• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଚ୍ୟାଲେଞ୍ଜ, ଯଦି ନବୀନବାବୁ ମୁଖ୍ୟମନ୍ତ୍ରୀ ନ ହେବେ ମୁଁ ରାଜନୀତି ଛାଡି ଦେବି, ଆପଣ ଛାଡିବେ କି ?

by Voice of Victims
May 10, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଚ୍ୟାଲେଞ୍ଜ, ଯଦି ନବୀନବାବୁ ମୁଖ୍ୟମନ୍ତ୍ରୀ ନ ହେବେ ମୁଁ ରାଜନୀତି ଛାଡି ଦେବି, ଆପଣ ଛାଡିବେ କି ?

ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଝାରସୁଗୁଡ଼ା ଓ ବ୍ରଜରାଜନଗରରେ ଧୂଆଁଧାର ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି । ଲୋକସଭା ପ୍ରାର୍ଥୀ ଶ୍ରୀମତୀ ପରିଣିତା ମିଶ୍ର ଏବଂ ଝାରସୁଗୁଡ଼ା ବିଧାନସଭା ପ୍ରାର୍ଥୀ ଦୀପାଳି ଦାସ ଓ ବ୍ରଜରାଜନଗର ବିଧାନସଭା ପ୍ରାର୍ଥୀ ଅଳକା ମହାନ୍ତିଙ୍କୁ ଯୋଡ଼ିଶଙ୍ଖରେ ଭୋଟ ଦେଇ ଜିତେଇବାକୁ ଅନୁରୋଧ କରିଛନ୍ତି। ବ୍ରଜରାଜନଗରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଡ଼ା ଚ୍ୟାଲେଞ୍ଜ କରି ଶ୍ରୀ ପାଣ୍ଡିଆନ କହିଥିଲେ ଯେ କେନ୍ଦ୍ରମନ୍ତ୍ରୀ ବହୁତ ବଡ଼ ବଡ଼ କଥା କହୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅଶାଳୀନ ଭାଷା ବ୍ୟବହାର କରୁଛନ୍ତି । ସାମାନ୍ୟ ଜାତୀୟ ରାଜପଥକୁ ୧୦ ବର୍ଷରେ ଠିକ୍ କରିପାରିଲେ ନାହିଁ। ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନିତ କରିବାକୁ ତାଙ୍କର ସାହସ ଆସିଲା କୋଉଠୁ ? ମୋତେ ଚାମ୍‍ଚା, ଗୁମାସ୍ତା ବୋଲି କହୁଛନ୍ତି। ମୋତେ ଯାହାବି କହିଲେ କିଛି ଅସୁବିଧା ନାହିଁ କିନ୍ତୁ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନିତ କଲେ ମୁଁ ସହିବି ନାହିଁ। ସେମାନେ କହୁଛନ୍ତି ଯେ ଓଡ଼ିଶାରେ ପରିବର୍ତ୍ତନର ହାୱା ବହୁଛି। ମୁଁ ତାଙ୍କୁ ଆଜି ଚ୍ୟାଲେଞ୍ଜ କରୁଛି ଯଦି ନବୀନ ପଟ୍ଟନାୟକ ତିନି-ଚତୁର୍ଥାଂଶ ବହୁମତରେ ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ ନ ହୁଅନ୍ତି, ଜୁନ ୯ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନ ନିଅନ୍ତି, ତା’ହେଲେ ମୁଁ ରାଜନୀତିରୁ ସନ୍ୟାସ ନେବି। ସେ ପୁଣି କହିଲେ ଯେ କେନ୍ଦ୍ରମନ୍ତ୍ରୀ ଏମିତି ଚ୍ୟାଲେଞ୍ଜ ଦେଇପାରିବେ କି ? ତାଙ୍କ ଦଳ ସରକାର ନ କଲେ ସେ ରାଜନୀତିରୁ ସନ୍ୟାସ ନେବେ କି ? କେନ୍ଦ୍ରମନ୍ତ୍ରୀ ପ୍ରଥମେ ଢେଙ୍କାନାଳରୁ ପ୍ରାର୍ଥୀ ହେବା ପାଇଁ ୧୦ ବର୍ଷ କାଳ ଉଦ୍ୟମ କଲେ କିନ୍ତୁ ନାମାଙ୍କନ ବେଳକୁ ଡର ପଶିଲା, ସେ ସମ୍ୱଲପୁରରୁ ଆସି ଛିଡ଼ା ହେଲେ। ସେ କହିଲେ ଯେ ନିର୍ବାଚନ ଆସିଲା, ତେଣୁ ବିରୋଧୀ ନେତାମାନେ ଆସି ମିଛକଥା କହିବା ଆରମ୍ଭ କଲେଣି। ଆପଣଙ୍କ ଭୋଟ ନେଇଯିବେ, ତା’ପରେ ଖୋଜିଲେ ମିଳିବେନି। ସେମାନେ କେବେ ଆପଣମାନଙ୍କୁ ହିସାବ ଦେବେନାହିଁ। ପୂର୍ବ ନିର୍ବାଚନରେ ଦରଦାମ୍‍ କମିବ ବୋଲି ସେମାନେ କହିଥିଲେ। ଏଲ୍‍.