• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଶପଥ ନେଲେ ଓମାର ଅବଦୁଲ୍ଲା

by Voice of Victims
October 16, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଶପଥ ନେଲେ ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ: ଓମାର ଅବଦୁଲ୍ଲା ବୁଧବାର ଜମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ମନୋଜ ସିହ୍ନା ଓମାର ଅବଦୁଲ୍ଲାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।ଓମାର ଅବଦୁଲ୍ଲାଙ୍କ ସମେତ ପାଞ୍ଚ ଜଣ ବିଧାୟକ ମଧ୍ୟ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରେ ସ୍ୱାଧୀନ ବିଧାୟକ ସତୀଶ ଶର୍ମା ଏବଂ ଅନ୍ୟ ଚାରି ଜଣ ନ୍ୟାସନାଲ କନଫରେନ୍ସର ସାକିନୋ ଇତୋ, ଜାଭିଦ ଦାର୍,  ସୁରିନ୍ଦର ସିଂହ ଚୌଧୁରୀ ଏବଂ ଜାଭିଦ ରାଣା ଶପଥ ନେଇଛନ୍ତି। କିନ୍ତୁ କଂଗ୍ରେସ ଏନସି ସହ ମେଣ୍ଟ ଭାବେ ସରକାର ଗଠନ କରିଥିଲେ ମଧ୍ୟ ଦଳର କୌଣସି ବିଧାୟକ ଶପଥ ନେଇନାହାନ୍ତି। ଶପଥ ଗ୍ରହଣ କରିବା ପୂର୍ବରୁ ଓମାର ଅବଦୁଲ୍ଲା ଶେଖ୍ ମହମ୍ମଦ ଅବଦୁଲ୍ଲାଙ୍କ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଓମାରଙ୍କ ସହ ନେସନାଲ କନ୍‌ଫରେନ୍ସ ନେତା ସୁରିନ୍ଦର ଚୌଧୁରୀ ଜମ୍ମୁ କାଶ୍ମୀରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଦେଇଛନ୍ତି। ଏହା ବ୍ୟତୀତ ସତୀଶ ଶର୍ମା, ସକୀନା ଇଟୁ ପ୍ରମୁଖ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। କଂଗ୍ରେସ ଦଳ ସରକାରରେ ସାମିଲ ହୋଇନାହିଁ। ବାହାରୁ ଓମାର ସରକାରଙ୍କୁ ସମର୍ଥନ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି। ପ୍ରକାଶ ଥାଉକି, ଜମ୍ମୁ-କଶ୍ମୀରକୁ କେନ୍ଦ୍ରଶାସିତ ଅଞ୍ଚଳର ମାନ୍ୟତା ମିଳିବା ପରେ ପ୍ରଥମ କରି ବିଧାନସଭା ଅନୁଷ୍ଠିତ ହୋଇଛି। ସେପ୍ଟେମ୍ବରରେ ତିନୋଟି ପର୍ୟ୍ୟାୟରେ ନିର୍ବାଚନ ପରେ ଅକ୍ଟୋବର ୮ରେ ଫଳାଫଳ ପ୍ରକାଶ ପାଇଥିଲା। ଏଥିରେ ନ୍ୟାସନାଲ କନଫରେନ୍ସ (ଏନସି) ଏବଂ କଂଗ୍ରେସ ମିଳିତ ଭାବେ ୪୯ଟି ଆସନରେ ବିଜୟୀ ହୋଇଥିଲେ। 

Post Views: 33
Share197Tweet123Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In