• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ପଳାଶୁଣି ଛକ ନେଲା ଆଉ ଏକ ମୁଣ୍ଡ, ଟ୍ରକ ଧକ୍କାରେ ଅଜଣା ବ୍ୟକ୍ତି ମୃତ

by Voice of Victims
February 23, 2025
in ମୁଖ୍ୟ ଖବର, ରାଜ୍ୟ
ପଳାଶୁଣି ଛକ ନେଲା ଆଉ ଏକ ମୁଣ୍ଡ, ଟ୍ରକ ଧକ୍କାରେ ଅଜଣା ବ୍ୟକ୍ତି ମୃତ

ଭୁବନେଶ୍ବର: ଭୁବନେଶ୍ବର ପଳାଶୁଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଘଟଣା ସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତକଙ୍କର ପରିଚୟ ମିଳିପାରି ନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ଅନ୍ୟପଟେ ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ଶନିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ସାଇକେଲରେ ଆସୁଥିବା ବେଳେ ତାଙ୍କୁ ଏକ ଟ୍ରକ ଧକା ଦେବା ଫଳରେ ସେ ତଳେ ପଡିଯାଇଥିଲେ । ଏହି ସମୟରେ ପଛରୁ ଆସୁଥିବା ଆଉ ଏକ ଟ୍ରକ ଚଢି ଯିବାରୁ ତାଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ଖବର ପାଇ ଦୁର୍ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ସେପଟେ ବାରମ୍ୱାର ପଳାଶୁଣି ଛକରେ ଅଘଟଣ ଘଟୁଛି । ଯେତେ ସତର୍କତା ଅବଲମ୍ୱନ କଲେ ବି ଗୋଟେ ପରେ ଗୋଟେ ମୁଣ୍ଡ ଯାଉଛି । ପୂର୍ବରୁ ମଧ୍ୟ ପଳାଶୁଣି ଛକ ଉପରେ ଅନେକ ମୁଣ୍ଡ ଗଡିଛି ।

Post Views: 53
Tags: Palashuni Street took another turn
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In