• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବାଲିଯାତ୍ରା ପାଇଁ ୧୩ରୁ ଆରମ୍ଭ ହେବ ପ୍ଲଟ ନିଲାମୀ ପ୍ରକ୍ରିୟା, ଚଳିତବର୍ଷ ୧୬୭୦ଟି ଷ୍ଟଲ ଆବଣ୍ଟନ କରାଯିବାକୁ ଲକ୍ଷ୍ୟ

by Voice of Victims
October 5, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବାଲିଯାତ୍ରା ପାଇଁ ୧୩ରୁ ଆରମ୍ଭ ହେବ ପ୍ଲଟ ନିଲାମୀ ପ୍ରକ୍ରିୟା, ଚଳିତବର୍ଷ ୧୬୭୦ଟି ଷ୍ଟଲ ଆବଣ୍ଟନ କରାଯିବାକୁ ଲକ୍ଷ୍ୟ

କଟକ : ନଭେମ୍ବର ୫ରୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା-୨୦୨୫ । ଐତିହାସିକ କଟକ ବାଲିଯାତ୍ରା ଷ୍ଟଲ ଖୋଲିବା ନିମନ୍ତେ ପ୍ଲଟ ପଞ୍ଜିକରଣ ପ୍ରକ୍ରିୟା ଜାରି ରହିଛି । ଏହା ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ୧୩ ତାରିଖର ପ୍ଲଟ ନିଲାମୀ ପ୍ରକ୍ରିୟା ଆରମ୍ଭ ​ହେବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ବର୍ତ୍ତମାନ ଉଭୟ ଅନଲାଇନ ଏବଂ ଅଫଲାଇନ ଜରିଆରେ ପଞ୍ଜିକରଣ କରାଯାଉଛି । ବାରବାଟୀ ପ୍ୟାଲେସଠାରେ ଦୈନିକ ପୂର୍ବାହ୍ନ ୧୦ ଟାରୁ ଅପରାହ୍ନ ୫ଟା ୩୦ ମିନିଟ ମଧ୍ୟରେ ଫର୍ମ ଦାଖଲ ଓ ପଞ୍ଜିକରଣ କାର୍ଯ୍ୟ ଚାଲୁ ରହିଛି । ଗତ ୨୬ ତାରିଖଠାରୁ ଏହି ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହା ପରେ ଆସନ୍ତା ୧୩ ତାରିଖରୁ ନିଲାମୀ ପ୍ରକ୍ରିୟା ଆରମ୍ଭ ହେବ। ଗତକାଲି (ଶନିବାର) ସୁଦ୍ଧା ୧୫୦ରୁ ଅଧିକ ପ୍ଲଟ ପାଇଁ ପଞ୍ଜିକରଣ କରାଯାଇଛି । ଅନଲାଇନ ମାଧ୍ୟମରେ ପଞ୍ଜିକରଣ ପାଇଁ ଇଚ୍ଛୁକ ବ୍ୟକ୍ତି www.baliyatra.net ୱେବସାଇଟକୁ ଯାଇ ପଞ୍ଜିକରଣ କରିପାରିବେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି ।

ସେହିପରି ଏହି ବୃହତ ବାଣିଜ୍ୟିକ ମେଳାର ପ୍ରସ୍ତୁତି ନେଇ ଶନିବାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି ଉନ୍ନୟନ କମିଶସନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ଲୋକସେବା ଭବନରେ ଆୟୋଜିତ ବୈଠକରେ କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ, ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ଡ. ବିଜୟ କେତନ ଉପାଧ୍ୟାୟ, ସିଏମସି କମିଶସନର କୀରନଦୀପ କୌର ସହୋଟା, ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ସମେତ ଜିଲ୍ଲା ପ୍ରଶାସନର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ ।

ଦର୍ଶକମାନଙ୍କ ସମସ୍ତ ପ୍ରକାର ସୁବିଧା ପାଇଁ ଗୁରୁତ୍ଵ ଦେଇଛନ୍ତି ଉନ୍ନୟନ କମିଶନର । ବାଲିଯାତ୍ରାରେ କେଉଁ କେଉଁ ସ୍ଥାନରେ କ’ଣ ସୁବିଧା ରହିଛି ଏବଂ ଜରୁରୀ ସହାୟତା ଆବଶ୍ୟକତା ପାଇଁ ଏକ ମୋବାଇଲ ଆପ୍‌ ବିକଶିତ କରିବାକୁ ସେ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛନ୍ତି । ଚଳିତବର୍ଷ ବାଲିଯାତ୍ରାରେ ୧୬୭୦ଟି ଷ୍ଟଲ ଆବଣ୍ଟନ କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ତରଫରୁ ଓରମାସ ଆୟୋଜନରେ ୫୦୦ ଷ୍ଟଲ ସ୍ଥାପନ କରାଯାଇ ଜାତୀୟ ପଲ୍ଲୀଶ୍ରୀ ମେଳା କରାଯିବ ବୋଲି ସୂଚନା ରହିଛି । ଚଳିତବର୍ଷ ବାଲିଯାତ୍ରାରେ ୭୦ ଲକ୍ଷ ଲୋକଙ୍କ ସମାଗମ ହେବାର ଆକଳନ କରାଯାଇଛି ।

Post Views: 30
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In