• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ସହାୟତା

by Voice of Victims
July 17, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ଏବେ ପୁରୀ ପୌରପାଳିକା ହେବ ମହାନଗର ନିଗମ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ୱାର୍ଡ ମେମ୍ବରଙ୍କଠୁ ଆରମ୍ଭ କରି ଜିଲ୍ଲା ପରିଷଦ ସଭାପତିଙ୍କ ପର୍ଯ୍ୟନ୍ତ ସମସ୍ତେ ଏଥିରେ ଅନ୍ତର୍ଭୁକ୍ତ ହେବେ ।

ପଞ୍ଚାୟତ ପ୍ରତିନିଧି ମାନଙ୍କ କାର୍ଯ୍ୟଅବଧି ସମୟରେ କୌଣସି କାରଣରୁ ମୃତ୍ୟୁ ଘଟିଲେ ତାଙ୍କର ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ।

ସେହିଭଳି ଉଭୟ ଆଖି, ହାତ କିମ୍ବା ଗୋଡ଼ ନଷ୍ଟ ହେଲେ ସମ୍ପୃକ୍ତ ପଞ୍ଚାୟତ ପ୍ରତିନିଧିଙ୍କୁ ୨ ଲକ୍ଷ ଟଙ୍କା ଏବଂ ଯଦି ଗୋଟିଏ ଆଖି କିମ୍ବା ଗୋଟିଏ ହାତ କିମ୍ବା ଗୋଡ ନଷ୍ଟ ହୁଏ ତେବେ ତାଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ । ସାମ୍ବିଧାନିକ ବ୍ୟବସ୍ଥାରେ ପଞ୍ଚାୟତ ପ୍ରତିନିଧି ମାନେ ହେଉଛନ୍ତି ତୃଣମୂଳ ସ୍ତରରେ ନିର୍ବାଚିତ ପ୍ରତିନିଧି ।

ସେମାନେ ସିଧାସଳଖ ଲୋକଙ୍କ ସହ ଯୋଡିହୋଇ ରହିଥାନ୍ତି । ଲୋକଙ୍କ ସୁବିଧା ଅସୁବିଧାରେ ସେମାନଙ୍କୁ ସହାୟତା କରନ୍ତି । ଗ୍ରାମାଞ୍ଚଳ ବିକାଶରେ ସେମାନଙ୍କର ମହତ୍ୱପୂର୍ଣ୍ଣ ଅବଦାନ ରହିଥାଏ । କିନ୍ତୁ, ସେମାନଙ୍କ କ୍ଷେତ୍ରରେ କୌଣସି ଦୁର୍ଘଟଣା ଘଟିଲେ ସେମାନେ ବହୁତ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି । ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ସହାୟତା ରାଶି ପ୍ରଦାନ ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । 

Post Views: 90
Share198Tweet124Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In