• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଧ୍ୟାତ୍ମିକ

ସର୍କିଟ୍ ହାଉସ୍ ସମ୍ମିଳନୀ ଗୃହରେ ପ୍ରସ୍ତୁତି ବୈଠକ: ଜୁନ୍ ୨୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା

by Voice of Victims
March 3, 2025
in ଆଧ୍ୟାତ୍ମିକ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସର୍କିଟ୍ ହାଉସ୍ ସମ୍ମିଳନୀ ଗୃହରେ ପ୍ରସ୍ତୁତି ବୈଠକ: ଜୁନ୍ ୨୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା

ଭୁବନେଶ୍ବର: ଜୁନ୍ ୨୭ତାରିଖରେ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଦେବସ୍ନାନ ପୂର୍ଣ୍ଣିମାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଶୃଙ୍ଖଳିତ ଭାବେ ପରିଚାଳନା ପାଇଁ ଏକ ପ୍ରସ୍ତୁତି ବୈଠକ ସୋମବାର ଅପରାହ୍ଣରେ ସର୍କିଟ୍ ହାଉସ୍ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏଥିରେ ଅଧ୍ୟକ୍ଷତା କରି ଗତ ରଥଯାତ୍ରା ସମୟର ଅଭିଜ୍ଞତାକୁ ଉପଯୋଗ କରି ଚଳିତବର୍ଷ ସମସ୍ତ କାର୍ଯ୍ୟ ସମ୍ମିଳିତ ଉଦ୍ୟମରେ ସଫଳ କରିବାକୁ ଆହ୍ୱାନ ଦେଇଥିଲେ। ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥକପଡ଼ା ସଂଗ୍ରହ, ନୀତି ସମ୍ପାଦନ, ରଥଟଣା, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତାଘାଟ ମରାମତି ଓ ଉନ୍ନତିକରଣ, ପାର୍କିଂସ୍ଥଳ, ଶାନ୍ତିଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଚ୍ଛାସେବୀ ନିୟୋଜନ ଆଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗଗୁଡ଼ିକ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏସ୍‌ପି ବିନୀତ ଅଗ୍ରୱାଲ ରଥଯାତ୍ରା ପାଇଁ ଆଇନଶୃଙ୍ଖଳା ରକ୍ଷାର ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନାଦେବା ସହ ସମସ୍ତ କାର୍ଯ୍ୟର ସଫଳତା ପାଇଁ ସମ୍ମିଳିତ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଅସୁରକ୍ଷିତ ବିଲ୍ଡିଂର ଚିହ୍ନଟ ଓ କାର୍ଯ୍ୟାନୁଷ୍ଠାନ, ଅଗ୍ନି ନିର୍ବାପକ ବ୍ୟବସ୍ଥାର ସମୀକ୍ଷା ଆଦି ଯୁଗ୍ମ ତଦନ୍ତ ମାଧ୍ୟମରେ ତ୍ୱରାନ୍ୱିତ ପାଇଁ ସେ ପରାମର୍ଶ ଦେଇଥିଲେ। ଚଳିତବର୍ଷ ଅକ୍ଷୟ ତୃତୀୟା ତିଥିରେ ରଥକାଠ ଅନୁକୂଳ ଅପ୍ରେଲ ୍‌୩୦ତାରିଖରେ, ଦେବସ୍ନାନ ପୂର୍ଣ୍ଣିମା ଜୁନ ୧୧, ଶ୍ରୀଗୁଣ୍ଡିଚା ଜୁନ୍ ୨୭, ସନ୍ଧ୍ୟା ଦର୍ଶନ ଜୁଲାଇ ୪, ବାହୁଡ଼ା ଜୁଲାଇ ୫, ସୁନାବେଶ ଜୁଲାଇ ୬, ଅଧରପଣା ଜୁଲାଇ ୭ ଓ ନୀଳାଦ୍ରି ବିଜେ ଜୁଲାଇ ୮ତାରିଖରେ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅବଗତ କରାଯାଇଛି। ରଥ ନିର୍ମାଣ ପାଇଁ ୮୬୫ ଖଣ୍ଡ କାଠର ଆବଶ୍ୟକ ଥିବାବେଳେ ଗତବର୍ଷ ୫୧ ଖଣ୍ଡ ବଳକା କାଠ ଥିବାରୁ ଅବଶିଷ୍ଟ ୮୧୪ ଖଣ୍ଡ କାଠର ଆବଶ୍ୟକତା ରହିଛି। ଇତି ମଧ୍ୟରେ ୧୦୧ ଖଣ୍ଡ କାଠ ପହଞ୍ଚି ସାରିଛି। ସେହିପରି ଅନ୍ୟାନ୍ୟ ରଥଯାତ୍ରା ଉପଯୋଗୀ ସାମଗ୍ରୀ ପ୍ରସ୍ତୁତ କରାଯାଉଛି ବୋଲି ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ ସୂଚନା ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡିଏଫ୍‌ଓ ବିବେକ କୁମାର, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଡ. ଶରତ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ୍ ନିଳମାଧବ ଭୋଇ, ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌରନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଉପଜିଲ୍ଲାପାଳ ରାଜ କିଶୋର ଜେନା, ଅତିରିକ୍ତ ଏସ୍‌ପି ବିଷ୍ଣୁ ପ୍ରସାଦ ପତି, ସୁଶୀଲ ମିଶ୍ର, ଦେବୀ ଶଙ୍କର ପ୍ରତାପ, ଡେପୁଟି କଲେକ୍ଟର୍ ପ୍ରିୟଦର୍ଶିନୀ ମଲ୍ଲିକ, ମନୀଷା ଷଡ଼ଙ୍ଗୀ, ବିଭିନ୍ନ ବିଭାଗର ଅଧିକାରୀ, ଆରକ୍ଷୀ ବାହିନୀର ଅଧିକାରୀ, ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Post Views: 72
Share198Tweet124Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In