• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ, ଭକ୍ତଚରଣଙ୍କ ସ୍ମୃତିରେ କବିତାର ଅଭିଷେକ

by Voice of Victims
January 9, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ, ଭକ୍ତଚରଣଙ୍କ ସ୍ମୃତିରେ କବିତାର ଅଭିଷେକ

ରଣପୁର, ୦୮/୧୨ : ରଣପୁର ମହୋତ୍ସବ ‘ଅର୍ଜୁନ’ର ଚତୁର୍ଥ ଦିବସ ସଡ଼କ ସୁରକ୍ଷା ସଚେତନତା, ସାହିତ୍ୟିକ ଚର୍ଚ୍ଚା ଓ ବିବିଧ ସାଂସ୍କୃତିକ କାର୍ଯ୍ୟକ୍ରମରେ ଉଲ୍ଲାସମୟ ଭାବେ ପାଳିତ ହୋଇଯାଇଛି। ସକାଳେ ପଞ୍ଚୁଦୋଳ ପଡିଆଠାରୁ ରଣପୁର ବସ ଷ୍ଟାଣ୍ଡ ପର୍ଯ୍ୟନ୍ତ ଏକ ସଡ଼କ ସୁରକ୍ଷା ସଚେତନ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଓଡ଼ିଶାର ବାଚସ୍ପତି ସୁରମା ପାଢ଼ୀ ଶୋଭାଯାତ୍ରାର ଉଦଘାଟନ କରିବା ସହ ପଦଯାତ୍ରାରେ ସାମିଲ ହୋଇ ସଡ଼କ ସୁରକ୍ଷା ସନ୍ଦେଶ ପ୍ରଚାର କରିଥିଲେ। ଏହି ଅବସରରେ ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ରଣପୁର ତହସିଲଦାର ଆର୍ଯ୍ୟ କୁମାର ସର୍ବଦମନ ଓ ବିଡ଼ିଓ ମନୋଜ କୁମାର ମଧ୍ୟ ସଡ଼କ ସୁରକ୍ଷା ସଚେତନତା ବାର୍ତ୍ତା ଦେଇଥିଲେ। ଶୋଭାଯାତ୍ରାରେ ବିଭିନ୍ନ ସ୍କୁଲ, କଲେଜ ଓ ବହୁ ସଂଖ୍ୟକ ସାଧାରଣ ଲୋକ ସାମିଲ ହୋଇଥିଲେ।

ଚତୁର୍ଥ ଦିବସକୁ ଭକ୍ତ କବି ଭକ୍ତଚରଣ ଦାସଙ୍କ ସ୍ମୃତିରେ ସମର୍ପିତ କରାଯାଇଥିଲା। ଏହି ଅବସରରେ ରଣପୁର ମହୋତ୍ସବ ଓ ଓଡ଼ିଶା ସାହିତ୍ୟ ଏକାଡେମୀର ଆନୁକୂଲ୍ୟରେ ଏକ ବିଶାଳ କବିତା ପାଠ ଉତ୍ସବ ଆୟୋଜିତ ହୋଇଥିଲା। ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ରଣପୁର ବ୍ଲକ ଶିକ୍ଷା ଅଧିକାରୀ ପିଣ୍ଟୁ କୁମାର ପ୍ରଧାନ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ। ଏଥିରେ ରଣପୁର ସହ ଆଖପାଖ ଅଞ୍ଚଳରୁ ପ୍ରାୟ ୯୦ ଜଣ କବି–କବୟତ୍ରୀ ଯୋଗ ଦେଇ କବିତା ପାଠ କରିଥିଲେ।


