• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଫୁଲବାଣୀରେ ପ୍ରଧାନମନ୍ତ୍ରୀ ମୋଦୀ, ନବୀନଙ୍କ ନାଁ ନେଇ କଲେ ପ୍ରଚଣ୍ଡ ଆକ୍ରମଣ

by Voice of Victims
May 11, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଫୁଲବାଣୀରେ ପ୍ରଧାନମନ୍ତ୍ରୀ ମୋଦୀ, ନବୀନଙ୍କ ନାଁ ନେଇ କଲେ ପ୍ରଚଣ୍ଡ ଆକ୍ରମଣ

ଭୁବନେଶ୍ବର: ଆଜି ଫୁଲବାଣୀରେ ଜୋରଦାର ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପୂର୍ବ ଅପେକ୍ଷା ଏଥର ରାଜ୍ୟ ସରକାରଙ୍କ ବିରୋଧରେ ଶାଣିତ ହୋଇଛନ୍ତି ପ୍ରଧାନମନ୍ତ୍ରୀ। ଏଥର ସେ ସିଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁ ନେଇ ପ୍ରଚଣ୍ଡ ଆକ୍ରମଣ କରିଛନ୍ତି। ସେ ନବୀନ ପଟ୍ଟନାୟକଙ୍କୁ ଆହ୍ବାନ ଦେଇଛନ୍ତି।ଫୁଲବାଣୀ ସଭାରେ ମୋଦୀ କହିଛନ୍ତି ଯେ, ମୁଁ ନବୀନବାବୁଙ୍କୁ ଆହ୍ବାନ କରୁଛି, ସେ ବିନା କାଗଜରେ ଓଡିଶାର ସମସ୍ତ ଜିଲ୍ଲାର ନାମ କହିପାରିବେ କି ? ଯିଏ ନିଜ ରାଜ୍ୟର ଜିଲ୍ଲା ଜାଣିପାରି ନାହିଁ ସେ ଭଳି ମୁଖ୍ୟମନ୍ତ୍ରୀ ଆପଣଙ୍କର ଦରକାର କି ବୋଲି ପ୍ରଶ୍ନ କରିଥିଲେ। ସେ କହିଥିଲେ ଓଡିଶା ମାଟିର ନେତାଙ୍କୁ ଆମେ ମୁଖ୍ୟମନ୍ତ୍ରୀ କରିବୁ। ସେ ବିଶାଳ ଜନସମାବେଶକୁ ଅନୁରୋଧ କରି କହିଥିଲେ ଯେ, ଆପଣମାନେ କେବଳ ପାଞ୍ଚ ବର୍ଷ ଆମକୁ ଶାସନ କରିବା ପାଇଁ ଦିଅନ୍ତୁ। କେବଳ ପାଞ୍ଚବର୍ଷ ପାଇଁ ଶାସନ କ୍ଷମତା ଦିଅନ୍ତୁ ଦେଖିବେ ଓଡିଶା କିପରି ଦେଶରେ ନମ୍ବର ୱାନ ରାଜ୍ୟ ଭାବେ ପରିଗଣତି ହେବ। ଆମର ସମସ୍ତ ବିଜେପି ବିଧାୟକ ପ୍ରାର୍ଥୀଙ୍କୁ ଭୋଟ ଦେଇ ଜିତାନ୍ତୁ। ସେହିପରି ସବୁ ସାଂସଦ ପ୍ରାର୍ଥୀଙ୍କୁ ଭୋଟ ଦେଇ ଆମର ଯେଉଁ ଚାରିଶହ ପାର ନାରା ରହିଛି ତାହାକୁ ସାକାର କରାନ୍ତୁ। ସେହିପରି ମୋଦୀ ଶ୍ରୀଜଗନ୍ନାଥଙ୍କ ରତ୍ନ ଭଣ୍ଡାର ପ୍ରସଂଗ ମଧ୍ୟ ଲୋକଙ୍କ ସମ୍ମଖରେ ରଖିଥିଲେ। ସେ କହିଥିଲେ ଯେ, ଯେଉଁ ମୁଖ୍ୟମନ୍ତ୍ରୀ ରତ୍ନ ଭଣ୍ଡାର ଚାବି ସୁରକ୍ଷିତ ରଖିପାରୁ ନାହାଁନ୍ତି ସିଏ କିପରି ରାଜ୍ୟ ସମ୍ଭାଳିବ। ରତ୍ନ ଭଣ୍ଡାରର କୁଆଡେ ଡୁପ୍ଲିକେଟ ଚାବି ଅଛି, ହେଲେ ଏହି ଡୁପ୍ଲେକେଟ ଚାବି କିଏ କଲା। ଏହାଦ୍ବାରା ରତ୍ନ ଭଣ୍ଡାରରୁ ଜିନିଷ କୁଆଡେ ଉଭାନ କରାଯାଇଛି କି ବୋଲି ସେ ପ୍ରଶ୍ନ କରିଥିଲେ। ସେ କହିଥିଲେ ଯେ, ଓଡିଶା ଖଣିଜ ସଂପଦରେ ଭରପୁର। ହେଲେ ଏହି ରାଜ୍ୟର ଲୋକେ ଦୁଃଖି କାହିଁକି। ମୋଦୀ କହିଥିଲେ ଯେ, ମୁଁ ଗୁଜରାଟରେ ମୁଖ୍ୟମନ୍ତ୍ରୀ ଥିଲି। ସେହି ରାଜ୍ୟ ବର୍ତ୍ତମାନ ବେଶ ସମୃଦ୍ଧ ରାଜ୍ୟ ହୋଇପାରିଛି। କିପରି ହେଲା ବୋଲି ସେ ପ୍ରଶ୍ନ କରିଥିଲେ। ସେ କହିଥିଲେ ଯେ, ଗୁଜୁରାଟରେ ଲୁଣକୁ ଛାଡି ଦେଲେ ଆଉ କୌଣସି ଖଣିଜ ସଂପଦ ନାହିଁ। ହେଲେ ଆଜି ସେହି ରାଜ୍ୟର ଲୋକେ ବେଶ ଖୁସି ରହିଛନ୍ତି। ସେମିତି ଆପଣମାନେ ଆମକୁ ଶାସନ କରିବାକୁ ଦିଅନ୍ତୁ ଦେଖିବେ ଓଡିଶା ନମ୍ବର ୱାନ ରାଜ୍ୟ କରାଇଦେବୁ। ଏହି ସଭାରେ କନ୍ଧମାଳ ନିର୍ବାଚନ ମଣ୍ଡଳୀରେ ସାଂସଦ ପ୍ରାର୍ଥୀଙ୍କ ସହିତ ସମସ୍ତ ବିଧାନସଭା ପ୍ରାର୍ଥୀ ଉପସ୍ଥିତ ଥିଲେ।

Post Views: 36
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In