• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜ୍ୟର ସମସ୍ତ ପୌରାଞ୍ଚଳରେ ପାଳନ ହେବ ଓଡ଼ିଆ ଭାଷା ସମ୍ମିଳନୀ

by Voice of Victims
January 27, 2024
in ମୁଖ୍ୟ ଖବର, ରାଜ୍ୟ
ରାଜ୍ୟର ସମସ୍ତ ପୌରାଞ୍ଚଳରେ ପାଳନ ହେବ ଓଡ଼ିଆ ଭାଷା ସମ୍ମିଳନୀ

ଭୁବନେଶ୍ବର: ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ କରାଯାଉଛି। ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ରୁ ୫ ତାରିଖ ମଧ୍ୟରେ ସ୍ଥାନୀୟ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଅନୁଷ୍ଠିତ ହେବ। ଏଥିରେ ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକା, ଗବେଷକ, ବୁଦ୍ଧିଜୀବୀ ପ୍ରମୁଖ ଯୋଗଦେବାର କାର‌୍ୟ୍ୟକ୍ରମ ରହିଛି। ଓଡ଼ିଆ ଭାଷା ପ୍ରତି ଆଗ୍ରହ ସୃଷ୍ଟି ସହ ଭାଷାକୁ ପ୍ରୋତ୍ସାହିତ କରିବାକୁ ସମ୍ମିଳନୀରେ ବ୍ୟାପକ ଆୟୋଜନ କରାଯାଉଛି। ପ୍ରତ୍ୟେକ ବ୍ୟକ୍ତି ଏଠାକୁ ଆସି ଓଡ଼ିଆ ଭାବେ ନିଜକୁ ଗର୍ବ ଅନୁଭବ କରିବା ସହ ଅଭୁଲା ସ୍ମୃତି ନେଇ ଯିବେ। ଏହି ସମୟରେ ରାଜ୍ୟର ସମସ୍ତ ପୌରାଞ୍ଚଳ ମାନଙ୍କରେ ଓଡ଼ିଆ ଭାଷା ସମ୍ମିଳନୀ ପାଳନ କରିବା ନିମନ୍ତେ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ନିଷ୍ପତ୍ତି ନିଆଯାଇଛି କ୍ଷ ଏ ନେଇ ପୌର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ସମସ୍ତ ମହାନଗର ନିଗମର କମିଶନର ଏବଂ ପୌର ପରିଷଦ ଓ ଏନ୍ ଏ ସିର ନିର୍ବାହୀ ଅଧିକାରୀ ମାନଙ୍କୁ ପତ୍ର ଲେଖିବା ସହ ଆବାସି ମାଧ୍ୟମରେ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି ଓ ଶ୍ରୀ ନାୟକ ଲେଖିଥିବା ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଭୁବନେଶ୍ୱରଠାରେ ଫେବୃଆରୀ ୩ରୁ ୫ ତାରିଖ ପର‌୍ୟ୍ୟନ୍ତ ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବା ବାବଦରେ ଆପଣମାନେ ସମସ୍ତେ ଅବଗତ ଅଛନ୍ତି । ଭୁବନେଶ୍ୱରଠାରେ ଅନୁଷ୍ଠିତ ହେଉଥିବା ଏହି ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ବ୍ୟାପକ କରିବା ନିମନ୍ତେ ସବୁ ସହରାଞ୍ଚଳ , ସ୍ୱାୟତ୍ତ ଶାସନ ସଂସ୍ଥାମାନଙ୍କରେ ଏହା ପାଳନ କରିବାର ଆବଶ୍ୟକତା ରହିଛି। ଏହି