କବିତା ପାଠ ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟ ବକ୍ତା ଭାବେ ଓଡ଼ିଶା ସାହିତ୍ୟ ଏକାଡେମୀର ସହ-ସଚିବ ସଞ୍ଜୟ କୁମାର ଛୁଆଳସିଂହ, ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ ଓ ନାଟ୍ୟକାର ପ୍ରଫେସର ପୂର୍ଣଚନ୍ଦ୍ର ମଲ୍ଲିକ ଓ ‘ମଧୁର ଭାରତୀ’ ସମ୍ପାଦିକା ଜୟନ୍ତୀ ପଢିଆରୀ ଯୋଗ ଦେଇଥିଲେ। କବିତା ପାଠ କରିଥିବା କବି–କବୟତ୍ରୀମାନଙ୍କୁ ଉତ୍ତରୀୟ, ପ୍ରମାଣପତ୍ର ଓ ମେଡାଲ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ‘ରଣଶ୍ରୀ’ ପୁସ୍ତକ ସହ ଅବସରପ୍ରାପ୍ତ ପ୍ରାଧ୍ୟାପକ ବିଜୟ କୁମାର ଜେନାଙ୍କ ଲିଖିତ ‘ବିବିଧ ବର୍ଣ୍ଣା’ ପୁସ୍ତକ ମଧ୍ୟ ଉନ୍ମୋଚିତ ହୋଇଥିଲା | ଅନ୍ୟ ମାନଙ୍କ ମଧ୍ୟରେ ରାଜକିଶୋର ପଟ୍ଟନାୟକ, ପ୍ରଶାନ୍ତ କୁମାର ମିଶ୍ର, ଶୁଭେନ୍ଦୁ ସିଂଦେଓ, ନବକିଶୋର ସାମନ୍ତରାୟ, ସୁନୀଲ ଦାସ, ସତ୍ୟ ନାରାୟଣ ମହାପାତ୍ର, ସୁଶୀଲ କୁମାର ରଣା, ଜ୍ୟୋତି ରଞ୍ଜନ ଦାଶ, ଶିବ ପ୍ରସାଦ ମିଶ୍ର, ଶକ୍ତି ପ୍ରସାଦ ଆଚାର୍ଯ୍ୟ, ଅଜୟ ପ୍ରଧାନ, ମାନସ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ |

ଅପରାହ୍ନରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଆଞ୍ଚଳିକ କଳାକାରମାନଙ୍କ ଦ୍ୱାରା ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସନ୍ଧ୍ୟାରେ ମହୋତ୍ସବର ସଭାପତି ତଥା ଓଡ଼ିଶାର ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଚତୁର୍ଥ ଦିବସର ସଭାକାର୍ଯ୍ୟରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ବକ୍ତା ଭାବେ ନୟାଗଡ ବିଧାୟକ ଅରୁଣ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ଖୋର୍ଦ୍ଧା ବିଧାୟିକା ପ୍ରଶାନ୍ତ ଜଗଦେବ, ଜିଲ୍ଲା ପରିଷଦ ବିରଜା ଲକ୍ଷ୍ମୀ ସାହୁ ଜିଲ୍ଲା ପରିଷଦ ସଭ୍ୟା ରାଜନୀରାଣୀ ପଟ୍ଟନାୟକ, ନୟାଗଡ ଏଡିଏମ ରୋଜିନା ଦାଶ ଓ ରଣପୁର ବିଜ୍ଞାପିତ ପରିଷଦ ଅଧିକାରୀ ସାମନ୍ତ ବିଶ୍ୱମ୍ବର ମହାପାତ୍ର, ରଣପୁର ବ୍ଲକ ଉପାଧ୍ୟକ୍ଷ ପ୍ରଭାତ କୁମାର ଦଳବେହେରା ପ୍ରମୁଖ ଯୋଗ ଦେଇଥିଲେ।

ବାଲୁକାଶିଳ୍ପୀ ପ୍ରିୟବ୍ରତ ଗୁରୁଙ୍କ ବାଲୁକା କଳା ଦର୍ଶକମାନଙ୍କୁ ବେଶ ଆକୃଷ୍ଟ କରିଥିଲା। କୃଷି, ଉଦ୍ୟାନ, ସ୍ୱାସ୍ଥ୍ୟ ଓ ପ୍ରାଣୀସମ୍ପଦ ବିଭାଗ ଦ୍ୱାରା ଲାଗିଥିବା ବିଭିନ୍ନ ଷ୍ଟଲ ମାଧ୍ୟମରେ ସରକାରୀ ଯୋଜନା ବିଷୟରେ ଲୋକମାନଙ୍କୁ ସଚେତନ କରାଯାଉଥିଲା। ଦୋକାନ ବଜାର ଓ ଦୋଳିଗୁଡ଼ିକରେ ପ୍ରବଳ ଜନସମାଗମ ଦେଖିବାକୁ ମିଳିଥିଲା। ବଲାଙ୍ଗୀରର କୋଶଳ ନୃତ୍ୟ, ଭୁବନେଶ୍ୱରସ୍ଥ ରୁଦ୍ରାକ୍ଷ ଫାଉଣ୍ଡେସନର ସମ୍ବଲପୁରୀ ନୃତ୍ୟ ଓ ଗୁରୁ ନିତ୍ୟାନନ୍ଦଙ୍କ ଓଡ଼ିଶୀ ନୃତ୍ୟ ପରିବେଷଣ ଦର୍ଶକମାନଙ୍କୁ ବେଶ ମନୋହର ଭାବେ ଆକର୍ଷିତ କରିଥିଲା।

Post Views: 21
Share199Tweet125Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In