• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସୁରକ୍ଷାରେ ୩୦ ପ୍ଲାଟୁନ ପୋଲିସ ଫୋର୍ସ

by Voice of Victims
March 23, 2025
in ଆଞ୍ଚଳିକ ଖବର, ଦେଶ ବିଦେଶ, ମୁଖ୍ୟ ଖବର
ଗଣତନ୍ତ୍ର ଦିବସ ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ଉଦ୍‌ବୋଧନ: ‘ସମ୍ବିଧାନ’ ଆମ ସାମୂହିକ ପରିଚୟର ସର୍ବୋଚ୍ଚ ମୂଳଦୂଆ

ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ । ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୟାଗଡ ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସୁଛନ୍ତି । ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ।  ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆଜି ନୟାଗଡ ଜ଼ିଲ୍ଲାପାଳ, ନୟାଗଡ SP, ADG, ସେଣ୍ଟ୍ରାଲ IG ଏବଂ ଖଣ୍ଡପଡା ବିଧାୟକ ପ୍ରମୁଖ ଉପସ୍ଥିତ ରହି ମହାମହିମଙ୍କ ଗସ୍ତର ପ୍ରସ୍ତୁତି ଉପରେ ଯାଞ୍ଚ କରିଥିଲେ ।  ଆସନ୍ତାକାଲି ସ୍ୱତନ୍ତ୍ର ବିମାନ ଯୋଗେ ଦିନ ୨ ଟା ସମୟରେ କଣ୍ଟିଲୋ ପଲଟନରେ ଅବତରଣ କରିବ। ସେଠାରୁ PWD ଡାକ ବଙ୍ଗଳାରେ ପଂହଁଚିବେ । ଦିନ ୩ ଟା ୧୫ ରେ କଣ୍ଟିଲୋ ନୀଳମାଧଵ ମନ୍ଦିରରେ ପଂହଁଚିବେ ।

ସେଠାରେ ପ୍ରଭୁଙ୍କୁ ଦର୍ଶନ କରି ଶବରରାଜା ବିଶ୍ୱାବସୁଙ୍କ ଗାଁ କାଳିଆପଲ୍ଲୀ ଯିବେ। କାଳିଆପଲ୍ଲୀରେ ଶବର ସମାଜର ଯଜ୍ଞରେ ଆହୁତି ଦେଇ ଶବର ରାଜା ବିଶ୍ୱାବସୁଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ କରିବେ।ଏହାପରେ ବିଶ୍ୱାବସୁଙ୍କ ତପସ୍ୟା ସ୍ଥଳକୁ ଯାଇ ଭୁବନେଶ୍ୱର ଫେରିଯିବାର କାର୍ଯ୍ୟକ୍ରମ ରହିଛି । ସନ୍ଧ୍ୟା 6 ଟା ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ରାଜଭବନ ଅଭିମୁଖେ ଯିବେ। ତା ପରଦିନ ସକାଳ 9 ଟା ରେ ଦିଲ୍ଲୀ ଅଭିମୁଖେ ଫେରିଯିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ  ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ, ଅତିରିକ୍ତ କମିଶନର ନରସିଂହ ଭୋଳ ଓ ଡିସିପି ଜଗମୋହନ ମିନା  ।   ଏଥିସହ ଆଜି ଫୁଲ ଡ୍ରେସ କାରକେଡ ରିହାର୍ଶଲ୍ ମଧ୍ୟ କରାଯାଇଛି ।

Post Views: 47
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In