ପି.ଜି, ପେଟ୍ରୋଲ, ଡିଜେଲ ଦାମ୍‍ କମିଲା କି ? ମୁଁ କିନ୍ତୁ ଆପଣମାନଙ୍କୁ ହିସାବ ଦେବି। ମୁଖ୍ୟମନ୍ତ୍ରୀ ଆମକୁ କାମର ହିସାବ ଦେବାପାଇଁ ସବୁବେଳେ ନିର୍ଦ୍ଦେଶ ଦେଇଥାନ୍ତି। ସେ କହିଲେ ଯେ ମୁଖ୍ୟମନ୍ତ୍ରୀ ହୀରାକୁଦ ବିସ୍ଥାପିତମାନଙ୍କର ୫୦-୬୦ ବର୍ଷର ସମସ୍ୟା ଦୂର କରିଛନ୍ତି । ବ୍ରଜରାଜନଗରର ୧୮ଟି ଗାଁର ୨୧୦୦ ବିସ୍ଥାପିତଙ୍କୁ ପଟ୍ଟା ଦିଆଯାଇଛି। ବ୍ରଜରାଜନଗର ମାଁ ରାମଚଣ୍ଡୀ ମନ୍ଦିର ପାଇଁ ୪.୫୦ କୋଟି, କୋଇଲି ଘୁଗର ଇକୋ ଟୁରିଜିମ୍‍ ପାଇଁ ୩ କୋଟି, ଲଖନପୁର ଆଇ.ଟି. ଆଇ ପାଇଁ ୩୦ କୋଟି, ବ୍ରଜରାଜନଗରରେ ଅଡିଟୋରିଅମ ପାଇଁ ୧୦ କୋଟି, ଲଖନପୁରର ୧୬ ଟି ପଞ୍ଚାୟତରେ ପାଇପ୍‍ ପାଣି ପାଇଁ ୧୨୪ କୋଟି, ହାଇସ୍କୁଲ ଓ କଲେଜ ରୁପାନ୍ତର ପାଇଁ ୩୦ କୋଟି ଟଙ୍କା ଦିଆଯାଇଛି। କାଳିଆ ଯୋଜନାରେ ଏହି ନିର୍ବାଚନ ମଣ୍ଡଳୀର ୩୦,୬୦୦ ଚାଷୀ ଉପକାର ପାଉଛନ୍ତି। BSKYରେ ୬୦,୫୦୦ ଲୋକ ଉପକାର ପାଉଛନ୍ତି । ଝାରସୁଗୁଡ଼ାରେ ସ୍ୱର୍ଗତ ନବଦାସଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରି ସେ କହିଲେ ଯେ ଝାରସୁଗୁଡ଼ାର ବିକାଶରେ ସ୍ୱର୍ଗତ ନବବାବୁଙ୍କର ବହୁତ ଅବଦାନ ରହିଛି। ତାଙ୍କ ପ୍ରଚେଷ୍ଟାରେ ଝାରସୁଗୁଡ଼ାରେ କେନସର ହସ୍‍ପିଟାଲ, ହାର୍ଟ କେୟାର ହସ୍‍ପିଟାଲ ହୋଇଛି। ଦୀପାଳି ଆପଣମାନଙ୍କ ଝିଅ, ନବବାବୁଙ୍କର ଝାରସୁଗୁଡ଼ା ପାଇଁ ଯେଉଁ ସ୍ୱପ୍ନ ଥିଲା ତାକୁ ସାକାର କରିବେ ଦୀପାଳି । ମୁଖ୍ୟମନ୍ତ୍ରୀ ଏସ୍‍.ଏଚ୍‍.ଜି ପାଇଁ ପେନସନ୍ ଓ ଗରିବ ଲୋକଙ୍କ ପାଇଁ ମାଗଣାରେ ବିଜୁଳି ଘୋଷଣା କରିଛନ୍ତି । ମା’ମାନେ ହେଉଛନ୍ତି ନବୀନବାବୁଙ୍କ ସେନାପତି। ଜଣେ ସାଧାରଣ ମହିଳାଙ୍କୁ ଏଠାରେ ଲୋକସଭା ପ୍ରାର୍ଥୀ କରିଛନ୍ତି। ଏହି ଦୁଇ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଝାରସୁଗୁଡ଼ା ବିକାଶ ଯାତ୍ରାକୁ ଆହୁରି ମଜବୁତ୍‍ କରିବା ପାଇଁ ସେ ଆହ୍ୱାନ ଦେଇଥିଲେ।

Post Views: 36
Tags: I will quit politicsif Naveen Babu does not become the Chief MinisterPandian's challenge to Dharmendra
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In