• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ମଝି ଆକାଶରେ ବିମାନର ଇଞ୍ଜିନ୍ ଫେଲ୍, କଲା ଏମରଜେନ୍ସି ଲ୍ୟାଣ୍ଡିଂ

by Voice of Victims
December 22, 2025
in ଦେଶ ବିଦେଶ, ମୁଖ୍ୟ ଖବର
ମଝି ଆକାଶରେ ବିମାନର ଇଞ୍ଜିନ୍ ଫେଲ୍, କଲା ଏମରଜେନ୍ସି ଲ୍ୟାଣ୍ଡିଂ

ନୂଆଦିଲ୍ଲୀ : ମଝି ଆକାଶରେ ବିମାନର ଇଞ୍ଜିନ୍ ଫେଲ୍ । ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେବାରୁ ଜରୁରୀ ଅବତରଣ  ହୋଇଥିବା ସୂଚନା ମିଳିଛି । ସୂଚନାନୁଯାୟୀ, ଏମରଜେନ୍ସି ଲ୍ୟାଣ୍ଡିଂ କଲା ଏୟାର ଇଣ୍ଡିଆ ବିମାନ । ଟେକଅପ କରିବାର କିଛି ସମୟ ପରେ ସୁରକ୍ଷିତ ଭାବେ ଜରୁରୀ ଅବତରଣ କରିଥିଲା । ଆଜି ସକାଳେ ଦିଲ୍ଲୀରୁ ମୁମ୍ବାଇ ଅଭିମୁଖେ ଯାଉଥିବା ସମୟରେ ବିମାନର ଗୋଟିଏ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି ଦେଖିବାକୁ ମିଳିଥିଲା । ଯାହା ଫଳରେ ପୁଣି ଦିଲ୍ଲୀକୁ ଫେରିଲା ଏୟାର ଇଣ୍ଡିଆର AI-887 ବିମାନ । ସମସ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଥିଲେ ପାଇଲଟ ।

ଏଥିସହ ବିମାନରେ ୩୩୫ ଯାତ୍ରୀ ଥିଲେ ।  ସମସ୍ତ ଯାତ୍ରୀଙ୍କୁ ଅନ୍ୟ ବିମାନରେ ମୁମ୍ବାଇ ପଠାଯାଇଛି । ସମସ୍ତ ଯାତ୍ରୀ ଏବଂ କ୍ରୁର ସଦସ୍ୟ ସୁରକ୍ଷିତ ଥିବା ଜଣାପଡିଛି । ଏହି ଘଟଣାକୁ ନେଇ ଏୟାର ଇଣ୍ଡିଆ ଦୁଃଖ ପ୍ରକାଶ କରିଛି । ଏପଟେ ନୋଟିସ କରି ବିସ୍ତୃତ ରିପୋର୍ଟ ମାଗିଛି  ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ । ବର୍ତ୍ତମାନ ସମ୍ପୂର୍ଣ୍ଣ ତଦନ୍ତ ପାଇଁ DGCAକୁ ନିର୍ଦ୍ଦେଶ ଦିଆଯାଇଛି ।

Post Views: 57
Share198Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In