• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଉତ୍ତମ ମହାନ୍ତିଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶୋକ, କହିଲେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଅପୂରଣୀୟ କ୍ଷତି

by Voice of Victims
February 28, 2025
in ମୁଖ୍ୟ ଖବର, ରାଜ୍ୟ
ଉତ୍ତମ ମହାନ୍ତିଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶୋକ, କହିଲେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଅପୂରଣୀୟ କ୍ଷତି

ଭୁବନେଶ୍ୱର : ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଭୀର ଶୋକ ପ୍ରକାଶ କରିଛନ୍ତି । ଟ୍ୱିଟ କରି ରାଷ୍ଟ୍ରପତି କହିଛନ୍ତି ଯେ ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗ ସମ୍ବାଦ ଜାଣି ମୁଁ ମର୍ମାହତ । ଶ୍ରୀ ମହାନ୍ତି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ନାୟକ ଭୂମିକାରେ ଅବତୀର୍ଣ୍ଣ ହୋଇ ଅସଂଖ୍ୟ ଦର୍ଶକଙ୍କ ହୃଦୟ ଜୟ କରିଥିଲେ । ଓଡ଼ିଆ ଚଳଚ୍ଚିତ୍ର ବିକାଶ କ୍ଷେତ୍ରର ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ । ଜଣେ ମିଷ୍ଟଭାଷୀ ଓ ଅମାୟିକ ଭଦ୍ରବ୍ୟକ୍ତି ଭାବରେ ସେ ସମସ୍ତଙ୍କର ଶ୍ରଦ୍ଧାଭାଜନ ଥିଲେ । ତାଙ୍କ ବିୟୋଗରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଅପୂରଣୀୟ କ୍ଷତି ହୋଇଛି । ତାଙ୍କ ପରିବାରବର୍ଗ ଓ ପ୍ରଶଂସକମାନଙ୍କୁ ସମବେଦନା ଜଣାଉଛି । ସୂଚନାଯୋଗ୍ୟ, ୬୬ ବର୍ଷୀୟ ଉତ୍ତମ କିଛିଦିନ ହେଲା ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ହୋଇ ହରିୟାଣାର ଗୁରୁଗ୍ରାମସ୍ଥିତ ମେଦାନ୍ତା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତାଙ୍କ ପରଲୋକରେ କେବଳ ଓଲିଉଡ୍‌ ନୁହେଁ, ଓଡ଼ିଶା ତଥା ଦେଶର ମନୋରଞ୍ଜନ ଜଗତରେ ଶୋକର ଛାୟା ଖେଳିଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକବ୍ୟକ୍ତ କରିବା ସହ ଉତ୍ତମ ମହାନ୍ତିଙ୍କୁ ଓଡ଼ିଆ ସିନେ ଜଗତର ଧ୍ରୁବତାରା ଭାବେ ଅଭିହିତ କରିଛନ୍ତି । ଉତ୍ତମଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Post Views: 91
Tags: President Draupadi Murmu mourns the demise of Bullan Mohanty
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In