• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଷ୍ଟ୍ରୀୟ ଏକତା ଦିବସରେ, ‘ଏକତା ଦୌଡ’ ର ଫ୍ଲାଗ୍ ଅଫ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

by Voice of Victims
October 29, 2024
in ମୁଖ୍ୟ ଖବର, ରାଜ୍ୟ
ରାଷ୍ଟ୍ରୀୟ ଏକତା ଦିବସରେ, ‘ଏକତା ଦୌଡ’ ର ଫ୍ଲାଗ୍ ଅଫ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ କଳିଙ୍ଗ ଷ୍ଟାଡିୟମ ଠାରେ ‘ଏକତା ଦୌଡ’ ବା Run For Unity କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଛାତ୍ରଛାତ୍ରୀ ଓ ଯୁବକ ଯୁବତୀ ମାନଙ୍କୁ ରାଷ୍ଟ୍ରୀୟ ଏକତା ପାଇଁ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରାୟ ୩୦୦୦ ପିଲା, କ୍ରୀଡା ହଷ୍ଟଲର ଛାତ୍ରଛାତ୍ରୀ ଓ ବିଭିନ୍ନ କ୍ରୀଡା ସଂଗଠନର ପିଲାମାନେ ଯୋଗଦେଇ ଦୌଡରେ ଭାଗ ନେଇଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ନେତୃତ୍ବ ନେଇ ଏହି ଦୌଡରେ ସାମିଲ ହୋଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଦେଶର ଏକତା ଓ ଅଖଣ୍ଡତା ପାଇଁ ସର୍ଦ୍ଦାର ପଟେଲଙ୍କ ସଂକଳ୍ପ ଓ ଦୃଢ ପଦକ୍ଷେପର ତୁଳନା ନାହିଁ। ଦେଶର ଏକତା ପାଇଁ ସର୍ଦ୍ଦାର ପଟେଲ ସମର୍ପିତ ହୋଇ ଏକ ଅଖଣ୍ଡ ଭାରତର ମୂଳଦୁଆ ସ୍ଥାପନ କରି ଦେଶୀୟ ରାଜ୍ୟ ମାନଙ୍କର ସମ୍ମିଶ୍ରଣରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ସେଥିପାଇଁ ତାଙ୍କୁ ଲୌହ ମାନବର ଆଖ୍ୟା ଦିଆଯାଏ। ତାଙ୍କ ଆଦର୍ଶରେ ଦେଶର ଏକତା ଓ ଅଖଣ୍ଡତା ପାଇଁ ଦେଶର ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ କାମ କରିବା ଉଚିତ୍ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ରାଜ୍ୟ ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟ ଗଣ, ବିଧାୟକ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, କ୍ରୀଡା ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟ ଯେ ଭାରତର ପ୍ରଥମ ଉପ ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅକ୍ଟୋବର ୩୧ ତାରିଖକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତ ରବିବାର ଦିନ ‘ମନ୍‌ କି ବାତ୍’ କାର୍ଯ୍ୟକ୍ରମରେ ୨୯ ତାରିଖ ଠାରୁ ରାଷ୍ଟ୍ରୀୟ ଏକତାର ସୂତ୍ରରେ ସମସ୍ତଙ୍କୁ ବାନ୍ଧି ରଖିବା ପାଇଁ Run For Unity କାର୍ଯ୍ୟକ୍ରମ କରିବା ପାଇଁ ଆହ୍ବାନ ଦେଇଥିଲେ। ୨୦୧୪ ମସିହାରୁ ସାରା ଦେଶରେ ଏହି କାର୍ଯ୍ୟକ୍ରମ ପାଳନ କରାଯାଉଛି।

Post Views: 42
Tags: On National Unity Day
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In