• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

୭୩ତମ ସର୍ବଭାରତୀୟ ହକି ଚାମ୍ପିୟନସିପ- ୨୦୨୫ ପାଇଁ ଡିଜିପିଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ

by Voice of Victims
December 9, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
୭୩ତମ ସର୍ବଭାରତୀୟ ହକି ଚାମ୍ପିୟନସିପ- ୨୦୨୫ ପାଇଁ ଡିଜିପିଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ମାସରେ ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଚାମ୍ପିୟନସିପକୁ ଶୃଙ୍ଖଳିତ, ସୁପରିଚାଳନା ସମେତ ବ୍ୟାପକ ବନ୍ଦୋବସ୍ତର ଆୟୋଜନ ସଂକ୍ରାନ୍ତରେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଚାମ୍ପିୟନସିପରେ ଦେଶର ୨୭ଟି ପୁରୁଷ ଏବଂ ୧୦ଟି ମହିଳା ଟିମ ଅଂଶଗ୍ରହଣ କରିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଖେଳାଳିଙ୍କ ରହିବା ସ୍ଥାନ, ନିୟମିତ ଅଭ୍ୟାସ, ଅତିଥିଙ୍କୁ ସ୍ୱାଗତ, ଉଦଘାଟନ ଓ ଉଦଯାପନୀ ସମାରୋହକୁ ଶୃଙ୍ଖଳିତ ଭାବେ ଆୟୋଜନ କରିବାକୁ ଡିଜିପି ବୈଠକରେ ଉପସ୍ଥିତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଖେଳାଳିମାନେ କଳିଙ୍ଗ ଷ୍ଟାଡିୟମ ସମେତ ପୋଖରୀପୁଟ ଓ କିଟ କ୍ୟାମ୍ପସ ଗ୍ରାଉଣ୍ଡରେ ଅଭ୍ୟାସ କରିବେ। ଏଥି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଏହି ଚାମ୍ପିୟନସିପରେ ବହୁ ଅନ୍ତର୍ଜାତୀୟ ହକି ଖେଳାଳିଙ୍କ ସମେତ ଭିଭିଆଇପି ଏବଂ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତି ବିଶେଷ ଯୋଗ ଦେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଖେଳାଳିଙ୍କୁ ଆନୁସଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦେବା ଉପରେ ଡିଜିପି ବୈଠକରେ ଗୁରୁତ୍ୱାରୋପ କରିଥିଲେ। ଉକ୍ତ ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନୀକିକରଣ), ଏସ. କେ. ପ୍ରିୟଦର୍ଶୀ, ନିର୍ଦ୍ଦେଶକ (ଏସସିଆରବି ଏବଂ ଏସଏଫଏସଏଲ), ଡ଼. ସନ୍ତୋଷ ବାଲା,  ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଦୟାଲ ଗଙ୍ଗୱାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ରାଜେଶ କୁମାର,  ଆଇଜିପି (ଟ୍ରେନିଂ) ଅନୁପ କୁମାର ସାହୁ, ଅତିରିକ୍ତ ପୋଲିସ କମିଶନର (କଟକ-ଭୁବନେଶ୍ବର), ଡ଼. ଉମାଶଙ୍କର ଦାଶ, ଡି.ଆଇ.ଜି.ପି (ଅପରେସନ), ଅଖିଳେଶ୍ବର ସିଂ, ଡି.ଆଇ.ଜି.ପି (ଏସଆଇଡବ୍ଲୁ), ଡ଼. କନୱର ବିଶାଲ ସିଂ ପ୍ରମୁଖ ଉପସ୍ଥିତ ଥିଲେ।

Post Views: 35
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In