାବନା । ଦକ୍ଷିଣ ଓଡିଶା ଓ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଏବେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପ୍ରଭାବରେ ୧୬ ତାରିଖ ଯାଏ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଆଜି ଏବଂ କାଲି ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆଜି ମାଲକାନଗିରି ଏବଂ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ସେହିପରି କାଲି ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁରକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବର୍ଷା ସମୟରେ ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

