• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପ୍ରଧାନମନ୍ତ୍ରୀ ଜନଜାତିୟ ଉନ୍ନତ ଗ୍ରାମ ଅଭିଯାନ ଘୋଷଣା: ୬୩,୦୦୦ ଗ୍ରାମକୁ ସାମିଲ କରିବା ଲକ୍ଷ୍ୟ

by Voice of Victims
July 24, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ପ୍ରଧାନମନ୍ତ୍ରୀ ଜନଜାତିୟ ଉନ୍ନତ ଗ୍ରାମ ଅଭିଯାନ ଘୋଷଣା: ୬୩,୦୦୦ ଗ୍ରାମକୁ ସାମିଲ କରିବା ଲକ୍ଷ୍ୟ

ନୂଆଦିଲ୍ଲୀ: କେନ୍ଦ୍ର ବଜେଟ ୨୦୨୪-୨୫ରେ ଜନଜାତି ବ୍ୟାପାର ମନ୍ତ୍ରଣାଳୟ ପାଇଁ ମୋଟ ବ୍ୟୟ ଅଟକଳ ପ୍ରାୟ ୧୩,୦୦୦ କୋଟି ଟଙ୍କା ରହିଛି, ଯାହା ପୂର୍ବ ବର୍ଷର ସଂଶୋଧିତ ଆକଳନ (ଆରଇ) ତୁଳନାରେ ୭୩.୬୦% ଅଧିକ। ବଜେଟରେ ଏକ ଐତିହାସିକ ଘୋଷଣା କରି କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଦିବାସୀ ସମ୍ପ୍ରଦାୟର ସାମାଜିକ-ଅର୍ଥନୈତିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ପ୍ରଧାନମନ୍ତ୍ରୀ ଜନଜାତିୟ ଉନ୍ନତ ଗ୍ରାମ ଅଭିଯାନ ଆରମ୍ଭ କରିଛନ୍ତି। ଆଦିବାସୀ ଅଧ୍ୟୁଷିତ ଗ୍ରାମ ଓ ଆକାଂକ୍ଷୀ ଜିଲ୍ଲାମାନଙ୍କରେ ଆଦିବାସୀ ବହୁଳ ୬୩,୦୦୦ ଗ୍ରାମକୁ ଅନ୍ତର୍ଭୁକ୍ତ କରିବା ଏବଂ ୫ କୋଟି ଆଦିବାସୀ ଲୋକଙ୍କୁ ଉପକୃତ କରିବା ଏହି ପଦକ୍ଷେପର ଲକ୍ଷ୍ୟ। କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ କହିଛନ୍ତି, ପ୍ରଧାନମନ୍ତ୍ରୀ ଜନଜାତିୟ ଉନ୍ନତ ଗ୍ରାମ ଅଭିଯାନର ଘୋଷଣା ପାଇଁ ଆମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ କୃତଜ୍ଞତା ଜଣାଉଛୁ। ସମଗ୍ର ଭାରତରେ ଆଦିବାସୀ ସମ୍ପ୍ରଦାୟର ଉନ୍ନତି ପାଇଁ ସମନ୍ବିତ ସାମାଜିକ-ଅର୍ଥନୈତିକ ଅଭିବୃଦ୍ଧି, ଭିତ୍ତିଭୂମି ବିକାଶ ଏବଂ ଅର୍ଥନୈତିକ ସୁଯୋଗ ସୃଷ୍ଟି ଦିଗରେ ସରକାରଙ୍କ ପ୍ରତିବଦ୍ଧତାର ପ୍ରମାଣ ଏହି ପଦକ୍ଷେପ।ଜନଜାତି ବ୍ୟାପାର ମନ୍ତ୍ରଣାଳୟ ଅନୁସୂଚିତ ଜନଜାତିଙ୍କ ବିକାଶ ପାଇଁ କାର୍ଯ୍ୟକ୍ରମର ସାମଗ୍ରିକ ନୀତି, ଯୋଜନା ଏବଂ ସମନ୍ୱୟ ନିମନ୍ତେ ନୋଡାଲ ମନ୍ତ୍ରଣାଳୟ ଭାବରେ କାର୍ଯ୍ୟ କରେ। ଏହାର କାର୍ଯ୍ୟକ୍ରମ ଏବଂ ଯୋଜନାଗୁଡିକ ଆର୍ଥିକ ସହାୟତା ପ୍ରଦାନ କରି ଏବଂ ଅନୁସୂଚିତ ଜନଜାତିଙ୍କ ଆବଶ୍ୟକତା ଆଧାରରେ ଗୁରୁତ୍ୱପୂର୍ଣ୍ଣ ବ୍ୟବଧାନକୁ ଦୂର କରି ଅନ୍ୟ କେନ୍ଦ୍ର ମନ୍ତ୍ରଣାଳୟ, ରାଜ୍ୟ ସରକାର ଏବଂ ସ୍ୱେଚ୍ଛାସେବୀ ସଂଗଠନଗୁଡ଼ିକର ପ୍ରୟାସକୁ ସମର୍ଥନ ଏବଂ ପରିପୂରକ କରିଥାଏ। ଏହି ଲକ୍ଷ୍ୟ ପୂରଣ ପାଇଁ ମନ୍ତ୍ରଣାଳୟ ପାଇଁ ବଜେଟ୍ ଆବଣ୍ଟନ ୨୦୧୪-୧୫ରେ ୪,୪୯୭.୯୬ କୋଟି ଟଙ୍କା ଥିବାବେଳେ ୨୦୨୪-୨୫ରେ ଏହା ୧୩,୦୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି, ଯାହା କି ପ୍ରାୟ ୧୮୯.୦୨% ବୃଦ୍ଧି। ଅନୁସୂଚିତ ଜନଜାତିଙ୍କ ପାଇଁ ଉନ୍ନୟନ କାର୍ଯ୍ୟ ଯୋଜନା (ଡିଏପିଏସଟି) ନାମରେ ପରିଚିତ ଆଦିବାସୀ ଉପଯୋଜନା (ଟିଏସପି) ଅଧୀନରେ ୪୨ଟି ମନ୍ତ୍ରଣାଳୟ/ବିଭାଗ ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ଜଳସେଚନ, ସଡ଼କ, ଗୃହ ନିର୍ମାଣ, ବିଦ୍ୟୁତୀକରଣ, ନିଯୁକ୍ତି ସୃଷ୍ଟି ଏବଂ ଦକ୍ଷତା ବିକାଶ ଭଳି କ୍ଷେତ୍ରରେ ଆଦିବାସୀ ଉନ୍ନୟନ ପ୍ରକଳ୍ପ ପାଇଁ ପ୍ରତିବର୍ଷ ସେମାନଙ୍କ ମୋଟ ଯୋଜନା ଆବଣ୍ଟନର ୪.୩ ରୁ ୧୭.୫ ପ୍ରତିଶତ ପର୍ଯ୍ୟନ୍ତ ପାଣ୍ଠି ଆବଣ୍ଟନ କରନ୍ତି। ଡିଏପିଏସଟି ପାଣ୍ଠି ଆବଣ୍ଟନ ୨୦୧୩-୧୪ ରେ ୨୧,୫୨୫.୩୬ କୋଟି ଟଙ୍କା (ବାସ୍ତବ ବ୍ୟୟ) ଥିବା ବେଳେ ୨୦୨୪-୨୫ରେ ଏହା ୧,୨୪,୯୦୮.୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି।

Post Views: 51
Share197Tweet123Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In