ଭୁବନେଶ୍ବର (ଭିଓଭି): ଉତ୍କଳ ସାମ୍ବାଦିକ ସଂଘ ସହବନ୍ଧିତ ଭୁବନେଶ୍ୱର ସାମ୍ବାଦିକ ସଂଘର ସଭାପତି ନିର୍ବାଚନ ପ୍ରକ୍ରିୟା ଉତ୍କଳ ସାମ୍ବାଦିକ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ସଭାପତି ପ୍ରତାପ ଚନ୍ଦ୍ର ପ୍ରଧାନ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ସେ ଏକକ ମନୋନୟନ ପତ୍ର ଦାଖଲ କରିଥିଲେ। ତାଙ୍କ ବିପକ୍ଷରେ ପ୍ରାର୍ଥୀପତ୍ର ଦାଖଲ କରି ନ ଥିବାରୁ ପ୍ରତାପ ପୁନର୍ବାର ନିର୍ଦ୍ବନ୍ଦ୍ବରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି।