ଆୟୋଜନ ନିମନ୍ତେ ନିମ୍ନଲିଖିତ କାର‌୍ୟ୍ୟକ୍ରମଗୁଡ଼ିକ ଗ୍ରହଣ କରାଯାଇପାରେ ବୋଲି ସେ ପରାମର୍ଶ ଦେଇଛନ୍ତି। ବ୍ୟାପକ ସଚେତନତା ନିମନ୍ତେ ଓଡ଼ିଆ ଭାଷା ଓ ସଂସ୍କୃତିର ବିକାଶ କ୍ଷେତ୍ରରେ ଅବଦାନ ରଖିଥିବା ପ୍ରସିଦ୍ଧ କବି, ଲେଖକ ଓ ଭାଷାବିତ୍‌ଙ୍କ ପରି ଓଡ଼ିଆ ବ୍ୟକ୍ତିତ୍ୱମାନଙ୍କ ଚିତ୍ର / ଛବିର ପେଣ୍ଟିଂ ସହରାଞ୍ଚଳ ସ୍ୱାୟତ୍ତ ଶାସନ ସଂସ୍ଥାର ପ୍ରମୁଖ ସ୍ଥାନଗୁଡ଼ିକରେ ରଖାଯାଇପାରେ । ଓଡ଼ିଆ ଗବେଷକ, ବିଦ୍ୱାନ ଓ ବୁଦ୍ଧିଜୀବୀମାନଙ୍କୁ ସ୍ଥାନୀୟ ଅଞ୍ଚଳରେ ସମ୍ବର୍ଦ୍ଧିତ କରିବା ପାଇଁ କାର‌୍ୟ୍ୟକ୍ରମ ଆୟୋଜନ କରାଯାଇପାରେ। ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଓଡ଼ିଆ ତର୍କ, ପ୍ରବନ୍ଧ ଓ ତତ୍କାଳ ବକ୍ତୃତା ପ୍ରତିଯୋଗିତାର ଆୟୋଜନ କରାଯାଇପାରେ। ସମ୍ମିଳନୀର ଯଥାର୍ଥ ଆୟୋଜନକୁ ଦୃଷ୍ଟିରେ ରଖି ସହରାଞ୍ଚଳ ସ୍ୱାୟତ୍ତ ଶାସନ ସଂସ୍ଥାର ବିଭିନ୍ନ ୱାର୍ଡରେ ଓଡ଼ିଆ ଅସ୍ମିତା ରଥର ପରିକ୍ରମା କରାଯାଇପାରେ। ଓଡ଼ିଆରେ ସାଇନ୍‌ବୋର୍ଡ/ବିଲ୍‌ବୋର୍ଡ/ ହୋର୍ଡିଂଗୁଡ଼ିକ ଲେଖାଯିବା ଉପରେ ଗୁରୁତ୍ୱ ଦେଇ କାର୍ଯ୍ୟ କରାଯାଇପାରେ । ଏପରି କାର‌୍ୟ୍ୟକ୍ରମଗୁଡ଼ିକର ଆୟୋଜନକୁ ସୁନିଶ୍ଚିତ କରିବା ନିମନ୍ତେ ଏବଂ ସଂପୃକ୍ତ କାର‌୍ୟ୍ୟକ୍ରମର ବିବରଣୀ ଓ ଉଚ୍ଚ ମାନର ( ହାଇ ରିଜୋଲୁସନ୍‌) ଫଟୋଗୁଡ଼ିକ ଏହି ବିଭାଗର ଅବଗତି ତଥା ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ନିମନ୍ତେ ପଠାଇବାକୁ ପୌର ନିର୍ଦ୍ଦେଶକ ଶ୍ରୀ ନାୟକ ଲେଖିଥିବା ପତ୍ରରେ ଅନୁରୋଧ କରିଛନ୍ତି। ଏ ନେଇ ଆଭାସୀ ଆଲୋଚନା କାଳରେ ସମସ୍ତ ପୌର ପରିଷଦ ଏହି ଆଲୋଚନା ରେ ଯୋଗଦାନ କରି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ରକ୍ଷା କରିବା ନିମନ୍ତେ ସେମାନଙ୍କ ପ୍ରତିବଦ୍ଧତା ଜଣାଇଥିଲେ।

Post Views: 38
Share198Tweet124Send
Voice of Victims

Voice of Victims

Recent Posts

  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍
  • ଆଜି ଶିମିଳିପାଳ ବୁଲିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ଥାନୀୟ ବାସିନ୍ଦାଙ୍କୁ ଦେବେ ଉଦବୋଧନ
  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In