ନୂଆବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ । ଦେଶବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୈଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କ ଉତ୍ତମ ସ୍ବାସ୍ଥ୍ୟ କାମନା କରିଛନ୍ତି ନରେନ୍ଦ୍ର ମୋଦି । ନୂଆବର୍ଷ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣିଦେଉ ବୋଲି କାମନା କରିଛନ୍ତି ।
ମହାପ୍ରଭୁଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖମୟ ହେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୨୬ ବର୍ଷ ଓଡ଼ିଶା ପାଇଁ ଶାନ୍ତି, ପ୍ରଗତି ଓ ସମୃଦ୍ଧିର ବର୍ଷ ହେଉ । ସମୃଦ୍ଧି ଓଡ଼ିଶା ଗଠନ ପାଇଁ ସମସ୍ତେ ସଂକଳ୍ପବଦ୍ଧ ହୋଇ କାମ କରିବା ।
