• About Us
  • Contact Us
Sunday, April 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଏପ୍ରିଲ ୨୦ରେ ପବିତ୍ର ଅକ୍ଷୟ ତୃତୀୟା, ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ହେବ ଅନୁକୂଳ

by Voice of Victims
April 8, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ସମସ୍ୟା
ଏପ୍ରିଲ ୨୦ରେ ପବିତ୍ର ଅକ୍ଷୟ ତୃତୀୟା, ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ହେବ ଅନୁକୂଳ

ପୁରୀ: ଏପ୍ରିଲ ୨୦ତାରିଖରେ ପବିତ୍ର ଅକ୍ଷୟ ତୃତୀୟାରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବ । ଏଥିସହ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଗତକାଲି ସନ୍ଧ୍ୟାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିଥିବା ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇଛି । ନୀତି ସବ୍ କମିଟିରେ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି । ଭକ୍ତମାନେ କିଭଳି ସୁନ୍ଦର ଭାବେ ଦର୍ଶନ କରିପାରିବେ ସେନେଇ ବୈଠକରେ ଆଲୋଚନା ହୋଇଛି । ନୀତି ନିର୍ଘଣ୍ଟ ଅନୁଯାୟୀ, ଅକ୍ଷୟ ତୃତୀୟା ଦିନ ଅପରାହ୍ନ ୩ଟାରେ ଦ୍ଵାଦଶ ଯାତ୍ରା ଓ ନକ୍ଷତ୍ର ବନ୍ଦାପନା ହେବ ।

ଅପରାହ୍ନ ୩ଟା ୩୦ରେ ବିମାନକୁ ଦିଅଁ ବିଜେ, ଅପରାହ୍ନ ୪ଟାରେ ରଥ ଆଜ୍ଞାମାଳ ବିଜେ ଓ ବିମାନ ଉଠିବ । ରାତ୍ର ୧୦ଟାରେ ଚନ୍ଦନ ଠାକୁର ବାହୁଡ଼ା ବିଜେ କରିବା ନେଇ ନୀତି ନିର୍ଘଣ୍ଟ ଚୁଡାନ୍ତ ହୋଇଛି । ଆଜି ଦ୍ବିତୀୟ ପର୍ଯ୍ୟାୟରେ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ରତ୍ନ ଅଳଙ୍କାର ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ ।  ସେହିପରି ଆସନ୍ତା ୧୪ ତାରିଖ ଓଡ଼ିଆ ନବବର୍ଷରେ ମହାପ୍ରଭୁଙ୍କ ନୂତନ ରତ୍ନ ପଲଙ୍କ ବ୍ୟବହାର ହେବ। ନୂତନ ରତ୍ନ ପଲଙ୍କର ସଂସ୍କାର କରାଯିବା ପରେ ଏହା ବ୍ୟବହାର କରାଯିବ। ତିନୋଟି ନୂତନ ରତ୍ନ ପଲଙ୍କ ନିର୍ମାଣ କରାଯାଇଥିବା ବେଳେ ଏଥିରେ ରୂପା ଆଚ୍ଛାଦିତ କରାଯାଇଛି ।

Post Views: 19
Share198Tweet124Send
Voice of Victims

Voice of Victims

Recent Posts

  • ବଦଳୁଛି ପଶ୍ଚିମ ଏସିଆ ପରିସ୍ଥିତି: ଭାରତକୁ ଆସୁଛି ଆହୁରି ୨୦ ହଜାର ମେଟ୍ରିକ ଟନ୍‍ ଏଲ୍‍ପିଜି
  • ଆଗାମୀ ୭ ଦିନ ଯାଏଁ ରାଜ୍ୟରେ କଲବଲ କରିବ ତାତି, ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଖରା ଓ ତାତି ଅନୁଭୂତ
  • ୧୯୭୮ ତାଲିକା ତୁଳନାରେ ରତ୍ନଭଣ୍ଡାରରୁ ମିଳିଲା ଅଧିକ ଅଳଙ୍କାର
  • ଅଦିନିଆ ରଥଯାତ୍ରା ରୋକିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା
  • ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ବିଜେପିର ବ୍ଲୁ-ପ୍ରିଣ୍ଟ, ଅମିତ ଶାହାଙ୍କ ସହ ଓଡ଼ିଶା ନେତାଙ୍କ ରୁଦ୍ଧଦ୍ୱାର ବୈଠକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In